ଉପରମୁହାଁ ପାରଦ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରିରହିଛି। ପ୍ରଚଣ୍ଡ ଗ୍ରୀଷ୍ମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। କିଛିଦିନ ହେବ ପ୍ରବଳ ଖରା ଯୋଗୁ ରାଜ୍ୟରେ ଉତ୍ତପ୍ତ ପରିବେଶ ସୃଷ୍ଟି ହୋଇଛି। ପାରଦ ଉପରମୁହଁା ହୋଇ ୪୩ ଡିଗ୍ରୀ ସେଲ୍‌ସିୟସକୁ ଛୁଇଁଛି। ସୋମବାର ୧୭ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବୌଦ୍ଧରେ ସର୍ବାଧିକ ୪୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୪୨.୫, ବଲାଙ୍ଗୀର ୪୨.୨, ଅନୁଗୋଳ ୪୨.୧, ଟିଟିଲାଗଡ଼ ୪୨, ନୟାଗଡ଼ ୪୨, ବାଲେଶ୍ୱର ୪୦.୧, କଟକ ୪୦.୨, ବାରିପଦା ୪୧.୨, ଝାରସୁଗୁଡା ୪୧.୪, ସମ୍ବଲପୁର ୪୧.୨, ସୁନ୍ଦରଗଡ଼ ୪୧.୫, ହୀରାକୁଦ ୪୦.୯, ତାଳଚେର ୪୧.୬, ଭବାନୀପାଟଣା ୪୧, ଫୁଲବାଣୀ ୪୦, ସୋନପୁର ୪୧ ଏବଂ ଚାନ୍ଦବାଲିରେ ସର୍ବୋଚ୍ଚ ତାପମାତ୍ରା ୩୯.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଉତ୍ତର ପଶ୍ଚିମ ଦିଗରୁ ବାୟୁ ପ୍ରବାହ ହେଉଥିବାରୁ ରାଜ୍ୟରେ ତାତି ବୃଦ୍ଧି ପାଇଛି। ସେହିପରି ବାୟୁମଣ୍ଡଳରେ ଆର୍ଦ୍ରତା ପରିମାଣ ୫୦ ପ୍ରତିଶତରୁ ୮୦ ପ୍ରତିଶତ ମଧ୍ୟରେ ରହୁଥିବାରୁ ଉପକୂଳ ଓଡ଼ିଶାରେ ତାତି ସାଙ୍ଗକୁ ଗୁଳୁଗୁଳି ମଧ୍ୟ ବଢି ଯାଇଛି।
ଆସନ୍ତା ୨୯ ତାରିଖ ଯାଏ ଗ୍ରୀଷ୍ମର ପ୍ରକୋପ ଜାରି ରହିବ। ଖୋର୍ଦ୍ଧା, କଟକ, ଢେଙ୍କାନାଳ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହି ସମୟରେ ବାହାରକୁ ଯିବା ବେଳେ ସତର୍କ ରହିବାକୁ କୁହାଯାଇଛି। ୨୯ରୁ ପାଗରେ ପରିବର୍ତ୍ତନ ହେବ। ୨୯ରେ ଦେବଗଡ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ। ସେହିପରି ୩୦ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ବୌଦ୍ଧ, ଅନୁଗୋଳ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ଢେଙ୍କାନାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri