ଆଗକୁ ଅସମ୍ଭାଳ ତାତି

ଭୁବନେଶ୍ୱର,୩।୪(ବ୍ୟୁରୋ): ମାର୍ଚ୍ଚ ୧୪ରୁ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରବାହରେ ପୂର୍ବାହ୍ନରେ ଖରା ଓ ଅପରାହ୍ନରେ ଝଡ଼ବର୍ଷା ଓ କୁଆପଥର ମାଡ଼ ହେଉଥିଲା। ତେବେ ସମୁଦ୍ରପଟୁ କ୍ରମାଗତ ସ୍ଥଳଭାଗ ଆଡ଼କୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବାହ ଜାରି ରହିବାରୁ ରବିବାର ପାଗରେ ପରିବର୍ତ୍ତନ ହୋଇଛି। ବର୍ଷା କମିବା ସହ ତାତି ବଢ଼ିଛି। ବାଲେଶ୍ୱର, ପାରାଦ୍ୱୀପ, ହୀରାକୁଦ, ନୟାଗଡ଼, ଛତ୍ରପୁର ଓ ରାୟଗଡ଼ାରେ ବର୍ଷା ହୋଇଥିଲେ ମଧ୍ୟ ୧୪ ସହରରେ ପାରଦ ୩୫ ଡିଗ୍ରୀ ଉପରେ ରହିଥିଲା। ୩୬.୫ ଡିଗ୍ରୀ ସହ ମାଲକାନଗିରି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ତେବେ ଆଗକୁ ତାତି ଧୀରେ ଧୀରେ ବଢ଼ିବ। ୭୨ ଘଣ୍ଟାରେ ପାରଦ ୬ ଡିଗ୍ରୀ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ରବିବାର ସା ରେ ଜାରି ବୁଲେଟିନ ଅନୁସାରେ, ଉତ୍ତରରୁ ଦକ୍ଷିଣ ଯାଏ ଏକ ନିମ୍ନଚାପରେଖା ବାୟୁମଣ୍ଡଳରେ ସମୁଦ୍ର ପତନରୁ ୧.୫ କିମି ଉପରେ ରହିଛି। ଏହା ଉତ୍ତର ଛତିଶଗଡ଼ରୁ ବାହାରି ଦକ୍ଷିଣ ଆଭ୍ୟନ୍ତରୀଣ ତାମିଲନାଡ଼ୁ, ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶ ବାୟୁମଣ୍ଡଳ ଦେଇ ଲମ୍ବିଛି। ଏହାର ପ୍ରଭାବରେ ସୋମବାରଠାରୁ ଉପକୂଳବର୍ତ୍ତୀ କିଛି ଜିଲାରେ ଆସନ୍ତା ୫ ତାରିଖ ଯାଏ ପାଗ ଆଂଶିକ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପାଗ ମୁଖ୍ୟତଃ ଶୁଖିଲା ରହିବ, କିନ୍ତୁ ସ୍ଥାନେ ସ୍ଥାନେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ପର୍ଯ୍ୟାୟକ୍ରମେ ରାଜ୍ୟରେ ପାରଦ ୬ ଡିଗ୍ରୀ ଯାଏ ବୃଦ୍ଧି ପାଇବ ଓ ପଶ୍ଚିମ-ଦକ୍ଷିଣ ଆଭ୍ୟନ୍ତରୀଣ ତଥା ସୀମାନ୍ତ ଜିଲାଗୁଡ଼ିକରେ ପ୍ରବଳ ତାତି ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri