ଆଗକୁ ଅସମ୍ଭାଳ ତାତି

ଭୁବନେଶ୍ୱର,୩।୪(ବ୍ୟୁରୋ): ମାର୍ଚ୍ଚ ୧୪ରୁ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରବାହରେ ପୂର୍ବାହ୍ନରେ ଖରା ଓ ଅପରାହ୍ନରେ ଝଡ଼ବର୍ଷା ଓ କୁଆପଥର ମାଡ଼ ହେଉଥିଲା। ତେବେ ସମୁଦ୍ରପଟୁ କ୍ରମାଗତ ସ୍ଥଳଭାଗ ଆଡ଼କୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବାହ ଜାରି ରହିବାରୁ ରବିବାର ପାଗରେ ପରିବର୍ତ୍ତନ ହୋଇଛି। ବର୍ଷା କମିବା ସହ ତାତି ବଢ଼ିଛି। ବାଲେଶ୍ୱର, ପାରାଦ୍ୱୀପ, ହୀରାକୁଦ, ନୟାଗଡ଼, ଛତ୍ରପୁର ଓ ରାୟଗଡ଼ାରେ ବର୍ଷା ହୋଇଥିଲେ ମଧ୍ୟ ୧୪ ସହରରେ ପାରଦ ୩୫ ଡିଗ୍ରୀ ଉପରେ ରହିଥିଲା। ୩୬.୫ ଡିଗ୍ରୀ ସହ ମାଲକାନଗିରି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ତେବେ ଆଗକୁ ତାତି ଧୀରେ ଧୀରେ ବଢ଼ିବ। ୭୨ ଘଣ୍ଟାରେ ପାରଦ ୬ ଡିଗ୍ରୀ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ରବିବାର ସା ରେ ଜାରି ବୁଲେଟିନ ଅନୁସାରେ, ଉତ୍ତରରୁ ଦକ୍ଷିଣ ଯାଏ ଏକ ନିମ୍ନଚାପରେଖା ବାୟୁମଣ୍ଡଳରେ ସମୁଦ୍ର ପତନରୁ ୧.୫ କିମି ଉପରେ ରହିଛି। ଏହା ଉତ୍ତର ଛତିଶଗଡ଼ରୁ ବାହାରି ଦକ୍ଷିଣ ଆଭ୍ୟନ୍ତରୀଣ ତାମିଲନାଡ଼ୁ, ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶ ବାୟୁମଣ୍ଡଳ ଦେଇ ଲମ୍ବିଛି। ଏହାର ପ୍ରଭାବରେ ସୋମବାରଠାରୁ ଉପକୂଳବର୍ତ୍ତୀ କିଛି ଜିଲାରେ ଆସନ୍ତା ୫ ତାରିଖ ଯାଏ ପାଗ ଆଂଶିକ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପାଗ ମୁଖ୍ୟତଃ ଶୁଖିଲା ରହିବ, କିନ୍ତୁ ସ୍ଥାନେ ସ୍ଥାନେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ପର୍ଯ୍ୟାୟକ୍ରମେ ରାଜ୍ୟରେ ପାରଦ ୬ ଡିଗ୍ରୀ ଯାଏ ବୃଦ୍ଧି ପାଇବ ଓ ପଶ୍ଚିମ-ଦକ୍ଷିଣ ଆଭ୍ୟନ୍ତରୀଣ ତଥା ସୀମାନ୍ତ ଜିଲାଗୁଡ଼ିକରେ ପ୍ରବଳ ତାତି ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri