Odisha Elections 2024
Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ମୋଦିଙ୍କ ପାଇଁ ‘ମେରେ ନାମ୍‌’ ଫିଲ୍ମ ନିର୍ମାଣ କରାଯିବା ଉଚିତ୍‌: ପ୍ରିୟଙ୍କା

ଭୋପାଳ,୧୫।୧୧: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ପ୍ରଚାରର ଶେଷ ଦିନରେ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ ଅଭିନେତା ସଲମାନ ଖାନଙ୍କ ଫିଲ୍ମ ‘ତେରେ ନାମ’ ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀଙ୍କ ପାଇଁ ଫିଲ୍ମ ‘ମେରେ ନାମ’ କରାଯିବା ଉଚିତ ବୋଲି କହିଛନ୍ତି।
ସେ ଦତିଆରେ ଏକ ରାଲିକୁ ସମ୍ବୋଧିତ କରି କହିଛନ୍ତି, ମୋଦି ଜୀଙ୍କ ବିଷୟରେ ପଚାରନ୍ତୁ ନାହିଁ। ତାଙ୍କ ବିଷୟରେ କ’ଣ ଆଉ କହିବା, ସେ ହେଉଛନ୍ତି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଯିଏ ନିଜ ଯନ୍ତ୍ରଣା ପାଇଁ ସବୁଦିନ ଚିନ୍ତାରେ ପଡ଼ନ୍ତି। ତାଙ୍କୁ କିଏ କେତେ ଦୁର୍ବ୍ୟବହାର କରିଛି, ତାହାର ଏକ ଲିଷ୍ଟ କର୍ନାଟକ ନେଇ ଯାଇଥିଲେ। ସେ ଏଠାକୁ ଆସିବା ପରେ ସମାନ କଥା କହିଲେ। ଆପଣ ସଲମାନ ଖାନ ଚଳଚ୍ଚିତ୍ର ‘ତେରେ ନାମ’ ଦେଖିଛନ୍ତି କି? ସେହି ଚଳଚ୍ଚିତ୍ରରେ ସଲମାନ ଖାନ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ କାନ୍ଦୁଛନ୍ତି। ଯଦି ମୋଦି ଜୀଙ୍କ ପାଇଁ ଏକ ଫିଲ୍ମ ତିଆରି ହେବ, ତେବେ ଆମେ ଏହାର ନାମ ‘ମେରେ ନାମ’ ରଖାଯିବା ଉଚିତ୍‌।
ସୂଚନାଯୋଗ୍ୟ,ମଧ୍ୟପ୍ରଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନଭେମ୍ବର ୧୭ରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ‘ଆପଣଙ୍କ ଦାମ କେତେ’ ପଚାରି ଅଡ଼ୁଆରେ ଭାଜପା ପ୍ରାର୍ଥୀ

ନୂଆଦିଲ୍ଲୀ,୧୭ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଲକ୍ଷ୍ୟ କରି ଭାଜପା ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟ ଦେଇଥିବା ମନ୍ତବ୍ୟ ଉପରେ ନିର୍ବାଚନ କମିଶନ (ଇସି) ତାଙ୍କୁ କାରଣ...

‘ସ୍ବାତୀ ମାଲିଓ୍ବାଲ ଭାଜପାର ମୋହରା’

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ମାମଲା ଦିନକୁ ଦିନ ବିବାଦ ଘେରକୁ ଟାଣି ହେବାରେ ଲାଗିଛି। ଯେଉଁଥିରେ ଏଏପି...

ଏଥିପାଇଁ ସାମ୍ବାଦିକ ସମ୍ମିଳନୀ କରନ୍ତିନି ପ୍ରଧାନମନ୍ତ୍ରୀ ମୋଦି, କହିଲେ ବଡ଼ କାରଣ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତିନି, ଏନେଇ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ ସ୍ପଷ୍ଟ କରିଛନ୍ତି। ଗଣମାଧ୍ୟମକୁ କାହିଁକି ସେ ଖୁବ...

ସ୍ବାତୀ ମାଲିଓ୍ବାଲ କିଏ? ସ୍ବାମୀଙ୍କଠାରୁ ଅଲଗା; କିଭଳି କରିଥିଲେ ରାଜନୀତିରେ ଏଣ୍ଟ୍ରି..ଯାହା ପାଇଁ ଏବେ ଅଡୁଆରେ ଏଏପି…

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟି(ଏଏପି) ପକ୍ଷରୁ ରାଜ୍ୟ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ସ୍ବାତୀ ମାଲିଓ୍ବାଲଙ୍କ ସହ ଜଡ଼ିତ ଅସଦାଚରଣ ମାମଲା ଚର୍ଚ୍ଚାରେ ରହିଛି।...

ଦିଲ୍ଲୀ ଅବକାରି ନୀତି ମାମଲାରେ ଏଏପି ଅଭିଯୁକ୍ତ, କେଜରିଓ୍ବାଲ, ଏଏପି ବିରୋଧରେ ଇଡି ଦାଖଲ କଲା ଚାର୍ଜସିଟ

ନୂଆଦିଲ୍ଲୀ,୧୭।୫: ମଦ ଦୁର୍ନୀତି ମାମଲାରେ ଇଡି ଉଭୟ ଆମ ଆଦମୀ ପାର୍ଟି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛନ୍ତି। ଇଡି...

ରାହୁଲ ଗାନ୍ଧୀଙ୍କ ଉପରେ ଜରିମାନା ଲଗାଇଲେ ଝାଡ଼ଖଣ୍ଡ ହାଇକୋର୍ଟ, ଜାଣନ୍ତୁ ପୂରା ମାମଲା…

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜରିମାନା। ଏକ ମାମଲାକୁ ନେଇ ଝାଡ଼ଖଣ୍ଡ ହାଇକୋର୍ଟ ଶୁଣାଣି କରି ଜବାବ ଦାଖଲରେ ବିଳମ୍ବକୁ ନେଇ ରାହୁଲଙ୍କ ଉପରେ...

ମୁଁ ମୋ ପୁଅକୁ ଆପଣଙ୍କ ହାତରେ ଟେକି ଦେଉଛି, ରାହୁଲ ନିରାଶ କରିବେନି, ରାଏବରେଲି ମଞ୍ଚରେ ଏମିତି କହିଲେ ସୋନିଆ

ରାଏବରେଲି,୧୭।୫: ଶୁକ୍ରବାର ଗାନ୍ଧୀ-ନେହେରୁ ପରିବାରର ଦୁର୍ଗ ବୋଲି ବିବେଚନା କରାଯାଉଥିବା ରାଏ ବରେଲିରେ ବିରୋଧୀ ଦଳ I.N.D.I.A ର ଏକ ସମାବେଶ ଅନୁଷ୍ଠିତ ହୋଇଛି। ଏହି...

ପାକିସ୍ତାନର ହଜିଲା ନିଦ! ଭାରତୀୟ ବାୟୁସେନାକୁ ଜୁଲାଇରେ ମିଳିବ ପ୍ରଥମ ତେଜସ-MK1A ଫାଇଟର ଜେଟ

ନୂଆଦିଲ୍ଲୀ,୧୭।୫: ପୂର୍ବ ଅପେକ୍ଷା ଭାରତୀୟ ବାୟୁସେନା ଅଧିକ ଶକ୍ତିଶାଳୀ ହେଉଛି। ଆଗାମୀ ଦିନରେ ବାୟୁସେନାର ଶକ୍ତିରେ ଅତୁଳନୀୟ ବୃଦ୍ଧି ଘଟିବ। ଜୁଲାଇ ସୁଦ୍ଧା ପ୍ରଥମ ତେଜାସ-...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri