ଓଡ଼ିଶାରେ ମିଶିବା ଆମର ଭୁଲ: ଜୟନାରାୟଣ

ସମ୍ବଲପୁର,୮।୩(ଭବାନୀ ଶଙ୍କର ଭୋଇ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ସୁଭଦ୍ରା ଯୋଜନାରେ ମହିଳାଙ୍କୁ ଦ୍ୱିତୀୟ କିସ୍ତି ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମ ଗଙ୍ଗାଧର ମେହେର ବିଶ୍ୱ ବିଦ୍ୟାଳୟ ଅଡିଟୋରିୟମରେ ଆୟୋଜନ କରାଯାଇଥିଲା। ମୁଖ୍ୟ ଅତିଥିଭାବେ ରାଜ୍ୟ ପଞ୍ଚାୟତିରାଜ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ସମ୍ମାନିତ ଅତିଥିଭାବେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ଜିଲାପାଳ ସିଦ୍ଧେଶ୍ୱର ବଲିରାମ ବୋନ୍ଦର ଏବଂ ସମ୍ବଲପୁର ମହାନଗର ନିଗମ କମିଶନର ବେଦଭୂଷଣ ପ୍ରମୁଖ ଯୋଗ ଦେଇଥିଲେ। ହେଲେ ଏହି ବୈଠକରେ ଜୟନାରାୟଣ ନିଜ ଭାଷଣରେ ପଶ୍ଚିମ ଓଡ଼ିଶା ପ୍ରତି ରାଜ୍ୟ ସରକାର ପାତରଅନ୍ତର କରୁଥିବା ଏବଂ ଏଠାକାର ଭାଷା ସଂସ୍କୃତିକୁ ଦବେଇ ଦେବାର ଷଡଯନ୍ତ୍ର କରୁଥିବା ନେଇ ଗମ୍ଭୀର ଅଭିଯୋଗ କରିବା ସମସ୍ତଙ୍କୁ ଚକିତ କରିଥିଲା ।

ସେ ନିଜ ଭାଷଣରେ କହିଥିଲେ, ସମ୍ବଲପୁରର ଲୋକମାନଙ୍କୁ ଜାଣି ରଖିବା କଥା ଉତ୍କଳ କହିଲେ କଟକ, ପୁରୀ, ବଲେଶ୍ୱର । ଉତ୍କଳ, କଳିଙ୍ଗ, କୋଶଳ ମିଶି ଓଡ଼ିଶା ଗଠନ ହୋଇଛି। କେବଳ ଉତ୍କଳର ଜୟଗାନ ଗାଇବ, ବାକି କୋଶଳ ଏବଂ କଳିଙ୍ଗର ସମ୍ମାନ କିଛି ନାହିଁ। ଆମର ଅର୍ଥ, ଜଙ୍ଗଲ, ପାଣି, ଚାଷା, ଚାକିରି ସବୁଥିରେ ଶୋଷଣ କଲ। ତା’ ସହିତ ଆଜି ତୁମେ ସାଂସ୍କୃତିକ ଭାବେ ମଧ୍ୟ ଆମକୁ ଶୋଷଣ କରିବାକୁ ଚାହୁଁଛ ବୋଲି କହିଥିଲେ। ପୂର୍ବରୁ ମଧ୍ୟ ସେ ବିରୋଧୀ ଦଳରେ ଥିବା ସମୟରେ ଓଡ଼ିଶା ସରକାରଙ୍କ ପଶ୍ଚିମ ଓଡ଼ିଶା ପ୍ରତି ପାତରଅନ୍ତର କରୁଥିବା କଥା କହି ଆସୁଥିଲେ । ହେଲେ ଏବେ ତାଙ୍କ ଦଳ ଉଭୟ କେନ୍ଦ୍ର ଏବଂ ରାଜ୍ୟରେ ସରକାରରେ ଅଛି। ଏଭଳି ସ୍ଥିତିରେ ତାଙ୍କର ଇଙ୍ଗିତ କାହାକୁ ବୋଲି ସାଧାରଣରେ ପ୍ରଶ୍ନ ଉଠିଛି। ରାଜ୍ୟ ସରକାରଙ୍କ ମହତ୍ତ୍ବାକାଂକ୍ଷୀ ଯୋଜନାକୁ ନେଇ ଲୋକେ ଚାହିଁ ବସିଥିବା ବେଳେ ସେହି ସରକାରୀ କାର୍ଯ୍ୟକ୍ରମରେ ଜୟନାରାୟଣ କାହିଁକି ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବୋଲି ସମସ୍ତଙ୍କ ପ୍ରଶ୍ନ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri