ମେଧାବୀ ବିଦ୍ୟାର୍ଥୀ ସମ୍ମାନ ସମାରୋହ

ଭୁବନେଶ୍ୱର,୧୪।୯: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ମେଧାବୀ ବିଦ୍ୟାର୍ଥୀ ସମ୍ମାନ ସମାରୋହର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଉତ୍କଳ ବିଶ୍ୱବିଦ୍ୟାଳୟର ଏମ୍‌ଏ (ହିନ୍ଦୀ)ବିଭାଗର କୃତୀ ବିଦ୍ୟାର୍ଥୀମାନଙ୍କୁ ବିଓବି ପକ୍ଷରୁ ପୁରସ୍କୃତ ସହ ସମ୍ମାନିତ କରାଯାଇଥିଲା। ଅପରପକ୍ଷରେ ବ୍ୟାଙ୍କର କ୍ଷେତ୍ରୀୟ ପ୍ରବନ୍ଧକ ରାଜୀବ କ୍ରିଷ୍ଣା ଉତ୍କଳ ବିଶ୍ୱବିଦ୍ୟାଳୟର ଏମ୍‌ଏ (ହିନ୍ଦୀ) ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ତଲତ ନୁର୍‌ ଏବଂ ୨ୟ ସ୍ଥାନ ଅଧିକାର କରିଥିବା ପ୍ରୀତୀଶ ଥାନ୍‌ପତିଙ୍କୁ ଯଥାକ୍ରମେ ୧୧,୦୦୦ ଏବଂ ୭,୫୦୦ ଟଙ୍କାର ଅର୍ଥ ରାଶି ଓ ମାନପତ୍ର ବିଶ୍ୱବିଦ୍ୟାଳୟର ବିତ୍ତ ନିୟନ୍ତ୍ରକ ଗୌତମ ପ୍ରଧାନ ଏବଂ ହିନ୍ଦୀ ବିଭାଗର ସଂଯୋଜକ ବ୍ରଜସୁନ୍ଦର ମିଶ୍ରଙ୍କ ଉପସ୍ଥିତିରେ ପ୍ରଦାନ କରାଯାଇଥିଲା।

ସେହିଭଳି ବ୍ୟାଙ୍କର ନୂତନ ବବ୍‌ ବ୍ରୋ ଆକାଉଣ୍ଟ (ବିଓବି ବିଆର୍‌ଓ ଆକାଉଣ୍ଟ) ତଥା ବ୍ୟାଙ୍କର ଡିଜିଟାଲ  ଏବଂ ସାଇବର ସୁରକ୍ଷା ସମ୍ବନ୍ଧରେ ରାଜୀବ ବିଦ୍ୟାର୍ଥୀମାନଙ୍କୁ ବିସ୍ତୃତ ଭାବେ ଅବଗତ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଓବିର କ୍ଷେତ୍ରୀୟ ବ୍ୟବସାୟ ବିକାଶ ପ୍ରବନ୍ଧକ ମାନସ ପଟ୍ଟନାୟକଙ୍କ ସମେତ ବ୍ୟାଙ୍କର ବହୁ ବରିଷ୍ଠ ଅଧିକାରୀ ଓ ବିଶ୍ୱବିଦ୍ୟାଳୟର ହିନ୍ଦୀ ବିଭାଗର ପ୍ରାଧ୍ୟାପକମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ୨୦୦୬ରେ ବରୋଦା ମେଧାବୀ ପ୍ରୋତ୍ସାହନ ଯୋଜନା ଆରମ୍ଭ କରାଯାଇଥିଲା। ବିଶେଷକରି ଯୁବପିଢ଼ିମାନଙ୍କ ମଧ୍ୟରେ ହିନ୍ଦୀ ଭାଷାକୁ ଲୋକପ୍ରିୟ କରାଇବା ହେଉଛି ଏହି ଯୋଜନାର ମୂଳ ଉଦ୍ଦେଶ୍ୟ। ଏହି ଯୋଜନା ଅନ୍ତର୍ଗତ ବ୍ୟାଙ୍କ ଦ୍ୱାରା ସାରା ଦେଶରେ ୭୧ଟି ବିଶ୍ୱବିଦ୍ୟାଳୟରେ ଏମ୍‌ଏ(ହିନ୍ଦୀ) ପରୀକ୍ଷାରେ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ହାସଲ କରିଥିବା ଛାତ୍ରୀଛାତ୍ରମାନଙ୍କୁ ପୁରସ୍କୃତ ସହ ସମ୍ମାନିତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri