Posted inଖେଳ

ମେରିକମ୍‌, ମନପ୍ରୀତ୍‌ ସିଂ ଭାରତର ପତାକା ବାହକ ହେବେ

ନୂଆଦିଲ୍ଲୀ, ୬ା୭ (ପି.ଟି.)-ଟୋକିଓ ଅଲିମ୍ପିକ୍ସର ଉଦ୍‌ଘାଟନୀ ଉତ୍ସବରେ ବକ୍ସର ଏମ୍‌. ସି. ମେରିକମ୍‌ ଓ ପୁରୁଷ ହକି ଦଳର ଅଧିନାୟକ ମନପ୍ରୀତ୍‌ ସିଂ ଭାରତର ପତାକା ବାହକ ହେବେ। ଅଗଷ୍ଟ ୮ ଉଦ୍‌ଯାପନୀ ଉତ୍ସବରେ ଭାରତର ଅନ୍ୟତମ ବଡ଼ ଆଶା ରେସ୍‌ଲର ବଜରଙ୍ଗ ପୁନିଆ ଭାରତର ପତାକା ବାହକ ହେବେ। ଭାରତୀୟ ଅଲିମ୍ପିକ କମିଟି (ଆଇଓଏ) ଗେମ୍ସର ଆୟୋଜକ କମିଟି ସହ ଯୋଗାଯୋଗ ପରେ ଏହି ନିଷ୍ପତ୍ତି ନେଇଛି। ପୂର୍ବରୁ ଲିଙ୍ଗଭେଦ ସମାନତାକୁ କାର୍ଯ୍ୟକାରୀ କରିବାକୁ ଯାଇ ଆସନ୍ତା ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତ ପ୍ରଥମ ଥର ଜଣେ ପୁରୁଷ ଓ ଜଣେ ମହିଳା ଦୁଇଜଣଙ୍କୁ ପତାକା ବାହକ କରିବା ଲାଗି ସ୍ଥିର କରିସାରିଥିଲା। ଆଇଓଏ ମୁଖ୍ୟ ନରିନ୍ଦର ବାତ୍ରା ନିକଟରେ ଏ ବିଷୟରେ ସୂଚନା ଦେଇଥିଲେ। ୨୦୧୬ ରିଓ ଡି’ ଜେନିରୋ ଗେମ୍ସର ଉଦ୍‌ଘାଟନୀ ଉତ୍ସବରେ ଦେଶର ଏକମାତ୍ର ଅଲିମ୍ପିକ ସ୍ବର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରା ଭାରତୀୟ ଦଳର ପତାକା ବାହକ ଦାୟିତ୍ୱ ତୁଲାଇଥିଲେ। ଟୋକିଓ ଗେମ୍ସ ଜୁଲାଇ ୨୩ରୁ ଆରମ୍ଭ ହେବ। ଏଥିରେ ବଭିନ୍ନ କ୍ରୀଡ଼ାରେ ୧୦୦ରୁ ଊର୍ଦ୍ଧ୍ୱ ଭାରତୀୟ ଆଥ୍‌ଲେଟ ଭାଗନେବେ। ପ୍ରକୃତରେ ଏହି ଉତ୍ସବ ଗତବର୍ଷ ଆୟୋଜନ ହେବାର ଥିଲା। ମାତ୍ର କୋଭିଡ୍‌ ମହାମାରୀ ଯୋଗୁ ଏହାକୁ ସ୍ଥଗିତ ରଖାଯାଇଥିଲା। ଗତବର୍ଷ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି(ଆଇଓସି)ର କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ବସିଥିଲା। ଗେମ୍ସରେ ଭାଗ ନେଉଥିବା ୨୦୬ ଦେଶ ସେମାନଙ୍କ ଦଳରେ ଅତିକମ୍‌ରେ ଜଣେ ପୁରୁଷ ଓ ଜଣେ ମହିଳା ଆଥ୍‌ଲେଟ ପତାକା ବାହକ ରଖିବା ଉଚିତ ବୋଲି ଏଥିରେ ମତପ୍ରକାଶ ପାଇଥିଲା ବୋଲି ଆଇଓସି ମୁଖ୍ୟ ଥୋମାସ୍‌ ବ୍ୟାକ୍‌ କହିଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ଲାଗି ମଧ୍ୟ ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri