ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ ତାଙ୍କ ନେତୃତ୍ୱ, ରାଜନୈତିକ ଜ୍ଞାନ ଓ ଦୂରଦର୍ଶିତାର ପ୍ରଶଂସା କରିଛନ୍ତି ।

ପୁଟିନ୍ କହିଛନ୍ତି, ଭାରତୀୟଙ୍କ ମଧ୍ୟରେ ମୋଦିଙ୍କର ଉଚ୍ଚ ସମ୍ମାନ ରହିଛି ଏବଂ ବିଶ୍ୱ ମଞ୍ଚରେ ମଧ୍ୟ ତାଙ୍କର ବଡ଼ ପ୍ରଭାବ ରହିଛି । ଭାରତ-ରୁଷିଆ ମଧ୍ୟରେ ରହିଥିବା ରଣନୈତିକ ଭାଗିଦାରିକୁ ମଜବୁତ କରିବାରେ ମୋଦିଙ୍କ ଅବଦାନକୁ ଶବ୍ଦରେ ବର୍ଣ୍ଣନା କରିବା କଷ୍ଟକର ବୋଲି ସେ କହିଛନ୍ତି। ଗତ ସପ୍ତାହରେ ନୂଆଦିଲ୍ଲୀ ଗସ୍ତ ସମୟରେ ମିଳିଥିବା ଉତ୍ତମ ସ୍ୱାଗତ ଓ ଆତିଥ୍ୟ ପାଇଁ ମଧ୍ୟ ପୁଟିନ୍ ଧନ୍ୟବାଦ ଜଣାଇଛନ୍ତି । ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଆଲୋଚନାକୁ ସେ ଗୁରୁତ୍ୱପୂର୍ଣ୍ଣ ବୋଲି କହିବା ସହ ଏହାର ଫଳାଫଳ ମଧ୍ୟ ମିଳିଥିବା ଉଲ୍ଲେଖ କରିଛନ୍ତି।

ମୋଦିଙ୍କ ସହ ଆଲୋଚନା କରିବା ସବୁବେଳେ ତାଙ୍କ ପାଇଁ ସୁଖଦ ଅନୁଭୂତି ବୋଲି ପୁଟିନ୍ କହିଛନ୍ତି। ଆଲୋଚନା ତାଙ୍କର ରାଜନୈତିକ ଜ୍ଞାନ ଓ ଦୂରଦର୍ଶିତାକୁ ପୁଣିଥରେ ପ୍ରମାଣିତ କରିଛି ବୋଲି ସେ ମତ ଦେଇଛନ୍ତି । ମିତ୍ର ଦେଶଗୁଡ଼ିକ ପାଇଁ ରୁଷିଆ ନିଜର ସହଯୋଗ ଜାରି ରଖିବ ବୋଲି ମଧ୍ୟ ପୁଟିନ୍ କହିଛନ୍ତି।

ସୂଚନାଯୋଗ୍ୟ, ନୂଆଦିଲ୍ଲୀରେ ବ୍ରିକ୍ସ ସମିଟ୍‌ ୨୦୨୬ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଓ ରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ହୋଇଥିଲା। ଏହି ସମୟରେ ଦୁଇ ଦେଶ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ସହ ଏକାଧିକ ବୁଝାମଣା ହୋଇଥିବା ଜଣାପଡ଼ିଥିଲା। ଏହି ବୈଠକକୁ ଭାରତ-ରୁଷିଆ ସମ୍ପର୍କ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବୋଲି ଦେଖାଯାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍‌କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍‌ ବାଶ୍‌ ଲିଗ୍‌ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମଧ୍ୟ…

ସେମିକନ୍ ଇଣ୍ଡିଆରେ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ହେବ…

ନୂଆଦିଲ୍ଲୀ,୧୭।୯: ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତର ପରବର୍ତ୍ତୀ ପର୍ଯ୍ୟାୟର ଅଭିଯାନ ଅଧିକ ବ୍ୟାପକ ହେବ। ଦେଶରେ ଅତିକମ୍‌ରେ ୨୦୦ଟି ଷ୍ଟାର୍ଟଅପ୍‌ ଓ କମ୍ପାନୀକୁ ଚିପ୍‌ ଡିଜାଇନ କାର୍ଯ୍ୟରେ ସାମିଲ…

ଆଉ ୨ ଦିନ ପରେ ୩ ରାଶିଙ୍କ ଉପରୁ କଟିଯିବ ଶନିଦଶା! ଅପାର ଧନ ଲାଭ ସହ ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚର ଓ ଗତି ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଅନ୍ୟ ଗ୍ରହମାନଙ୍କ ତୁଳନାରେ ଶନି ଧୀରେ ଗତି କରୁଥିବାରୁ ତାଙ୍କ ରାଶି ପରିବର୍ତ୍ତନର…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ…

ଜନ୍ମଦିନରେ ମହିଳାଙ୍କୁ ପିଏମ୍‌ ମୋଦିଙ୍କ ବଡ଼ ଉପହାର: ଖାତାକୁ ଗଲା ୩ ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନ ଅବସରରେ ପଶ୍ଚିମବଙ୍ଗର ମହିଳାଙ୍କୁ ବଡ଼ ଉପହାର ଦେଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ସେ ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀଙ୍କ…

ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…

ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ…

ପେଟ୍ରୋଲ ଭରାଇବା ପରେ UPIରେ ଦେଇପାରିବେନି ଟଙ୍କା! କାହିଁକି ବିରୋଧ କରୁଛନ୍ତି ପେଟ୍ରୋଲ ପମ୍ପ ଡିଲର, ଜାଣନ୍ତୁ…

ନୂଆଦିଲ୍ଲୀ,୧୭।୯: ପେଟ୍ରୋଲ କିମ୍ବା ଡିଜେଲ ଭରାଇବା ପରେ UPI ମାଧ୍ୟମରେ ପେମେଣ୍ଟ କରୁଥିବା ଗ୍ରାହକଙ୍କ ପାଇଁ ଏକ ନୂଆ ନିୟମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୨,୦୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?