Posted inଖେଳ

ମେସି କଲେ ବଡ଼ ଘୋଷଣା

ଦୋହା,୧୯।୧୨: ଆର୍ଜେଣ୍ଟିନା ତାରକା ଲିଓନେଲ ମେସି ନିଜ ଜୀବନର ସ୍ବପ୍ନକୁ ପୂରଣ କରିଚନ୍ତି। ସେ ଦେଶକୁ ଫିଫା ବିଶ୍ୱକପ ଜିତାଇଛନ୍ତି। ଏହି ବିଜୟ ପରେ ସେ ନିଜ ଦେଶ ପାଇଁ ଖେଳିବା ଜାରି ରଖିବାକୁ ଶପଥ ନେଇଛନ୍ତି। ମେସି କହିଛନ୍ତି, ମୁଁ ଏହି ଟ୍ରଫିକୁ ଆର୍ଜେଣ୍ଟିନାକୁ ନେଇ ଅନ୍ୟମାନଙ୍କ ସହ ଉପଭୋଗ କରିବାକୁ ଚାହୁଁଛି। ମୁଁ ଏବେ ବିଶ୍ୱ ଚାମ୍ପିଅନ ଭାବରେ ଖେଳିବାକୁ ଚାହୁଁଛି। ମେସିଙ୍କ ଚମତ୍କାର ପ୍ରଦର୍ଶନ ଯୋଗୁ ରବିବାର ହାଇଭୋଲଟେଜ ଫାଇନାଲରେ ଆର୍ଜେଣ୍ଟିନା ଫ୍ରାନ୍ସକୁ ୪-୨ରେ ପରାସ୍ତ କରିଛି।
ଫାଇନାଲ ପୂର୍ବରୁ କୁହାଯାଇଥିଲା ଯେ, ୩୫ ବର୍ଷୀୟ ମେସି ତାଙ୍କର ୧୭୨ ତମ ତଥା ଶେଷ ବିଶ୍ୱକପ ମ୍ୟାଚ ଖେଳିବେ। ୨୦୨୨ ବିଶ୍ୱକପ ଫାଇନାଲ ତାଙ୍କର ଶେଷ ମ୍ୟାଚ ହେବ ବୋଲି ମେସି ମଧ୍ୟ କହିଥିଲେ। ସେ କହିଥିଲେ, ମୁଁ ବହୁତ ଖୁସି ଅନୁଭବ କରୁଛି ଯେ ମୁଁ ଏହା ହାସଲ କରିଛି ଏବଂ ଫାଇନାଲ ଖେଳି ମୋର ବିଶ୍ୱକପ ଯାତ୍ରା ଶେଷ କରିବି।
କତାରରେ ଚାଲିଥିବା ବିଶ୍ୱକପ ଫାଇନାଲରେ ଆର୍ଜେଣ୍ଟିନା ପେନାଲ୍ଟି ସୁଟଆଉଟରେ ଫ୍ରାନ୍ସକୁ ୪-୨ରେ ପରାସ୍ତ କରିଛି। ଫଳରେ ଆର୍ଜେଣ୍ଟିନା ୩୬ ବର୍ଷ ପରେ ବିଶ୍ୱକପ ଜିତିବାରେ ସକ୍ଷମ ହୋଇଛନ୍ତି। ଏହାପୂର୍ବରୁ ୧୯୭୮ ଏବଂ ୧୯୮୬ ପରେ ତୃତୀୟ ଥର ପାଇଁ ଟାଇଟଲ ଜିତିଛି ଆର୍ଜେଣ୍ଟିନା।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri