Posted inଖେଳ

୭୦୦ ଗୋଲ ସ୍କୋର କଲେ ମେସି

ବାର୍ସିଲୋନା,୧।୭: ଆର୍ଜେଣ୍ଟିନା ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ନିଜ ଦେଶ ଓ କ୍ଲବ ପାଇଁ ୭୦୦ ଗୋଲ ସ୍କୋର କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ଲା ଲିଗାର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ବାର୍ସିଲୋନା ଓ ଆଟ୍‌ଲେଟିକୋ ମାଡ୍ରିଡ୍‌ ପରସ୍ପରକୁ ଭେଟିଥିଲେ। ତେବେ ଏହି ମ୍ୟାଚ୍‌ ୨-୨ ଗୋଲରେ ଡ୍ର ରହିଥିଲା। ମେସି ୫୦ତମ ମିନିଟ୍‌ରେ ପେନାଲ୍ଟି ଜରିଆରେ ଗୋଲ ଦେଇ ଏହି ମାଇଲ୍‌ଖୁଣ୍ଟ ସ୍ଥାପନ କରିଛନ୍ତି। ତେବେ ବାର୍ସିଲୋନ ପାଇଁ ମେସି ୭୨୪ଟି ମ୍ୟାଚ୍‌ ଖେଳି ୬୩୦ତମ ଗୋଲ ସ୍କୋର କରିଛନ୍ତି। ସେହିପରି ସେ ଆର୍ଜେଣ୍ଟିନା ପାଇଁ ମେସି ୧୩୮ଟି ମ୍ୟାଚ୍‌ ଖେଳି ୭୦ ଅନ୍ତର୍ଜାତୀୟ ଗୋଲ ସ୍କୋର କରିଛନ୍ତି। ମେସିଙ୍କ ପୂର୍ବରୁ ତାଙ୍କ ପାରମ୍ଭରିକ ପ୍ରତିଦ୍ୱନ୍ଦ୍ୱୀ କ୍ରିଷ୍ଟିଆନୋ ରୋନାଲ୍ଡୋ ୨୦୧୯ ଅନ୍ତିମ ଭାଗରେ ୭୦୦ ଗୋଲ ସ୍କୋର କରି ରେକର୍ଡ କରିଥିଲେ। ରୋନାଲ୍ଡୋ ଏପର୍ଯ୍ୟନ୍ତ ୧,୦୦୫ ମ୍ୟାଚ୍‌ ଖେଳି ୭୨୮ ଗୋଲ ସ୍କୋର କରିଛନ୍ତି। ମେସି ୮୬୨ ମ୍ୟାଚ୍‌ ଖେଳି ୭୦୦ ଗୋଲ ସ୍କୋର କରିଛନ୍ତି।
ତେବେ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଡ୍ର ରଖିଥିବାରୁ ବାର୍ସିଲୋନାର ଟାଇଟଲ ଆଶାକୁ ଜବରଦସ୍ତ ଧକ୍କା ଲାଗିଛି। ଗତ ୪ଟି ରାଉଣ୍ଡ ମ୍ୟାଚ୍‌ରେ ବାର୍ସିଲୋନାର ଏଡା ତୃତୀୟ ଡ୍ର। ଫଳରେ ବାର୍ସିଲୋନା ଗୋଟିଏ ପଏଣ୍ଟ କମ୍‌ ପାଇଁ ରିୟଲ ମାଡ୍ରିଡ୍‌ ପଛରେ ରହିଛି। ମାଡ୍ରିଡ୍‌ ୩୨ଟି ମ୍ୟାଚ୍‌ ଖେଳି ୨୧ ବିଜୟ, ୮ ଡ୍ର, ୩ ପରାଜୟ ସହ ୭୧ ପଏଣ୍ଟ ପାଇ ତାଲିକାରେ ଶୀର୍ଷରେ ରହିଛି। ଅନ୍ୟପଟେ ବାର୍ସିଲୋନ ୩୩ ମ୍ୟାଚ୍‌ ଖେଳି ୨୧ ବିଜୟ, ୭ ଡ୍ର ଓ ୫ ପରାଜୟ ସହ ୭୦ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri