Posted inଖେଳ

ସ୍ପେନ୍‌ ମାଟିରେ ମେସି ଦେଖାଇଲେ ଚମକ

ମାଡ୍ରିଡ୍‌, ୭।୬: ସ୍ପେନ୍‌ ମାଟିରେ ପୁଣି ଥରେ ଦେଖିବାକୁ ମିଳିଛି ଲିଓନେଲ ମେସିଙ୍କ ଚମକ। ଆର୍ଜେଣ୍ଟିନା ଷ୍ଟ୍ରାଇକର ରବିବାର ଇଷ୍ଟୋନିଆ ବିପକ୍ଷ ଏକ ବନ୍ଧୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ୫ ଗୋଲ ସ୍କୋର କରିଛନ୍ତି। ଆର୍ଜେଣ୍ଟିନାକୁ ୫-୦ର ବୃହତ୍‌ ବିଜୟ ଦେବା ସହ ସର୍ବାଧିକ ଅନ୍ତର୍ଜାତୀୟ ଗୋଲ ସ୍କୋରରଙ୍କ ତାଲିକାରେ ହଙ୍ଗେରୀର ଫେରେଙ୍କ ପୁସ୍କାସଙ୍କୁ ସେ ପଛରେ ପକାଇଛନ୍ତି। ପାମ୍ପାଲୋନା ସହରର ଏଲ୍‌ ସାଡାର ଷ୍ଟାଡିୟମରେ ମ୍ୟାଚ୍‌ର ୮ମ ମିନିଟ୍‌ରେ ଏକ ପେନାଲ୍ଟି କିକ୍‌ ଜରିଆରେ ଆର୍ଜେଣ୍ଟିନା ପାଇଁ ଖାତା ଖୋଲିଥିଲେ। ୩୪ ବର୍ଷୀୟ ମେସି ପ୍ରଥମାର୍ଦ୍ଧର ଅନ୍ତିମ ମିନିଟ୍‌ରେ ଦ୍ୱିତୀୟ ଗୋଲ ଦେଇଥିଲେ। ଦ୍ୱିତୀୟାର୍ଦ୍ଧରେ ୪୭, ୭୧ ଓ ୭୬ତମ ମିନିଟ୍‌ରେ ଗୋଟିଏ ଲେଖାଏ ଗୋଲ ସ୍କୋର କରି ମେସି ୫ ଗୋଲ ପୂରଣ କରିଥିଲେ। ଏଥିସହିତ ପ୍ୟାରିସ୍‌ ସେଣ୍ଟ ଜର୍ମେନ ଫରଓ୍ବାର୍ଡ ପ୍ରଥମ ଖେଳାଳି ଭାବେ ଚାମ୍ପିୟନ୍‌ ଲିଗ୍‌ ଏବଂ ସିନିୟର ଅନ୍ତର୍ଜାତୀୟ ମ୍ୟାଚ୍‌ରେ ୫ ଗୋଲ କରିଛନ୍ତି। ସେ ଅନ୍ତିମ ଥର ୧୦ ବର୍ଷ ତଳେ ବାର୍ସିଲୋନା ପାଇଁ ବାୟର ଲେଭରକୁସେନ ବିପକ୍ଷ ଚାମ୍ପିୟନ୍ସ ଲିଗ୍‌ ପ୍ରିକ୍ୱାର୍ଟର ଫାଇନାଲରେ ଏହି ସଫଳତା ପାଇଥିଲେ। ଏହି ମ୍ୟାଚ୍‌କୁ ବାର୍ସିଲୋନା ୭-୧ରେ ଜିତିଥିଲା। ମେସି ଏବେ ବି ସର୍ବାଧିକ ଅନ୍ତର୍ଜାତୀୟ ଗୋଲ ସ୍କୋରରଙ୍କ ତାଲିକାର ୩ୟ ସ୍ଥାନରେ ଥିବା ମାଲେସିଆ ଫରଓ୍ବାର୍ଡ ମୋଖତାର ଦାହାରିଙ୍କଠାରୁ ୩ ଗୋଲ ପଛରେ ଅଛନ୍ତି। ଏହି ତାଲିକାରେ ଇରାନର ଅଲି ଦାଇ (୧୦୯)ଦ୍ୱିତୀୟ ସ୍ଥାନରେ ଥିବା ବେଳେ ଶୀର୍ଷରେ ଅଛନ୍ତି ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ(୧୧୭ ଗୋଲ)।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri