Posted inଖେଳ

ଅଷ୍ଟମଥର ପାଇଁ ସମ୍ମାନଜନକ ବାଲନ ଡି’ଅର୍‌ ପୁରସ୍କାର ଜିତିଲେ ମେସି

ନୂଆଦିଲ୍ଲୀ,୩୧।୧୦: ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ପୁଣି ଥରେ ସମ୍ମାନଜନକ ବାଲନ ଡି’ଅର୍‌ ପୁରସ୍କାର ପାଇଛନ୍ତି। ଅଷ୍ଟମ ଥର ପାଇଁ ମେସିଙ୍କୁ ବାଲନ ଡି’ଅର୍‌ ପୁରସ୍କାର ପ୍ରଦାନ କରାଯାଇଛି। ମେସି ପ୍ରଥମ ଏସ୍‌ଏଲ୍‌ଏସ୍‌ ଖେଳାଳି ଭାବରେ ବାଲନ ଡି’ଅର୍‌ ପୁରସ୍କାର ଜିତିଥିଲେ। ଇଣ୍ଟର ମିଆମି ମାଲିକ ତଥା ଫୁଟବଲ କିମ୍ବଦନ୍ତୀ ଡେଭିଡ ବେକହମ ମେସିଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଲିଓନେଲ ମେସି ପୂର୍ବରୁ ୨୦୦୯, ୨୦୧୦, ୨୦୧୧, ୨୦୧୨, ୨୦୧୫, ୨୦୧୯ ଏବଂ ୨୦୨୧ରେ ବାଲନ ଡି’ଅର୍‌ ପୁରସ୍କାର ଜିତିଛନ୍ତି।
ଫୁଟବଲର ବାଲନ ଡି’ଅର୍‌ ହେଉଛି ସବୁଠାରୁ ସମ୍ମାନଜନକ ପୁରସ୍କାର, ଯାହା ଏକ ବ୍ୟକ୍ତିଗତ ଖେଳାଳିଙ୍କୁ ଦିଆଯାଇଥିବା ସମ୍ମାନ। ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ଆଧାରରେ ଏହା ପ୍ରତିବର୍ଷ ଫୁଟବଲ କ୍ଲବ ଏବଂ ଜାତୀୟ ଦଳର ଖେଳାଳିଙ୍କୁ ଦିଆଯାଏ। ୧୯୫୬ ପରଠାରୁ ପ୍ରତିବର୍ଷ ପୁରୁଷମାନେ ସେମାନଙ୍କର ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଏହି ପୁରସ୍କାରରେ ସମ୍ମାନିତ ହୁଅନ୍ତି। ଶ୍ରେଷ୍ଠ ମହିଳା ଖେଳାଳିଙ୍କୁ ବାଲନ ଡି’ଅର୍‌ ଦେବାର ପରମ୍ପରା ୨୦୧୮ରୁ ଆରମ୍ଭ ହୋଇଛି। ୨୦୨୦ରେ କୋଭିଡ ମହାମାରୀ ହେତୁ ଏହି ପୁରସ୍କାର ପ୍ରଦାନ କରାଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?