Posted inଖେଳ

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ନକ୍‌ଆଉଟ୍‌ ରାଉଣ୍ଡରେ ପ୍ରବେଶ କରିଛି।

ଏହି ମ୍ୟାଚ୍‌ରେ ମେସି ଫିଫା ବିଶ୍ୱକପ୍‌ରେ ସର୍ବାଧିକ ସଂଖ୍ୟକ ଗୋଲ କରିବାର ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମହାନ ଖେଳାଳି ବିଶ୍ୱକପ୍‌ରେ ଲଗାତର ଷଷ୍ଠ ମ୍ୟାଚ୍‌ରେ ଗୋଲ କରିଛନ୍ତି।

ଅଷ୍ଟମ ମିନିଟ୍‌ରେ ପେନାଲ୍ଟି ଜରିଆରେ ତାଙ୍କୁ ରେକର୍ଡ ଭଙ୍ଗ କରିବାକୁ ଏକ ସୁଯୋଗ ମିଳିଥିଲା। ହେଲେ ମେସିଙ୍କ ଶଟ୍‌ ଗୋଲପୋଷ୍ଟ ବାହାରକୁ ଚାଲିଯାଇଥିଲା। ଏହାର ଠିକ ଅଧ ଘଣ୍ଟା ପରେ ଅର୍ଥାତ ୩୮ତମ ମିନିଟ୍‌ରେ ନେଟ୍‌ଠାରୁ ୧୫ ମିଟର ଦୂରରେ ଫାକୁଣ୍ଡୋ ମେଡିନାଙ୍କଠାରୁ ମିଳିଥିବା ପାସକୁ ସେ ଗୋଲରେ ପରିଣତ କରିଥିଲେ।

ଏହି ଗୋଲ ଯୋଗୁ ପ୍ରଥମାର୍ଦ୍ଧରେ ଆର୍ଜେଣ୍ଟିନା ୧-୦ ଗୋଲରେ ଆଗରେ ରହିଥିଲା। ଦ୍ୱିତୀୟାର୍ଦ୍ଧର ଇଞ୍ଜୁରି ଟାଇମରେ ମେସି (୯୦+୫) ବକ୍ସର ୫ ମିଟର ବାହାରୁ ଏକ ଶକ୍ତିଶାଳୀ କିକ୍‌ କରି ଦ୍ୱିତୀୟ ଗୋଲ କରିଥିଲେ। ମ୍ୟାଚ୍‌ରେ ଡବଲ ଗୋଲ ଯୋଗୁ ବିଶ୍ୱକପ୍‌ରେ ତାଙ୍କ ଗୋଲ ସଂଖ୍ୟା ୧୮ରେ ପହଞ୍ଚିଛି। ପୂର୍ବରୁ ସେ ୧୬ ଗୋଲ ସହ ଜର୍ମାନୀର ମହାନ ଷ୍ଟ୍ରାଇକର ମିରୋସ୍ଲାଭ କ୍ଲୋଜଙ୍କ ସହ ସମକକ୍ଷ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ଲମ୍ବା କେଶ ପାଇଁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ନୂଆଦିଲ୍ଲୀ,୯।୮: ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri