ମେସର୍ସ କେସିଏସ୍‌ କ୍ୟାମ୍ପ ଭାଙ୍ଗିଲେ, ମେଶିନ ପୋଡ଼ିଦେଲେ

କେନ୍ଦୁଝର, ୩ା୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଅଧୀନ କାଦକଳା ଗ୍ରାମ ନିକଟ ଜମ୍ଭିରିପଶିଠାରେ ସ୍ଲରି ପାଇପ୍‌ ଲାଇନ ବିଛାଇବା କାମ କରୁଥିବା ମେସର୍ସ କେସିଏସ୍‌ ପ୍ରୋଜେକ୍ଟ କ୍ୟାମ୍ପକୁ ଶୁକ୍ରବାର ଅପରାହ୍ନରେ ଦୁର୍ବୃତ୍ତମାନେ ଭଙ୍ଗାରୁଜା କରିବା ସହ ମେଶିନ ପୋଡ଼ିଦେଇଛନ୍ତି। ଦୁର୍ବୃତ୍ତମାନେ ଏକ ମାଟିଖୋଳା ମେଶିନକୁ ପୋଡ଼ିଦେଇଥିବା ବେଳେ ଜେନେରେଟର, ଅନ୍ୟ ଗାଡ଼ି ଭାଙ୍ଗି ଦେଇଛନ୍ତି। ଏହି ସମୟରେ କ୍ୟାମ୍ପରେ କେହି ନ ଥିଲେ ବୋଲି କୁହାଯାଉଛି। ତେବେ ଏନେଇ ଏସ୍‌ଡିପିଓ ପି.ଜେ. ଟପୋ ଓ ଅନ୍ୟ ପୋଲିସ ଅଧିକାରୀ ଫୋର୍ସ ସହ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ନଜର ରଖିଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ଡିପିଓ ଟପୋ କହିଛନ୍ତି। ଏନେଇ ମେସର୍ସ କେସିଏସ୍‌ ସଂସ୍ଥା ପକ୍ଷରୁ ନାୟାକୋଟ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଜମ୍ଭିରିପଶି ନିକଟରେ କାମ ଚାଲିଥିବା ବେଳେ କେତେଜଣ ଲୋକ ଆସି ଧମକ ଦେଇ ଗଣ୍ଡଗୋଳ କରିଥିଲେ ବୋଲି ଏତଲାରେ ଦର୍ଶାଯାଇଛି। ପ୍ରକାଶ ଯେ, ଭଙ୍ଗାରୁଜା ଓ ମେଶିନ ପୋଡ଼ାଯିବାର କାରଣ ଜଣାପଡ଼ି ନ ଥିଲେ ହେଁ ସ୍ଲରି ପାଇପ୍‌ ଲାଇନ ଦ୍ୱାରା ଲୁହାପଥର ପରିବହନ ହେଲେ ଟ୍ରକ୍‌ ମାଲିକମାନେ କ୍ଷତିଗ୍ରସ୍ତ ହେବେ ବୋଲି ଆଶଙ୍କା କରି ଜିଲାରେ ବିରୋଧ ହୋଇଆସୁଥିଲା। ଟ୍ରକ୍‌ ମାଲିକ ଏବଂ ଏହା ଉପରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ନିର୍ଭରଶୀଳ ଲକ୍ଷାଧିକ ପରିବାର ଆନ୍ଦୋଳନ କରିଆସୁଥିଲେ। କାମ ବନ୍ଦ କରିବା ପାଇଁ ଏଭଳି କାଣ୍ଡ ଘଟାଯାଇଥିବା ପୋଲିସ ସନ୍ଦେହ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?