ମେସର୍ସ କେସିଏସ୍‌ କ୍ୟାମ୍ପ ଭାଙ୍ଗିଲେ, ମେଶିନ ପୋଡ଼ିଦେଲେ

କେନ୍ଦୁଝର, ୩ା୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଅଧୀନ କାଦକଳା ଗ୍ରାମ ନିକଟ ଜମ୍ଭିରିପଶିଠାରେ ସ୍ଲରି ପାଇପ୍‌ ଲାଇନ ବିଛାଇବା କାମ କରୁଥିବା ମେସର୍ସ କେସିଏସ୍‌ ପ୍ରୋଜେକ୍ଟ କ୍ୟାମ୍ପକୁ ଶୁକ୍ରବାର ଅପରାହ୍ନରେ ଦୁର୍ବୃତ୍ତମାନେ ଭଙ୍ଗାରୁଜା କରିବା ସହ ମେଶିନ ପୋଡ଼ିଦେଇଛନ୍ତି। ଦୁର୍ବୃତ୍ତମାନେ ଏକ ମାଟିଖୋଳା ମେଶିନକୁ ପୋଡ଼ିଦେଇଥିବା ବେଳେ ଜେନେରେଟର, ଅନ୍ୟ ଗାଡ଼ି ଭାଙ୍ଗି ଦେଇଛନ୍ତି। ଏହି ସମୟରେ କ୍ୟାମ୍ପରେ କେହି ନ ଥିଲେ ବୋଲି କୁହାଯାଉଛି। ତେବେ ଏନେଇ ଏସ୍‌ଡିପିଓ ପି.ଜେ. ଟପୋ ଓ ଅନ୍ୟ ପୋଲିସ ଅଧିକାରୀ ଫୋର୍ସ ସହ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ନଜର ରଖିଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ଡିପିଓ ଟପୋ କହିଛନ୍ତି। ଏନେଇ ମେସର୍ସ କେସିଏସ୍‌ ସଂସ୍ଥା ପକ୍ଷରୁ ନାୟାକୋଟ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଜମ୍ଭିରିପଶି ନିକଟରେ କାମ ଚାଲିଥିବା ବେଳେ କେତେଜଣ ଲୋକ ଆସି ଧମକ ଦେଇ ଗଣ୍ଡଗୋଳ କରିଥିଲେ ବୋଲି ଏତଲାରେ ଦର୍ଶାଯାଇଛି। ପ୍ରକାଶ ଯେ, ଭଙ୍ଗାରୁଜା ଓ ମେଶିନ ପୋଡ଼ାଯିବାର କାରଣ ଜଣାପଡ଼ି ନ ଥିଲେ ହେଁ ସ୍ଲରି ପାଇପ୍‌ ଲାଇନ ଦ୍ୱାରା ଲୁହାପଥର ପରିବହନ ହେଲେ ଟ୍ରକ୍‌ ମାଲିକମାନେ କ୍ଷତିଗ୍ରସ୍ତ ହେବେ ବୋଲି ଆଶଙ୍କା କରି ଜିଲାରେ ବିରୋଧ ହୋଇଆସୁଥିଲା। ଟ୍ରକ୍‌ ମାଲିକ ଏବଂ ଏହା ଉପରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ନିର୍ଭରଶୀଳ ଲକ୍ଷାଧିକ ପରିବାର ଆନ୍ଦୋଳନ କରିଆସୁଥିଲେ। କାମ ବନ୍ଦ କରିବା ପାଇଁ ଏଭଳି କାଣ୍ଡ ଘଟାଯାଇଥିବା ପୋଲିସ ସନ୍ଦେହ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri