ନୂଆ ବିଡିଓଙ୍କୁ ଭେଟିଲେ ବ୍ଲକ ଅଧ୍ୟକ୍ଷ-ସମିତିସଭ୍ୟ, ଅଞ୍ଚଳର ବିକାଶ ପାଇଁ…

ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ନୂଆ ଭାବରେ ଯୋଗ ଦେଇଥିବା ବିଡିଓ ପ୍ରୀତିରଞ୍ଜନ ରଥଙ୍କୁ ଭେଟି ସ୍ବାଗତ ଜଣାଇଛନ୍ତି ଅଧ୍ୟକ୍ଷ ଏବଂ ସମତିସଭ୍ୟାସଭ୍ୟ। ଏଥିସହ ବିଭିନ୍ନ ସଂଗଠନ ପକ୍ଷରୁ ଅଞ୍ଚଳର ବିକାଶ ପାଇଁ ଆଲୋଚନା କରାଯାଇଛି।

ସୋମବାର ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ନେତୃତ୍ୱରେ ଅଞ୍ଚଳର ୨୫ ପଞ୍ଚାୟତର ସମିତିସଭ୍ୟ ସଂଘର କର୍ମକର୍ତ୍ତା ବିଡିଓଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ଭବ୍ୟ ସମ୍ବର୍ଦ୍ଧନା ଜଣାଇଛନ୍ତି। ଏଥିସହିତ ଦାରିଙ୍ଗବାଡ଼ି ଅଞ୍ଚଳରେ ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ସହ ଅଞ୍ଚଳରେ ରହିଥିବା ଲୋକଙ୍କ ସମସ୍ୟାକୁ ପ୍ରାଥମିକତା ପ୍ରଦାନ କରିବା, ଲୋକପ୍ରତିନିଧିମାନଙ୍କ ସହ ସମନ୍ବୟ ରଖି କାର୍ଯ୍ୟ କରିବା ଆଦି ନେଇ ଆଲୋଚନା କରାଯାଇଛି। ଏବେ ବ୍ଲକ ଅଞ୍ଚଳରୁ ବିଭିନ୍ନ ପଞ୍ଚାୟତ ପାଇଁ କରାଯାଇଥିବା ବିଭିନ୍ନ ପ୍ରକଳ୍ପର ଯୋଜନା ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା।

ବିଡିଓ ରଥ ମଧ୍ୟ ବ୍ଲକ ଅଧ୍ୟକ୍ଷ ପ୍ରଧାନ ଏବଂ ସଂଘର ସମସ୍ତ ସଦସ୍ୟଙ୍କୁ ସହଯୋଗ କରିବାକୁ ନିବେଦନ କରିଛନ୍ତି। ଏହି ସମୟରେ ସାଧୁ ନାୟକ, ଅକ୍ଷୟ ନାୟକ,ଅରୁଣ ଗୌଡ଼, ଶ୍ରୀକାନ୍ତ ପ୍ରଧାନ, ଦିଲୀପ ପ୍ରଧାନ, କଲ୍ୟାଣୀ ଡିଗାଲ, ଜ୍ଞାନୀସୁନ୍ଦର ନାୟକ, ରେଣୁକା ପ୍ରଧାନ, ସୁଶୀଳା ପ୍ରଧାନ, ସୋନିଆ ପ୍ରଧାନ, ନିର୍ମଳା ପାଲ୍‌ଟାସିଂ, ବୀରେନ୍ଦ୍ର ପ୍ରଧାନ, ପ୍ରମିଳା ପ୍ରଧାନ ପ୍ରମୁଖ ବିଡିଓଙ୍କୁ ସାକ୍ଷାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri