ଇନଷ୍ଟା ପାସୱାର୍ଡ ଦେଇଦେଲା Meta AI; ବାରାକ ଓବାମାଙ୍କ ଆକାଉଣ୍ଟ ହ୍ୟାକ୍‌

ନୂଆଦିଲ୍ଲୀ,୨।୬: ସୋସିଆଲ ମିଡିଆ ଜଗତର ସବୁଠାରୁ ବଡ଼ କମ୍ପାନୀ ‘ମେଟା’ (Meta) ର ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା Meta AI ର ଏକ ସାଂଘାତିକ ସୁରକ୍ଷା ତ୍ରୁଟି ପଦାକୁ ଆସିଛି। ହ୍ୟାକରମାନେ କୌଣସି ଜଟିଳ କୋଡିଂ କିମ୍ୱା ସାଇବର ଆଟାକ ନକରି, କେବଳ ସାଧାରଣ ଭାବେ Meta AI କୁ ଇନଷ୍ଟାଗ୍ରାମ ଆକାଉଣ୍ଟଗୁଡ଼ିକର ପାସୱାର୍ଡ ମାଗିଥିଲେ। ଆଶ୍ଚର୍ଯ୍ୟର କଥା ହେଉଛି, AI ଚାଟବୋଟ୍‌ ସହଜରେ ସେହି ସିକେଟ୍ର ପାସୱାର୍ଡଗୁଡ଼ିକୁ ହ୍ୟାକରମାନଙ୍କୁ ସାମ୍ନାରେ ପ୍ରକାଶ କରିଦେଇଥିଲା।

ମେଟା AI ର ଏହି ବଡ଼ ଦୁର୍ୱଳତାର ସୁଯୋଗ ନେଇ ହ୍ୟାକରମାନେ ଅନେକ ବଡ଼ ବଡ଼ ସେଲିବ୍ରିଟି ଏବଂ ପ୍ରଭାବଶାଳୀ ବ୍ୟକ୍ତିଙ୍କ ଆକାଉଣ୍ଟକୁ ନିଜ ନିୟନ୍ତ୍ରଣକୁ ନେଇଛନ୍ତି। ଦି ଇଣ୍ଡିପେଣ୍ଡେଣ୍ଟର ରିପୋର୍ଟ ଅନୁସାରେ, ଆମେରିକାର ପୂର୍ୱତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ହ଼୍ବାଇଟ ହାଉସ ସମୟର ପୂର୍ୱତନ ଅଫିସିଆଲ ଆକାଉଣ୍ଟ ମଧ୍ୟ ଏହି ସୁରକ୍ଷା ତ୍ରୁଟି ଯୋଗୁଁ ହ୍ୟାକ ହୋଇଯାଇଛି। ଏହି ସାଂଘାତିକ ସୁରକ୍ଷା ତ୍ରୁଟି ଯୋଗୁଁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ଅଫିସିଆଲ୍ ଆକାଉଣ୍ଟ ସମେତ ବିଶ୍ୱର ପ୍ରସିଦ୍ଧ ବିଉଟି ବ୍ରାଣ୍ଡ୍ ‘ସେଫୋରା’ (Sephora) ଏବଂ ଅନେକ ନାମୀଦାମୀ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ପ୍ରୋଫାଇଲ୍ ହ୍ୟାକ୍ ହୋଇଯାଇଛି।

ସାଧାରଣତଃ କୌଣସି ବି AI ସିଷ୍ଟମ ବ୍ୟକ୍ତିଗତ ତଥ୍ୟ କିମ୍ୱା ସିକ୍ରେଟ ପାସୱାର୍ଡ ଲିକ ନକରିବା ପାଇଁ ପ୍ରୋଗ୍ରାମିଂ କରାଯାଇଥାଏ। କିନ୍ତୁ Meta AI କିଭଳି ଏତେ ସହଜରେ ୟୁଜର୍ସଙ୍କ ସୁରକ୍ଷା ସହ ଜଡ଼ିତ ସମ୍ୱେଦନଶୀଳ ତଥ୍ୟ ହ୍ୟାକରଙ୍କୁ ହସ୍ତାନ୍ତର କଲା, ତାହାକୁ ନେଇ ଏବେ ସାରା ବିଶ୍ୱରେ ଚର୍ଚ୍ଚା ଜୋର୍‌ ଧରିଛି। ଏହି ଘଟଣା ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ଗୋପନୀୟତା ଓ ସାଇବର ସୁରକ୍ଷା ଉପରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ଟିମ ଇଣ୍ଡିଆରେ ହେଲା ବଡ଼ ଓଲଟପାଲଟ: ବୈଭବଙ୍କୁ ମିଳିଲା ସ୍ଥାନ, ୩ ବଡ଼ ଖେଳାଳି ପଡିଲେ ବାଦ୍‌

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଟି-୨୦ ସିରିଜ ପାଇଁ ବିସିସିଆଇ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱରେ ୧୫ ଜଣିଆ ଦଳରେ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri