Posted inଜାତୀୟ

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ ଦିନ ମେଟାର ସମସ୍ୟା ବଢ଼ିବାରେ ଲାଗିଛି । ବୁଧବାର (୫ ଅଗଷ୍ଟ) ମେଟାର ଏକ ପ୍ରତିନିଧି ଦଳ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ (MeitY)ର ସଚିବ ଏସ୍. କୃଷ୍ଣନଙ୍କ ସହ ପ୍ରାୟ ୪୫ ମିନିଟ୍ ଧରି ବୈଠକ କରିଥିଲେ। ଏହି ପ୍ରତିନିଧି ଦଳର ନେତୃତ୍ୱ ମେଟାର ଚିଫ୍ ଗ୍ଲୋବାଲ୍ ଅଫେୟାର୍ସ ଅଫିସର ଜୋଏଲ୍ କାପଲାନ୍ କରୁଥିଲେ।

ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ହଟାଯାଇଥିବା କାରଣ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ମେଟା ପକ୍ଷରୁ କୁହାଯାଇଥିଲା ଯେ, ଏହା ଏକ ପ୍ରାଯୁକ୍ତିକ ତ୍ରୁଟି କାରଣରୁ ଘଟିଥିଲା ଏବଂ ଇଚ୍ଛାକୃତ ଭାବେ ଭିଡିଓ ହଟାଯାଇନଥିଲା। ପରେ ଭିଡିଓକୁ ପୁନର୍ବାର ଫେସବୁକରେ ଉପଲବ୍ଧ କରାଯାଇଥିଲା। ଏହା ସହିତ ଫେସବୁକରେ ଶିଶୁ ଯୌନ ଶୋଷଣ ଓ ନିର୍ଯାତନା ସମ୍ବନ୍ଧୀୟ ସାମଗ୍ରୀ (CSAM)କୁ ରୋକିବାରେ ହୋଇଥିବା ତ୍ରୁଟି ଏବଂ ଅନ୍ୟାନ୍ୟ ନିୟାମକୀୟ ପ୍ରସଙ୍ଗ ନେଇ ମଧ୍ୟ ଆଲୋଚନା ହୋଇଥିଲା। ସୂଚନା ଅନୁଯାୟୀ, ମେଟାର ଅଧିକାରୀମାନେ ଶୀଘ୍ର ହିଁ କେନ୍ଦ୍ରୀୟ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ମଧ୍ୟ ସାକ୍ଷାତ କରିବେ।

ଏହି ଘଟଣା ପରେ ମେଟା ପକ୍ଷରୁ ପ୍ରାଯୁକ୍ତିକ ତ୍ରୁଟିକୁ ଦାୟୀ କରି କ୍ଷମା ପ୍ରାର୍ଥନା କରାଯାଇଥିଲା। କମ୍ପାନୀ କହିଥିଲା ଯେ, ଭୁଲବଶତଃ ପୋଷ୍ଟଟି ହଟିଯାଇଥିଲା ଏବଂ ପରେ ଏହାକୁ ପୁନଃ ବହାଲ କରାଯାଇଥିଲା। କିନ୍ତୁ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ଏହି ସ୍ପଷ୍ଟୀକରଣକୁ ପର୍ଯ୍ୟାପ୍ତ ବୋଲି ମାନିନଥିଲା।

ଏପରିସ୍ଥିତିରେ ସଂସଦର ଏକ ସ୍ଥାୟୀ ସମିତି ମଧ୍ୟ ଏହି ଘଟଣାକୁ ଗୁରୁତର ଭାବେ ନେଇଛି। ସମିତି ମେଟାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ମାର୍କ ଜୁକରବର୍ଗଙ୍କୁ ତିନି ଦିନ ମଧ୍ୟରେ ନିର୍ଶର୍ତ୍ତ କ୍ଷମା ପ୍ରାର୍ଥନା କରିବାକୁ କହିଛି। MeitY ସଚିବଙ୍କୁ ପଠାଯାଇଥିବା ପତ୍ରରେ ସମିତି କହିଛି ଯେ, ପ୍ରଧାନମନ୍ତ୍ରୀଙ୍କ ଭାଷଣ ଥିବା ଭିଡିଓକୁ କିଛି ସମୟ ପାଇଁ ହଟାଇବା ଏକ ଅତ୍ୟନ୍ତ ଗୁରୁତର ବିଷୟ ଏବଂ ଏହି ଘଟଣାରେ ଦାୟିତ୍ୱ ନିର୍ଦ୍ଧାରଣ କରାଯିବା ଆବଶ୍ୟକ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?