୧୮ ବର୍ଷରେ ପ୍ରଥମ: ୧୧,୦୦୦ କର୍ମଚାରୀଙ୍କ ଛଟେଇ କରିବ ଫେସବୁକ୍‌

ନୂଆଦିଲ୍ଲୀ,୯।୧୧: ଟୁଇଟର ପରେ ଫେସବୁକ ଏହାର ଅନେକ କର୍ମଚାରୀଙ୍କୁ ଛଟେଇ କରିବା ନେଇ ନିଷ୍ପତ୍ତି ନେଇଛି। ବିଶ୍ୱର ଏହି ପ୍ରମୁଖ ସୋସିଆଲ ମିଡିଆ ପ୍ଲାଟଫର୍ମର ପ୍ୟାରେଣ୍ଟ କମ୍ପାନୀ(ମେଟା) ବୁଧବାର ୧୧,୦୦୦ କର୍ମଚାରୀଙ୍କୁ ଛଟେଇ କରିବା ନେଇ ମଞ୍ଜୁରି ଦେଇଛି। ଏନେଇ କମ୍ପାନୀ ସିଇଓ ମାର୍କ ଜୁକରବର୍ଗ ନିଜେ ଏହି ସୂଚନା ଦେଇଛନ୍ତି। ଏହି ଛଟେଇ ଫେସବୁକ୍‌ରେ କାମ କରୁଥିବା କର୍ମଚାରୀଙ୍କର ପ୍ରାୟ ୧୩ ପ୍ରତିଶତ ହେବ।

ଜୁକରବର୍ଗ ଏକ ବ୍ଲଗରେ କହିଛନ୍ତି, ଆଜି ମେଟାର ଇତିହାସରେ କରାଯାଇଥିବା କିଛି ସବୁଠାରୁ କଠିନ ନିଷ୍ପତ୍ତି ବିଷୟରେ କହିବାକୁ ଯାଉଛି। ଆମେ ଆମ ଟିମ୍‌ର ୧୩% କର୍ମଚାରୀଙ୍କୁ ଛଟେଇ କରିବାକୁ ନିଷ୍ପତ୍ତି ନେଇଛୁ। ଏହାଦ୍ୱାରା ୧୧୦୦୦ରୁ ଅଧିକ ପ୍ରତିଭାଶାଳୀ କର୍ମଚାରୀଙ୍କ ଚାକିରି ଯିବ। ବର୍ତ୍ତମାନ ମେଟାରେ ପ୍ରାୟ ୮୭,୦୦୦ କର୍ମଚାରୀ ରହିଛନ୍ତି। ଛଟେଇ ହୋଇଥିବା ୧୧୦୦୦ କର୍ମଚାରୀଙ୍କ ମଧ୍ୟରେ ଫେସବୁକ୍‌ ବ୍ୟତିତ ହ୍ବାଟ୍ସଆପ୍‌ ଏବଂ ଇନଷ୍ଟାଗ୍ରାମର କର୍ମଚାରୀ ଅଛନ୍ତି।

କହିରଖୁଛୁ ଯେ, ୨୦୦୪ରେ ଫେସବୁକ୍‌ ଆରମ୍ଭ ହୋଇଥିଲା। ଏହାର ନାମ ବଦଳାଇ ମେଟା ରଖାଯାଇଥିଲା। ୧୮ ବର୍ଷରେ ପ୍ରଥମ ଥର ଲାଗି ଫେସବୁକ୍‌ ଏତେ ସଂଖ୍ୟକ କର୍ମଚାରୀଙ୍କୁ ଛଟେଇ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ ଇତିହାସର ସବୁଠାରୁ ଲଜ୍ଜାଜନକ ସ୍କୋର, ଜାଣନ୍ତୁ କେତେ ଥିଲା ସ୍କୋର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପର ଇତିହାସ ରୋମାଞ୍ଚକର ପ୍ରତିଯୋଗିତା, ହାଇ ସ୍କୋର ଏବଂ ଶେଷ ଓଭର ପର୍ଯ୍ୟନ୍ତ ଲମ୍ବିଥିବା ମ୍ୟାଚ ପାଇଁ ଜଣାଶୁଣା। ତଥାପି, ଏହି…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁରେକେଲା ଥାନା ଅନ୍ତର୍ଗତ ପଣ୍ଡରେନ ଗାଁ ନିକଟ ରାସ୍ତାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଗୋଟିଏ ପରିବାରର ୪…

ପୁଣି ଫେରିଲା ଶୀତ, ନିଆଁ-ଖରାକୁ ଖୋଜିଲେଣି ଲୋକେ

ଦାରିଙ୍ଗବାଡ଼ି,୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କିଛି ଦିନ ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ଫଳରେ ଏହି ଅସହ୍ୟ ଜାଡ଼ ଜନଜୀବନକୁ ପ୍ରଭାବିତ କରିଛି।…

ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ଏବେବି ରହିଛି ସସପେନ୍ସ, BCCI ଦେଲା ବଡ଼ ବୟାନ

ନୂଆଦିଲ୍ଲୀ,୯।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ T20 World Cup 2026 ମ୍ୟାଚ ନିରନ୍ତର ଖବରର ଶିରୋନାମାରେ ରହିଛି। ଫେବୃଆରୀ ୧୫ରେ କଲମ୍ବୋରେ ହେବାକୁ ଥିବା ଏହି…

ଅଜୀର୍ଣ୍ଣ ସମସ୍ୟା ଅଛି କି? ଆପଣାନ୍ତୁ ଏହି ଉପାୟ…

ସାଧାରଣତଃ ଯଦି ଖାଦ୍ୟ ଠିକ୍‌ ଭାବରେ ହଜମ ନ ହେଲା ତେବେ ଅଜୀର୍ଣ୍ଣ ସମସ୍ୟା ଦେଖାଯାଇଥାଏ। ଏହାପଛରେ ମଧ୍ୟ ଆଉ କେତୋଟି କାରଣ ରହିଛି। ଆବଶ୍ୟକତା ଠାରୁ…

ଶୋଷ, ଚାଷ ପାଇଁ ପାଣି ନିଅଣ୍ଟ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ନଦୀଗୁଡ଼ିକରେ ଜଳପ୍ରବାହ ହ୍ରାସକୁ ଦେଖିଲେ ସମନ୍ବିତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଳ ସମ୍ପଦ ପରିଚାଳନା ପଦ୍ଧତି ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି। ତଦନୁଯାୟୀ ରାଜ୍ୟ…

ବାଣିଜ୍ୟ, ପ୍ରତିରକ୍ଷାରେ ସହଯୋଗ ବଢ଼ାଇବେ ଭାରତ, ମାଲେସିଆ

କୁଆଲାଲୁମ୍ପୁର,୯ା୨(ପି.ଟି.): ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରତିରକ୍ଷା, ଶକ୍ତି, ଆଧୁନିକ ଉତ୍ପାଦନ ଏବଂ ସେମିକଣ୍ଡକ୍ଟର ଆଦି ସର୍ବାଧିକ ପ୍ରାଥମିକତା ଥିବା ସେକ୍ଟରରେ ଭାରତ ଓ ମାଲେସିଆ ସମ୍ପର୍କ ବଢ଼ାଇବା ପାଇଁ…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri