ମେଟା ପଢୁଛି ଆପଣଙ୍କ ହ୍ୱାଟ୍ସଆପ୍ ମେସେଜ୍, ପୂର୍ବତନ କର୍ମଚାରୀ କଲେ ଖୁଲାସା

ନୂଆଦିଲ୍ଲୀ, ୨୫ା୧: ହ୍ୱାଟ୍ସଆପ୍ ବ୍ୟବହାରକାରୀଙ୍କ ପାଇଁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ହ୍ୱାଟ୍ସଆପ୍‌ର ମାଲିକାନା ସଂସ୍ଥା ‘ମେଟା’ ୟୁଜରମାନଙ୍କ ମେସେଜ ପଢ଼ୁଥିବା ସାଙ୍ଘାତିକ ଅଭିଯୋଗ ଲାଗିଛି। ଆମେରିକାର ଏକ କୋର୍ଟରେ ଏନେଇ ମାମଲା ରୁଜୁ ହୋଇଛି।

ସାନ୍ ଫ୍ରାନ୍ସିସ୍କୋର ଏକ କୋର୍ଟରେ ଭାରତ, ଅଷ୍ଟ୍ରେଲିଆ, ବ୍ରାଜିଲ୍, ମେକ୍ସିକୋ ଏବଂ ଦକ୍ଷିଣ ଆଫ୍ରିକାର ୟୁଜରମାନଙ୍କ ଏକ ସମୂହ ଏହି ମାମଲା ଦାୟର କରିଛନ୍ତି।

ଏଥିରେ କୁହାଯାଇଛି ହ୍ୱାଟ୍ସଆପ୍ ‘ଏଣ୍ଡ-ଟୁ-ଏଣ୍ଡ ଏନକ୍ରିପ୍ସନ୍’ ନାମରେ ବ୍ୟବହାରକାରୀଙ୍କୁ ଭୁଆଁ ବୁଲାଉଛି। କମ୍ପାନୀ ଦାବି କରେ ଯେ କେବଳ ମେସେଜ ପଠାଇବା ଲୋକେ ଏବଂ ଗ୍ରହଣକାରୀ ହିଁ ମେସେଜ୍ ପଢ଼ିପାରିବେ। କିନ୍ତୁ ବାସ୍ତବରେ ମେଟା ଏହି ଚାଟ୍‌ଗୁଡ଼ିକୁ ସଂରକ୍ଷିତ କରିବା ସହ ବିଶ୍ଳେଷଣ ମଧ୍ୟ କରିପାରୁଛି।

ମାମଲାରେ ଅଭିଯୋଗ କରାଯାଇଛି ଯେ ମେଟା ଗୁପ୍ତରେ ବ୍ୟବହାରକାରୀଙ୍କ ବ୍ୟକ୍ତିଗତ ବାର୍ତ୍ତାଳାପକୁ ଦେଖିପାରୁଛି। ଏହାର କର୍ମଚାରୀମାନେ ଚାହିଁଲେ ଏହି ତଥ୍ୟ ପାଇପାରିବେ। କେତେକ ପୂର୍ବତନ କର୍ମଚାରୀ ବା ହ୍ୱିସଲ୍‌ବ୍ଲୋଅର୍‌ଙ୍କ ସୂଚନାକୁ ଆଧାର କରି ଏହି ଅଭିଯୋଗ କରାଯାଇଛି। ଯେଉଁଥିରେ କୁହାଯାଇଛି ଯେ ଗୋପନୀୟତା ରକ୍ଷା କରାଯାଉନାହିଁ।

ତେବେ ମେଟା ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛି। କମ୍ପାନୀର ଜଣେ ପ୍ରବକ୍ତା କହିଛନ୍ତି, “ଏହି ମାମଲା ଭିତ୍ତିହୀନ। ହ୍ୱାଟ୍ସଆପ୍‌ର ‘ଏଣ୍ଡ-ଟୁ-ଏଣ୍ଡ ଏନକ୍ରିପ୍ସନ୍’ ବ୍ୟବସ୍ଥା କମ୍ପାନୀକୁ ମେସେଜ୍ ପଢ଼ିବାକୁ ଅନୁମତି ଦିଏ ନାହିଁ। ଆମେ କୋର୍ଟରେ ନିଜର ପକ୍ଷ ଦୃଢ଼ ଭାବରେ ରଖିବୁ।”


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍‌ଏଲ୍‌ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

୧୮୬ ବର୍ଷ ପରେ ନିଜ ଦେଶକୁ ଫେରିଲା ଆଜ୍‌ଟେକ୍‌ ସାମ୍ରାଜ୍ୟର ଦୁର୍ଲଭ ପାଣ୍ଡୁଲିପି

ମେକ୍ସିକୋ ସିଟି,୧୯ା୯: ଦୀର୍ଘ ୧୮୬ ବର୍ଷ ପରେ ପୁଣିଥରେ ମେକ୍ସିକୋକୁ ଫେରିଛି ତା’ର ଐତିହାସିକ ଗୌରବ। ୧୬ଶ ଶତାବ୍ଦୀର ଦୁର୍ଲଭ ପାଣ୍ଡୁଲିପି ‘ଆଜାକ୍‌ଟିଟ୍ଲାନ କୋଡେକ୍ସ’ ପ୍ରଥମ ଥର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?