‘ମେଟଲ୍‌ ମିଟ୍‌ ୨୦୨୩’: ଜୁନିୟରରେ ସିଡିଏ ଡିଏଭି, ସିନିୟରରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ

ଭୁବନେଶ୍ୱର,୬ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦୁଇଦିନିଆ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ‘ମେଟଲ୍‌ ମିଟ୍‌ ୨୦୨୩’ ରବିବାର ଶେଷ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ୍‌ଠାରେ ଚାଲିଥିବା ଏହି ପ୍ରତିଯୋଗିତାରେ ଜୁନିୟର ବର୍ଗରେ କଟକ ସିଡିଏ ସ୍ଥିତ ଡିଏଭି ପବ୍ଲିକ ସ୍କୁଲ ବିଜେତା ହୋଇଥିବା ବେଳେ ସିନିୟର ଗ୍ରୁପ୍‌ରେ ଏମ୍ସ ଭୁବନେଶ୍ୱର ବାଜିମାତ କରିଛନ୍ତି।

ଜୁନିୟର ବର୍ଗରେ ଭୁବନେଶ୍ୱର ଲୟୋଲା ସ୍କୁଲ ପ୍ରଥମ ରନର୍ସ ଅପ୍‌ ଓ ଦ୍ୱିତୀୟ ରନର୍ସ ଅପ୍‌ ପୁରୀର ବ୍ଲେସ୍‌ଡ ସାକ୍ରାମେଣ୍ଟ ହାଇସ୍କୁଲ ହୋଇଥିଲା। ସେହିପରି ସିନିୟର ବର୍ଗରେ ବୁର୍ଲା ଭିମ୍‌ସାର ପ୍ରଥମ ରନର୍ସ ଅପ୍‌ ହୋଇଥିବା ବେଳେ ଆଇଆଇଟି ଭୁବନେଶ୍ୱର ଦ୍ୱିତୀୟ ରନର୍ସ ଅପ୍‌ ହୋଇଥିଲା। ଉଭୟ ଟିମ୍‌ର ବିଜେତାଙ୍କୁ ପୁରସ୍କାର ବାଦବରେ ୧ଲକ୍ଷ ଟଙ୍କା ଲେଖାଏଁ ଦିଆଯାଇଥିବା ବେଳେ ପ୍ରଥମ ରନର୍ସ ଅପ୍‌ଙ୍କୁ ୫୦ ହଜାର ଏବଂ ଦ୍ୱିତୀୟ ରନର୍ସ ଅପ୍‌ଙ୍କୁ ୨୫ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି।

କାର୍ଯ୍ୟକ୍ରମକୁ କୁଇଜ ମାଷ୍ଟର ଅଜୟ ପୁନିଆ ପରିଚାଳନା କରିଥିବା ବେଳେ ଉପସ୍ଥାପିକା ଶୋଭନା ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

କାର୍ଯ୍ୟକ୍ରମର ପ୍ରାୟୋଜକ ଭାବେ ଓଏମ୍‌ସି, ଇଣ୍ଡିଆନ ଅଏଲ୍‌, ନାଲ୍‌କୋ, ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର୍‌, ଏମ୍‌ସିଏଲ୍‌, ପାରାଦୀପ ଫସ୍‌ପେଟ୍‌ ଲିମିଟେଡ, ଆର୍ସେଲର୍‌ ମିତ୍ତଲ ନିପନ ଷ୍ଟିଲ ଇଣ୍ଡିଆ, ବେଦାନ୍ତ, ରୁଚି ଫ୍ରୋଜିଟ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଆଦିତ୍ୟ ବିର୍ଲା, ବାଜିରାଓ ଆଇଏଏସ୍‌ ଏକାଡେମୀ, ଏସ୍‌ବିଆଇ ଏବଂ ଆପିଟ୍‌ ପ୍ଲସ ରହିଥିବା ବେଳେ କାର୍ଯ୍ୟକ୍ରମର ପାର୍ଟନର୍ସ ଭାବେ ଓମ୍‌ଫେଡ୍‌, ଧରିତ୍ରୀ, ଟିମ୍‌ ଏବଂ ୱିଫି ଇଣ୍ଟରନେଟ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?