ମେଟଲ ମିଟ ୨୦୨୫: ଘୋଷଣା ହେଲା ଜୁନିୟର ଫାଇନାଲିଷ୍ଟ, ଫାଇନାଲରେ…

ଭୁବନେଶ୍ୱର,୯।୮: ‘ମେଟଲ ମିଟ’ର ସପ୍ତମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ଚାଲିଥିବା ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମ ଦିନ ପ୍ରିଲିମ ଆରମ୍ଭ ହୋଇସାରିଛି। ତେବେ ପ୍ରିଲିମ୍‌ର ଜୁନିୟର ଗ୍ରୁପର ବିଜେତାଙ୍କ ନାମ ଘୋଷଣା ହୋଇଛି। ଯେଉଁମାନେ ଆସନ୍ତାକାଲି ଗ୍ରାଣ୍ଡ ଫାଇନାଲକୁ ଏଣ୍ଟ୍ରି କରିଛନ୍ତି।

ସେହି ସ୍କୁଲଗୁଡିକ ହେଲା ସାଇ ଇଣ୍ଟରନାଶନାଲ ସ୍କୁଲ, କିଟ୍‌ ଇଣ୍ଟରନାଶନାଲ ସ୍କୁଲ, ଡିଏଭି ପବ୍ଲିକ ସ୍କୁଲ(କଳିଙ୍ଗ ନଗର ଭୁବନେଶ୍ୱର) ଏସଟି ପଲ୍‌ସ ସ୍କୁଲ ରାଉରକେଲା, ଡିଏଭି ପବ୍ଲିକ ସ୍କୁଲ ସିଡିଏ କଟକ, ଭୁବନେଶ୍ୱର ମଡେଲ ପବ୍ଲିକ ସ୍କୁଲ ଭୁବନେଶ୍ୱର, ଲୋୟଲା ସ୍କୁଲ ଭୁବନେଶ୍ୱର, ଡିଏଭି ପବ୍ଲିକ ସ୍କୁଲ(ୟୁନିଟ ୮ ଭୁବନେଶ୍ୱର)।

 

View this post on Instagram

 

A post shared by OrissaPOST (@instaorissapost)

ଏହି ଅବସରରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର କାର୍ଯ୍ୟନିର୍ବାହୀ ଆତ୍ୟାଶା ସତପଥୀ କହିଛନ୍ତି, ପ୍ରତିବର୍ଷ ମେଟଲ ମିଟରେ ଅଧିକରୁ ଅଧିକ ଉତ୍ସାହ ଦେଖିବାକୁ ମିଳିଛି। ୨୦୧୬ରେ ଯେେତେବେଳ ମେଟଲ ମିଟ ଆରମ୍ଭ ହୋଇଥିଲା, ସେତେବେଳେ ଆମର ଆଶା ନ ଥିଲା ଏହା ଏତେ ଆଦର ଲାଭ କରିବ। କିନ୍ତୁ ଏବେ ଏହି କୁଇଜ କାର୍ଯ୍ୟକ୍ରମ କେବଳ ଓଡ଼ିଶା ନୁହେଁ, ରାଜ୍ୟ ବାହାରେ ମଧ୍ୟ ଲୋକପ୍ରିୟତା ହାସଲ କରିଛି। ଏବେ ରାଜ୍ୟ ତଥା ରାଜ୍ୟ ବାହାରୁ ଯେଉଁସବୁ ଶିକ୍ଷା ଅନୁଷ୍ଠାନର ପିଲାମାନେ ଆସିଛନ୍ତି, ଆମେ ଦେଖୁଛୁ ସେମାନେ ମେଟଲ ମିଟର ଆଖିରେ ରଖି ଭଲ ପ୍ରସ୍ତୁତି କରୁଛନ୍ତି। ପିଲାମାନଙ୍କ ମଧ୍ୟରେ କୁଇଜିଂର ସ୍ପିରିଟ ବଢିଛି। ୨୦୨୫ରେ ଭଲ ଟିମ ସବୁ ଅଛନ୍ତି। ଦେଖାଯାଉ ଗ୍ରାଣ୍ଡ ଫିନାଲେରେ କିଏ ବାଜି ମାରୁଛି।

କୁଇଜିଂକୁ ପୁନର୍ଜୀବିତ କରିବା ପାଇଁ ୨୦୧୬ରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ତା’ର ଲକ୍ଷ୍ୟ ହାସଲ କରିପାରିଛି। ଚଳିତବର୍ଷ ସାରା ରାଜ୍ୟରୁ ୮୩ଟି ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରୁଛନ୍ତି। ଜୁନିୟର ଗ୍ରୁପ୍ରେ ୩୯ଟି ଟିମ ଥିବାବେଳେ ସିନିୟର ଗ୍ରୁପ୍ରେ ୪୪ଟି ଟିମ ରହିଛନ୍ତି। ଜୁନିୟର ଗ୍ରୁପ୍ରେ ପୁରୀ, କଟକ, ଭୁବନେଶ୍ୱର, ଢେଙ୍କାନାଳ, ସମ୍ବଲପୁର, ରାଉରକେଲା ଓ ଅନୁଗୋଳ ଆଦି ଜିଲାର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗନେଉଥିବା ବେଳେ ସିନିୟର ଗ୍ରୁପ୍ରେ ଭୁବନେଶ୍ୱର, ରାୟଗଡ଼ା, ପୁରୀ, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର ସମେତ ଖଡଗପୁର, ରାୟପୁର, ଝାଡ଼ଖଣ୍ଡ ଆଦି ସ୍ଥାନର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଛନ୍ତି। ଏଥର ‘ମେଟଲ ମିଟ’ରେ ଛାତ୍ରୀଛାତ୍ରଙ୍କୁ ଅଜୟ ପୁନିଆଙ୍କ ପ୍ରଶ୍ନବାଣର ସାମ୍ନା କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri