ମେଟଲ ମିଟ ୨୦୨୫: ଘୋଷଣା ହେଲା ଜୁନିୟର ଫାଇନାଲିଷ୍ଟ, ଫାଇନାଲରେ…

ଭୁବନେଶ୍ୱର,୯।୮: ‘ମେଟଲ ମିଟ’ର ସପ୍ତମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ଚାଲିଥିବା ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମ ଦିନ ପ୍ରିଲିମ ଆରମ୍ଭ ହୋଇସାରିଛି। ତେବେ ପ୍ରିଲିମ୍‌ର ଜୁନିୟର ଗ୍ରୁପର ବିଜେତାଙ୍କ ନାମ ଘୋଷଣା ହୋଇଛି। ଯେଉଁମାନେ ଆସନ୍ତାକାଲି ଗ୍ରାଣ୍ଡ ଫାଇନାଲକୁ ଏଣ୍ଟ୍ରି କରିଛନ୍ତି।

ସେହି ସ୍କୁଲଗୁଡିକ ହେଲା ସାଇ ଇଣ୍ଟରନାଶନାଲ ସ୍କୁଲ, କିଟ୍‌ ଇଣ୍ଟରନାଶନାଲ ସ୍କୁଲ, ଡିଏଭି ପବ୍ଲିକ ସ୍କୁଲ(କଳିଙ୍ଗ ନଗର ଭୁବନେଶ୍ୱର) ଏସଟି ପଲ୍‌ସ ସ୍କୁଲ ରାଉରକେଲା, ଡିଏଭି ପବ୍ଲିକ ସ୍କୁଲ ସିଡିଏ କଟକ, ଭୁବନେଶ୍ୱର ମଡେଲ ପବ୍ଲିକ ସ୍କୁଲ ଭୁବନେଶ୍ୱର, ଲୋୟଲା ସ୍କୁଲ ଭୁବନେଶ୍ୱର, ଡିଏଭି ପବ୍ଲିକ ସ୍କୁଲ(ୟୁନିଟ ୮ ଭୁବନେଶ୍ୱର)।

 

View this post on Instagram

 

A post shared by OrissaPOST (@instaorissapost)

ଏହି ଅବସରରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର କାର୍ଯ୍ୟନିର୍ବାହୀ ଆତ୍ୟାଶା ସତପଥୀ କହିଛନ୍ତି, ପ୍ରତିବର୍ଷ ମେଟଲ ମିଟରେ ଅଧିକରୁ ଅଧିକ ଉତ୍ସାହ ଦେଖିବାକୁ ମିଳିଛି। ୨୦୧୬ରେ ଯେେତେବେଳ ମେଟଲ ମିଟ ଆରମ୍ଭ ହୋଇଥିଲା, ସେତେବେଳେ ଆମର ଆଶା ନ ଥିଲା ଏହା ଏତେ ଆଦର ଲାଭ କରିବ। କିନ୍ତୁ ଏବେ ଏହି କୁଇଜ କାର୍ଯ୍ୟକ୍ରମ କେବଳ ଓଡ଼ିଶା ନୁହେଁ, ରାଜ୍ୟ ବାହାରେ ମଧ୍ୟ ଲୋକପ୍ରିୟତା ହାସଲ କରିଛି। ଏବେ ରାଜ୍ୟ ତଥା ରାଜ୍ୟ ବାହାରୁ ଯେଉଁସବୁ ଶିକ୍ଷା ଅନୁଷ୍ଠାନର ପିଲାମାନେ ଆସିଛନ୍ତି, ଆମେ ଦେଖୁଛୁ ସେମାନେ ମେଟଲ ମିଟର ଆଖିରେ ରଖି ଭଲ ପ୍ରସ୍ତୁତି କରୁଛନ୍ତି। ପିଲାମାନଙ୍କ ମଧ୍ୟରେ କୁଇଜିଂର ସ୍ପିରିଟ ବଢିଛି। ୨୦୨୫ରେ ଭଲ ଟିମ ସବୁ ଅଛନ୍ତି। ଦେଖାଯାଉ ଗ୍ରାଣ୍ଡ ଫିନାଲେରେ କିଏ ବାଜି ମାରୁଛି।

କୁଇଜିଂକୁ ପୁନର୍ଜୀବିତ କରିବା ପାଇଁ ୨୦୧୬ରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ତା’ର ଲକ୍ଷ୍ୟ ହାସଲ କରିପାରିଛି। ଚଳିତବର୍ଷ ସାରା ରାଜ୍ୟରୁ ୮୩ଟି ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରୁଛନ୍ତି। ଜୁନିୟର ଗ୍ରୁପ୍ରେ ୩୯ଟି ଟିମ ଥିବାବେଳେ ସିନିୟର ଗ୍ରୁପ୍ରେ ୪୪ଟି ଟିମ ରହିଛନ୍ତି। ଜୁନିୟର ଗ୍ରୁପ୍ରେ ପୁରୀ, କଟକ, ଭୁବନେଶ୍ୱର, ଢେଙ୍କାନାଳ, ସମ୍ବଲପୁର, ରାଉରକେଲା ଓ ଅନୁଗୋଳ ଆଦି ଜିଲାର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗନେଉଥିବା ବେଳେ ସିନିୟର ଗ୍ରୁପ୍ରେ ଭୁବନେଶ୍ୱର, ରାୟଗଡ଼ା, ପୁରୀ, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର ସମେତ ଖଡଗପୁର, ରାୟପୁର, ଝାଡ଼ଖଣ୍ଡ ଆଦି ସ୍ଥାନର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଛନ୍ତି। ଏଥର ‘ମେଟଲ ମିଟ’ରେ ଛାତ୍ରୀଛାତ୍ରଙ୍କୁ ଅଜୟ ପୁନିଆଙ୍କ ପ୍ରଶ୍ନବାଣର ସାମ୍ନା କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri