ମେଟଲ ମିଟ ୨୦୨୫: ପ୍ରିଲିମ ରାଉଣ୍ଡ ଆରମ୍ଭ

ଭୁବନେଶ୍ୱର,୯।୫: ଦୈନିକ ଇଂରାଜୀ ଖବର କାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜ ମହାକୁମ୍ଭ ‘ମେଟଲ ମିଟ ୨୦୨୫’ର ସପ୍ତମ ସଂସ୍କରଣ ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ଚାଲିଥିବା ଏହି ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଆଜି ପ୍ରିଲିମ୍‌ ରାଉଣ୍ଡ ଚାଲିଛି। ସକାଳ ସାଢ଼େ ୮ ଟାରୁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଦିନ ୧୦ ଟା ବେଳେ ଆରମ୍ଭ ହୋଇଛି ଜୁନିୟର ରାଉଣ୍ଡ। ଏହି ଅବସରରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଏହି କୁଇଜ୍‌ କାର୍ଯ୍ୟକ୍ରମକୁ ସ୍ବାଗତ କରିଥିଲେ। ଏହି କୁଇଜ୍‌ କାର୍ଯ୍ୟକ୍ରମ ପ୍ରତି ଛାତ୍ରୀଛାତ୍ର ଉତ୍କଣ୍ଠା ବଢିଚାଲିଥିବା ସେ କହିଥିଲେ।

ଆଜି ପ୍ରିଲିମ ରାଉଣ୍ଡ ଥିବାବେଳେ ରବିବାର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ । କୁଇଜ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ବୃଦ୍ଧି କରିବା ସହିତ ରାଜ୍ୟରେ କୁଇଜକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ ୨୦୧୬ ମସିହାରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ତା’ର ଲକ୍ଷ୍ୟ ହାସଲ କରିପାରିଛି । ତେବେ ଚଳିତ ବର୍ଷ ଏହି ପ୍ରତିଯୋଗିତାରେ ମୋଟ ୮୪ଟି ଶିକ୍ଷାନୁଷ୍ଟାନର ଛାତ୍ରୀ ଛାତ୍ର ଯୋଗ ଦେଇଛନ୍ତି । ଜୁନିୟର ଗୃପରେ ୩୯ଟି ଟିମ ଯୋଗ ଦେଉଥିବା ବେଳେ ସିନିୟର ରାଉଣ୍ଡରେ ୪୫ଟି ଟିମ ସାମିଲ ହୋଇଛନ୍ତି ।

ଉଚ୍ଚ ମାନର କ୍ୱିଜିଙ୍ଗ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ବଢ଼ୁଥିବା ବେଳେ ପ୍ରତିବର୍ଷ ‘ମେଟଲ ମିଟ’ ନିଜର ନୂତନ ର୍କିତ୍ତିମାନ ସ୍ଥାପନ କରି ଚାଲିଛି । ଜୁନିୟର ଗ୍ରୁପରେ ଭୁବନେଶ୍ୱର, କଟକ, ପୁରୀ, ରାଉରକେଲା, ଅନୁଗୋଳ, ସମ୍ବଲପୁର ଓ ଢେଙ୍କାନାଳର ଆଦି ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଥିବା ବେଳେ ସିନିୟର ଗ୍ରୁପରେ ଭୁବନେଶ୍ୱର, କଟକ, ପୁରୀ, ରାୟଗଡ଼ା, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର ସମେତ ଖଡ଼ଗପୁର, ରାୟପୁର, ଝାଡ଼ଖଣ୍ଡ ଆଦି ସ୍ଥାନର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଉଛନ୍ତି। ଏଥର ମଧ୍ୟ ‘ମେଟଲ ମିଟ’ରେ କୁଇଜ ମାଷ୍ଟର ଅଜୟ ପୁନିଆ ରହିଛନ୍ତି । ଆଜିର ଏହି ମେଟଲ ମିଟ ପ୍ରତିଯୋଗିତାରେ କୁଇଜ ମାଷ୍ଟର ଅଜୟ ପୁନିଆଙ୍କ ପ୍ରଶ୍ନର ସାମ୍ନା କରିବେ ଛାତ୍ରୀଛାତ୍ର ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?