Posted inଜାତୀୟ

ଆକାଶରୁ ଖସିଲା ଧାତବ ବସ୍ତୁ

ମୁମ୍ବାଇ,୪।୪: ମହାରାଷ୍ଟ୍ର ଚନ୍ଦ୍ରପୁର ତହସିଲର ସିନ୍ଧଓ୍ବୋହିର ଏକ ଖୋଲା ପଡ଼ିଆରେ ଗୋଲାକାର ମେଟାଲ ଅବ୍‌ଜେକ୍ଟ ଦେଖିବାକୁ ମିଳିଛି। ଶନିବାର ରାତିରେ ସ୍ଥାନୀୟ ଲୋକେ ଆକାଶରେ ଦୀର୍ଘକାୟ ବସ୍ତୁ ଜଳୁଥିବାର ଦେଖିଥିଲେ। ଏହାର କିଛି ସମୟ ପରେ ଏକ ଉତ୍ତପ୍ତ ମେଟାଲ ରିଙ୍ଗ୍‌ ଆକାଶରୁ ତଳକୁ ଖସିଥିବା ସ୍ଥାନୀୟ ଲୋକେ କହିଛନ୍ତି। ଶନିବାର ବିଳମ୍ବିତ ରାତିରେ ୩ ମିଟର ଗୋଲାକାର ବିଶିଷ୍ଟ ଉତ୍ତପ୍ତ ଅଜ୍ଞାତ ଧାତବ ବସ୍ତୁ ଆକାଶରୁ ଖସିଥିବାବେଳେ ଏଭଳି କୌଣସି ବସ୍ତୁ ପୂର୍ବରୁ ଏଠାରେ ନ ଥିବା ଲୋକେ ଦାବି କହିଛନ୍ତି। ମୁମ୍ବାଇ ଡିଜାଷ୍ଟର ମ୍ୟାନେଜମେଣ୍ଟ ରୁମ୍‌ରୁ ସ୍ବତନ୍ତ୍ର ଟିମ୍‌ ଘଟଣାସ୍ଥଳ ପରିଦର୍ଶନ କରିଥିବା ଜିଲାପାଳ ଅଜୟ ଗୁଲହାନେ କହିଛନ୍ତି।
ନ୍ୟୁଜିଲାଣ୍ଡସ୍‌ର ମାହିଆ ପେନସୁଲାରୁ ରକେଟ୍‌ ଲାବ୍‌ ଇଲେକ୍ଟ୍ରୋନିକ ଲଞ୍ଚରୁ ଶନିବାର ଦୁଇଟି ସାଟେଲାଇଟ୍‌ ଲଞ୍ଚ କରାଯାଇଥିବାବେଳେ ମିଳିଥିବା ଅବଶେଷ ରକେଟ୍‌ ଲଞ୍ଚରର ହୋଇଥିବା ଆଶଙ୍କା କରାଯାଉଛି। ଅନ୍ୟପଟେ ଚାଇନା ତା’ର ‘ଚାଙ୍ଗ୍‌ ଜେଙ୍ଗ୍‌ ୩ବି’ ଓ୍ବାଇ୭୭ ଲଞ୍ଚ କରିଥିବାବେଳେ ଉକ୍ତ ଗୋଲାକାର ବସ୍ତୁ ଚାଇନା ରକେଟର ହୋଇଥିବା ଅଷ୍ଟ୍ରୋନମର ଜୋନାଥାନ ଏମ୍‌ସିଡୋଓ୍ବେଲ୍‌ ଟୁଇଟରରେ ଏକ ପୋଷ୍ଟ ଶେୟାର କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କଳାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri