ପାଣିପାଗ ବିଭାଗର ଆଲର୍ଟ, ୨୪ ଘଣ୍ଟାରେ…

ଭୁବନେଶ୍ୱର,୨୦।୧୦: ଅଧିକ ଘନୀଭୂତ ହେଉଛି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ। ବର୍ତ୍ତମାନ ତାହା ଆଣ୍ଡାମାନ ସାଗର ଓ ଆଖପାଖରେ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଗକୁ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ ।

ଏହାର ପ୍ରଭାବରେ ୨୧ ତାରିଖରୁ ସମୁଦ୍ର ଅଶାନ୍ତ ହୋଇପଡିବ । ତେଣୁ ସମୁଦ୍ର ଭିତରକୁ ଯିବା ନେଇ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ପାଣିପାଗ ବିଭାଗ । ପ୍ରଭାବରେ ୨୩ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓ ଓ ଆଭ୍ୟନ୍ତରୀଣ ଓ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଲଘୁଚାପର ରୂପ ନେବା ପରେ ବାତ୍ୟାର ଚିତ୍ର ସ୍ପଷ୍ଟ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ୨୩, ୨୪ ଓ ୨୫ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ବାତ୍ୟା ନେଇ ପାଣିପାଗ ବିଭାଗ ପକ୍ଷରୁ ଏ ପର୍ଯ୍ୟନ୍ତ କୌଣସି ଆକଳନ କରାଯାଇ ନାହିଁ। ଲଘୁଚାପ ସୃଷ୍ଟି ହେବା ପରେ ଏ ନେଇ ଚିତ୍ର ସ୍ପଷ୍ଟହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଏବେ ବାତ୍ୟା ଆକଳନ କରିହେବନି। ଲଘୁଚାପକ୍ଷେତ୍ର ହେବା ପରେ ଏହାର ଗତି ଓ ସ୍ଥିତି ନେଇ କିଛିଟା ଚିତ୍ର ସ୍ପଷ୍ଟହେବ। ଆସନ୍ତା ୨୨ରୁ ବଙ୍ଗୋପସାଗର ଅଶାନ୍ତ ରହିବ। ୨୧ ସୁଦ୍ଧା ମତ୍ସ୍ୟଜୀବୀଙ୍କୁ ସ୍ଥଳଭାଗକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ୨୩ରୁ ୨୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ବିଶେଷକରିଉପକୂଳ ଓ ଆଭ୍ୟନ୍ତରୀଣଓଡ଼ିଶାରବିଭିନ୍ନ ଜିଲାରେ ବର୍ଷା ହୋଇପାର ଯେହେତୁଅକ୍ଟୋବରମସବାତ୍ୟାକୁସୁହାଇଥାଏ। କେତେକ ପାଣିପାଗ ମଡେଲ୍‌ ଏହାକୁ ପୂର୍ବାନୁମାନକରିଛନ୍ତତଥାପିଏବେବାତ୍ୟସ୍ଥିତି ଆକଳନ କରି ହେବନି ବୋଲି ଆଇଏମ୍‌ଡି ଡିଜି କହିଛନ୍ତି।
ଅନ୍ୟପକ୍ଷରେ ଆସନ୍ତା ଦୁଇ ତିନି ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ। କେଉଁଠି ଅସରାଏ କିମ୍ବା ଦି’ ଅସରା ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri