ଏହି ୩ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୬ା୧୦: ରାଜ୍ୟର କିଛି ଜିଲାରେ ପ୍ରବଳ ଗରମ ଅନୁଭୂତ ହେଉଥିବା ବେଳେ ଆଉ କିଛି ଜିଲାରେ ପାଗ ମେଘୁଆ ରହୁଛି। ଆଉ କିଛି ଜିଲାରେ କୁହୁଡ଼ି ପଡୁଥିବାର ମଧ୍ୟ ଦେଖିବାକୁ ମିଳୁଛି। ତେବେ ଆଗାମୀ ୩ ଘଣ୍ଟା ପାଇଁ ୩ ଜିଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉପକୂଳ ଜିଲା ପୁରୀ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାରେ ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗକେନ୍ଦ୍ର ସୂଚନା ଦେଇଛି। ଏସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ଶନିବାର କିଛି ଜିଲାରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡ଼ାର ତାପମାତ୍ରା ୩୬.୪ ଡିଗ୍ରୀ ଥିବା ବେଳେ ପାରଳାଖେମୁଣ୍ଡିରେ ୩୬.୨ ଡିଗ୍ରୀ ଥିଲା। ଭୁବନେଶ୍ୱର ୩୫.୫ ଡିଗ୍ରୀ, ସମ୍ବଲପୁର ୩୫.୯, ବଲାଙ୍ଗୀର ୩୫.୪, ବୌଦ୍ଧ ୩୫.୮, କେନ୍ଦ୍ରାପଡ଼ା ୩୫, ସୁନ୍ଦରଗଡ଼ ୩୫.୩, ମାଲକାନଗିରି ୩୫.୧ ଡିଗ୍ରୀ ରହିଥିଲ। ସକାଳେ ଆର୍ଦ୍ରତା ୮୦ରୁ ୯୦% ଥିବାବେଳେ ସନ୍ଧ୍ୟାରେ ୭୦ରୁ ୯୦% ରହିଥିଲା। ଭୁବନେଶ୍ୱର ତାପମାତ୍ରା ସ୍ବାଭାବିକଠାରୁ ୩.୨ ଡିଗ୍ରୀ ଓ ସମ୍ବଲପୁରରେ ୨.୬ ଡିଗ୍ରୀ ଅଧିକ ରହିଛି। ରାତିରେ ବି ବାତାବରଣ ବିଶେଷ ଥଣ୍ଡା ପଡ଼ିନି । ପାରଦ ୨୫-୨୭ ଡିଗ୍ରୀ ପାଖାପାଖି ରହୁଛି। ପୁରୀରେ ରାତି ତାପମାତ୍ରା ଶନିବାର୨୯ ଡିଗ୍ରୀ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri