
ଭୁବନେଶ୍ୱର, ୨୨।୫: ଗରମ ଓ ଗୁଳୁଗୁଳି ପାଗରୁ ବଡ଼ ଆଶ୍ବସ୍ତି ମିଳିବାର ସମ୍ଭାବନା ରହିଛି, କାରଣ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଗୁରୁବାର ଓ ଆଗାମୀ ଛଅ ଦିନ ପାଇଁ ବିଭିନ୍ନ ଜିଲାରେ ବଜ୍ରପାତ ସହ ବର୍ଷା ଚେତାବନୀ ଜାରି କରିଛି।
ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ ବଡ଼ ଧରଣର ପରିବର୍ତ୍ତନ ହେବ ନାହିଁ। ତା’ପରେ ପରବର୍ତ୍ତୀ ୪ ଦିନ ମଧ୍ୟରେ ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ ହ୍ରାସ ପାଇବ ଏବଂ ତା’ପରେ ଆଗାମୀ ୨ ଦିନ ପାଇଁ ସର୍ବାଧିକ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ।
ପୂର୍ବାନୁମାନ ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଏବଂ ଉତ୍ତର ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।
ମେ ୨୨: ୟେଲୋ ଆଲର୍ଟ: ଅପରାହ୍ନ/ସନ୍ଧ୍ୟା ସମୟରେ ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ ଏବଂ ଢେଙ୍କାନାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ମେ ୨୩:ୟେଲୋ ଆଲର୍ଟ: ଅପରାହ୍ନ/ସନ୍ଧ୍ୟା ସମୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ମେ ୨୪: ୟେଲୋ ଆଲର୍ଟ: ଅପରାହ୍ନ/ସନ୍ଧ୍ୟା ସମୟରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ନୂଆପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ମେ ୨୫: ୟେଲୋ ଆଲର୍ଟ: ଅପରାହ୍ନ/ସନ୍ଧ୍ୟା ସମୟରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ ଏବଂ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ମେ ୨୬: ୟେଲୋ ଆଲର୍ଟ: ଅପରାହ୍ନ/ସନ୍ଧ୍ୟା ସମୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଦେଓଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର ଏବଂ ଭଦ୍ରକ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ମେ ୨୭: ୟେଲୋ ଆଲର୍ଟ: ଅପରାହ୍ନ/ସନ୍ଧ୍ୟା ସମୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ମେ ୨୮: ୟେଲୋ ଆଲର୍ଟ: ଅପରାହ୍ନ/ସନ୍ଧ୍ୟା ସମୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ପ୍ରବଳ ବର୍ଷା ଚେତାବନୀ: ଅପରାହ୍ନ/ସନ୍ଧ୍ୟା ସମୟରେ ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।