ପାଣିପାଗ ବିଶେଷଜ୍ଞ ଡ.ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ପ୍ରାଣନାଥ ସମ୍ମାନ

ଖୋର୍ଦ୍ଧା,୨୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୬ତମ ସାମ୍ବତ୍ସରିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷା ଡ.ବିନୋଦିନୀ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପ୍ରାକ୍ତନ ରାଜ୍ୟମୁଖ୍ୟ ପ୍ରଶାସକ ଗୋକୁଳ ଚନ୍ଦ୍ର ପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ସମ୍ମାନିତ ବକ୍ତା ଭାବେ ଯୋଗ ଦେଇଥିବା ବେଳେ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ମହାନିର୍ଦ୍ଦେଶକ ଡ.ମୃତ୍ୟୁଞ୍ଜୟ ମହାପାତ୍ର, କବି ତଥା ସମାଲୋଚକ ଡ.ଶତ୍ରୁଘ୍ନ ପାଣ୍ଡବ, ମେଜର କ୍ଷୀରୋଦ ପ୍ରସାଦ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ଅଧ୍ୟକ୍ଷା ମିଶ୍ର ସ୍ବାଗତ ଭାଷଣ ଦେବା ସହ ବିବରଣୀ ପାଠ କରିଥିଲେ। ଡ.ଶୁଭେନ୍ଦ୍ରୁ ମହାନ୍ତି ମଞ୍ଚ ସଂଯୋଜନା କରିଥିବା ବେଳେ ମହାବିଦ୍ୟାଳୟ ଉପାଧ୍ୟକ୍ଷ ଡ.ପ୍ରଣବ କିଶୋର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ ପାଣିପାଗ ବିଶେଷଜ୍ଞ ଡ.ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ପ୍ରାଣନାଥ ସମ୍ମାନ ଏବଂ ଡ.ପାଣ୍ଡବଙ୍କୁ ମଞ୍ଜରୀ ଦେବୀ ସାହିତ୍ୟ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିସହିତ ପୂର୍ବତନ ଅଧ୍ୟକ୍ଷା ଏବଂ ଅନ୍ୟ ଅବସରପ୍ରାପ୍ତ ଅଧ୍ୟାପିକା, ଅଧ୍ୟାପକଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ଏଥିସହିତ ଚଳିତ ବର୍ଷ ଶ୍ରେଷ୍ଠ ଛାତ୍ରୀଛାତ୍ର, ବିଭାଗୀୟ ଟପ୍ପରଙ୍କୁ ପୁରସ୍କୃତ କରାଯାଇଛି। ଇଲେକ୍ଟ୍ରୋନିକ୍ସ ବିଭାଗ ଶେଷ ବର୍ଷ ଛାତ୍ର ସୋମନାଥ ପରିଡାଙ୍କ ବିୟୋଗରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।

ଡ. ମହାପାତ୍ର କହିଥିଲେ, ନିପଟ ମଫସଲ ଗ୍ରାମରୁ ଦିଲ୍ଲୀ ପୁଣି ଜେନେଭା ପର୍ଯ୍ୟନ୍ତ ନିଜ ଯାତ୍ରା ଉପରେ ମତବ୍ୟକ୍ତ କରିଥିଲେ। ଏପରିକି ନିରନ୍ତର ପ୍ରଚେଷ୍ଟା, ଉଦ୍ୟମ ଏବଂ ସମସ୍ତଙ୍କ ଭଲପାଇବା ଦ୍ୱାରା ଏହା ସମ୍ଭବ ହୋଇପାରିଥିବା ସେ କହିଥିଲେ। ଏପରିକି ଛାତ୍ରୀଛାତ୍ରଙ୍କ ପ୍ରଥମ କର୍ତ୍ତବ୍ୟ ପାଠପଢା ବୋଲି କହିବା ସହ ଉଚିତ କର୍ମ କରିବାକୁ ପରାମର୍ଶ ଦେଇଥିଲେ।

ଡ. ପାଣ୍ଡବ କହିଥିଲେ, ଖୋର୍ଦ୍ଧାର ସ୍ବତନ୍ତ୍ରତା ରହିଛି। ସମରକଳା, ଐତିହ୍ୟ କଳା ସଂସ୍କୃତି ପ୍ରାଣବନ୍ଧୁ ହେଉଛି ଖୋର୍ଦ୍ଧା। ସାମ୍ୟବାଦ ଚିନ୍ତାଧାରାର ମହାନ ବ୍ୟକ୍ତିତ୍ୱ ପ୍ରାଣନାଥଙ୍କ ନାମରେ ଏହି ମହାବିଦ୍ୟାଳୟ ନାମିତ ହେବା ସାର୍ଥକତା ରହିଛି ବୋଲି ସେ କହିଥିଲେ। ମୁଖ୍ୟ ଅତିଥି ପତି କହିଥିଲେ, ପରୀକ୍ଷାରେ ଭଲ ନମ୍ବର ପାଇଁ ନୁହେଁ, ସବୁ କ୍ଷେତ୍ରରେ ସଫଳତା ପାଇଁ ଉଦ୍ୟମ ରଖିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri