Posted inରାଜ୍ୟ

ପାଣିପାଗ ବିଭାଗର ବଡ଼ ସୂଚନା, ଏ ସବୁ ଜିଲାରେ ଉତ୍କଟ ସ୍ଥିତି

ଭୁବନେଶ଼୍ବର, ୨୩।୬: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଜନିତ ବର୍ଷା ଜାରି ରହିଛି । ବିଭିନ୍ନ ଜିଲାରେ ଅଳ୍ପ ବହୁତେ ବର୍ଷା ହେଉଛି । ଏହାରି ମଧ୍ୟରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବଡ଼ ସୂଚନା ଦେଇଛି । ଓଡ଼ିଶାରେ ସ଼୍ବଭାବିକ ଠାରୁ କମ୍‌ ବର୍ଷା ହୋଇଛି । ଜୁନ୍‌ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୮୮.୭ ମିଲି ମିଟର ବର୍ଷା ରେକର୍ଡ ହୋଇଛି । ଯାହାକି ସ଼୍ବଭାବିକ ବର୍ଷା ଠାରୁ ୩୯ ପ୍ରତିଶତ କମ୍‌ । ୨୬ଟି ଜିଲାରେ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ୪ ଜିଲାରେ ଉତ୍କଟ ସ୍ଥିତି ଦେଖିବାକୁ ମିଳିଛି । ମୟୁରଭଞ୍ଜ, ବଲାଙ୍ଗିର, ପୁରୀ ଏବଂ ବାଲେଶ଼୍ବରରେ ଏପରି ସ୍ଥିତି ସୃଷ୍ଟି ହୋଇଛି ।

ପୁରୀରେ ସର୍ବାଧିକ ସ଼୍ବଭାବିକ ଠାରୁ ୭୦ ପ୍ରତିଶତ କମ୍‌ ବର୍ଷା ରେକର୍ଡ ହୋଇଛି । ୨୧ ଜିଲାରେ ୨୦ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ମାତ୍ର ୫ଟି ଜିଲ୍ଲାରେ ସ଼୍ବାଭାବିକ ବର୍ଷା ରେକର୍ଡ ହୋଇଛି । ଅନ୍ୟପଟେ ରାଜ୍ୟର ସମସ୍ତ ଜିଲାରେ ମୌସୁମୀ ପହଞ୍ଚିଛି ।

ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଫଳରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏନେଇ ଅଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୨୦ ଜିଲାକୁ ବିଜୁଳି, ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୬ ତାରିଖ ଅର୍ଥାତ ବୁଧବାର ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ରାଜ୍ୟର ୨୪ଟି ଜିଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ପର୍ଶ କରିଛି। ପାଗ ଅନୁକୂଳ ଥିବାରୁ ମୌସୁମୀ ପୁଣି ସକ୍ରିୟା ହେବା ସହ ବିଭିନ୍ନ ଜିଲାକୁ ପ୍ରବେଶ କରୁଛି।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ସାମ୍ଭାବ୍ୟ ବନ୍ୟା ପାଇଁ ଉଚ୍ଚସ୍ତରୀୟ ବୈଠକ ଗତକାଲି ଡକାଇଥିଲେ । ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ନିର୍ଦ୍ଦେଶ ଦେଇଥିଲେ। ଜଳ ସମ୍ପଦ ବିଭାଗର ବିଳମ୍ବିତ ପ୍ରକଳ୍ପ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ବିଭାଗୀୟ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବନ୍ୟା ନିୟନ୍ତ୍ରଣ କକ୍ଷ ୨୪ ଘଣ୍ଟିଆ ଖୋଲିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଦୁର୍ବଳ ନଦୀବନ୍ଧ ଅଧିକ ସୁଦୃଢ଼ କରିବା ଓ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri