ନୂଆବର୍ଷରେ ମେଟ୍ରୋ ପ୍ରକଳ୍ପ ଶିଳାନ୍ୟାସ

ଭୁବନେଶ୍ୱର,୮ା୧୦(ଅନିଲ ଦାସ)୨୦୨୪ ଜାନୁୟାରୀ ପହିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଶୁଭ ଦେବେ। ଏହି ପ୍ରକଳ୍ପ ପାଇଁ ପ୍ରସ୍ତୁତ ୫୯୨୯ କୋଟି ଟଙ୍କାର ପ୍ରକଳ୍ପ ରିପୋର୍ଟକୁ ଅନୁମୋଦନ ମିଳିସାରିଛି। ଏହି ସମସ୍ତ ଅର୍ଥ ରାଜ୍ୟ ସରକାର ବହନ କରିବେ। ରାଜ୍ୟ ସରକାରଙ୍କ ୫-ଟି ପଦକ୍ଷେପ ଅନୁଯାୟୀ ଏହି ପ୍ରକଳ୍ପ ହାତକୁ ନିଆଯିବ। ଚଳିତ ବର୍ଷ ପାଇଁ ରାଜ୍ୟ ସରକାର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୧୦ କୋଟି ଟଙ୍କା ଅତିରିକ୍ତ ବଜେଟରେ ଆଣିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେଶନ କମ୍ପାନୀ ଆକ୍ଟ ଅନୁଯାୟୀ ଏହା ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ନିଜସ୍ବ କମ୍ପାନୀ।
ଏଥିସହିତ ଏହି ପ୍ରକଳ୍ପ କାର୍ଯ୍ୟକୁ ତଦାରଖ ଓ ତ୍ୱରାନ୍ବିତ କରିବାକୁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି।
ମେଟ୍ରୋ ରେଳ ପ୍ରଥମ ପର୍ଯ୍ୟାୟରେ ତ୍ରିଶୂଳିଆ ଛକରୁ ଭୁବନେଶ୍ୱର ବିମାନବନ୍ଦର ପର୍ଯ୍ୟନ୍ତ ଆରମ୍ଭ ହେବ। ରାସ୍ତାର ମେଡିଆନରେ ନିର୍ମାଣ ହେବ। ୨୦ଟି ଷ୍ଟେଶନ ଦେଇ ମେଟ୍ରୋ ରେଳ ଚଳାଚଳ କରିବ। ଯାତ୍ରା ସମୟରେ ନନ୍ଦନକାନନ, କିଟ୍‌ ଛକ, ଡମଣା ଛକ, ଜୟଦେବ ବିହାର, ବାଣିବିହାର, ରାମ ମନ୍ଦିର, ଭୁବନେଶ୍ୱର ରେଳ ଷ୍ଟେଶନ, ବାପୁଜି ନଗର, ଶିଶୁ ଭବନ ଛକ ଏବଂ କ୍ୟାପିଟାଲ ହସ୍ପିଟାଲ ଭଳି ଗୁରୁତ୍ୱ ପୂର୍ଣ୍ଣ ସ୍ଥାନ ଦେଇ ମେଟ୍ରୋ ରେଳ ଅତିକ୍ରମ କରିବ ।
ଏହି ପ୍ରକଳ୍ପ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ କରାଯିବ ଏବଂ ୪୮ ମାସ ମଧ୍ୟରେ ଶେଷ ହେବ। ନିର୍ଦ୍ଧାରିତ ସମୟରେ ଯେପରି ପ୍ରକଳ୍ପ କାର୍ଯ୍ୟ ଶେଷ ହେବ ସେନେଇ ସମସ୍ତ ଏଜେନ୍ସି ପରସ୍ପର ମଧ୍ୟରେ ଉତ୍ତମ ସମନ୍ବୟ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ହେଉଛି ଏକ ବୃହତ୍‌ ଯୁଗାନ୍ତକାରୀ ପ୍ରକଳ୍ପ । ଏହି ପ୍ରକଳ୍ପ ଦ୍ୱାରା ଭୁବନେଶ୍ୱର ଦେଶର ମେଟ୍ରୋ ରେଳ ଥିବା ସହରଗୁଡ଼ିକ ସହିତ ସାମିଲ ହେବ। ଏହି ପ୍ରକଳ୍ପ ଦ୍ୱାରା ସାଧାରଣ ପରିବହନ ବ୍ୟବସ୍ଥା ଆହୁରି ସୁଦୃଢ଼ ହେବା ସହିତ ସହରର ଆର୍ଥିକ ଅଭିବୃଦ୍ଧି ହୋଇପାରିବ। ଭୁବନେଶ୍ୱର ବିଭିନ୍ନ ସହରାଞ୍ଚଳ ପ୍ରକଳ୍ପ ପାଇଁ ପରିଚିତ ଥିବାବେଳେ ଜୀବନଧାରଣ ଶୈଳୀରେ ଉନ୍ନତି ପରିଲକ୍ଷିତ ହୋଇଛି। ଏହି ମେଗା ପ୍ରକଳ୍ପ କାର୍ଯ୍ୟକାରୀ ହେବା ଦ୍ୱାରା ଭୁବନେଶ୍ୱର ଦେଶର ସର୍ବୋତ୍କୃଷ୍ଟ ବାସୋପଯୋଗୀ ସହରରେ ପରିଣତ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ କ୍ଷେତ୍ର ପରିଦର୍ଶନ ପରେ ଚୂଡ଼ାନ୍ତ ହୋଇଥିବା ରୁଟ୍‌ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ମେଟ୍ରୋ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଭୁବନେଶ୍ୱର ଆଖପାଖ ଅଞ୍ଚଳର ମଧ୍ୟ ଅଭିବୃଦ୍ଧି ହେବ।
ଏହି କାର୍ଯ୍ୟକ୍ରମରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଉନ୍ନୟନ କମିଶନର ଅନୁ ଗର୍ଗ, ବିଭାଗୀୟ ସଚିବ ମାଥିଭାଥନନ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri