ନୂଆବର୍ଷରେ ମେଟ୍ରୋ ପ୍ରକଳ୍ପ ଶିଳାନ୍ୟାସ

ଭୁବନେଶ୍ୱର,୮ା୧୦(ଅନିଲ ଦାସ)୨୦୨୪ ଜାନୁୟାରୀ ପହିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଶୁଭ ଦେବେ। ଏହି ପ୍ରକଳ୍ପ ପାଇଁ ପ୍ରସ୍ତୁତ ୫୯୨୯ କୋଟି ଟଙ୍କାର ପ୍ରକଳ୍ପ ରିପୋର୍ଟକୁ ଅନୁମୋଦନ ମିଳିସାରିଛି। ଏହି ସମସ୍ତ ଅର୍ଥ ରାଜ୍ୟ ସରକାର ବହନ କରିବେ। ରାଜ୍ୟ ସରକାରଙ୍କ ୫-ଟି ପଦକ୍ଷେପ ଅନୁଯାୟୀ ଏହି ପ୍ରକଳ୍ପ ହାତକୁ ନିଆଯିବ। ଚଳିତ ବର୍ଷ ପାଇଁ ରାଜ୍ୟ ସରକାର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୧୦ କୋଟି ଟଙ୍କା ଅତିରିକ୍ତ ବଜେଟରେ ଆଣିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେଶନ କମ୍ପାନୀ ଆକ୍ଟ ଅନୁଯାୟୀ ଏହା ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ନିଜସ୍ବ କମ୍ପାନୀ।
ଏଥିସହିତ ଏହି ପ୍ରକଳ୍ପ କାର୍ଯ୍ୟକୁ ତଦାରଖ ଓ ତ୍ୱରାନ୍ବିତ କରିବାକୁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି।
ମେଟ୍ରୋ ରେଳ ପ୍ରଥମ ପର୍ଯ୍ୟାୟରେ ତ୍ରିଶୂଳିଆ ଛକରୁ ଭୁବନେଶ୍ୱର ବିମାନବନ୍ଦର ପର୍ଯ୍ୟନ୍ତ ଆରମ୍ଭ ହେବ। ରାସ୍ତାର ମେଡିଆନରେ ନିର୍ମାଣ ହେବ। ୨୦ଟି ଷ୍ଟେଶନ ଦେଇ ମେଟ୍ରୋ ରେଳ ଚଳାଚଳ କରିବ। ଯାତ୍ରା ସମୟରେ ନନ୍ଦନକାନନ, କିଟ୍‌ ଛକ, ଡମଣା ଛକ, ଜୟଦେବ ବିହାର, ବାଣିବିହାର, ରାମ ମନ୍ଦିର, ଭୁବନେଶ୍ୱର ରେଳ ଷ୍ଟେଶନ, ବାପୁଜି ନଗର, ଶିଶୁ ଭବନ ଛକ ଏବଂ କ୍ୟାପିଟାଲ ହସ୍ପିଟାଲ ଭଳି ଗୁରୁତ୍ୱ ପୂର୍ଣ୍ଣ ସ୍ଥାନ ଦେଇ ମେଟ୍ରୋ ରେଳ ଅତିକ୍ରମ କରିବ ।
ଏହି ପ୍ରକଳ୍ପ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ କରାଯିବ ଏବଂ ୪୮ ମାସ ମଧ୍ୟରେ ଶେଷ ହେବ। ନିର୍ଦ୍ଧାରିତ ସମୟରେ ଯେପରି ପ୍ରକଳ୍ପ କାର୍ଯ୍ୟ ଶେଷ ହେବ ସେନେଇ ସମସ୍ତ ଏଜେନ୍ସି ପରସ୍ପର ମଧ୍ୟରେ ଉତ୍ତମ ସମନ୍ବୟ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ହେଉଛି ଏକ ବୃହତ୍‌ ଯୁଗାନ୍ତକାରୀ ପ୍ରକଳ୍ପ । ଏହି ପ୍ରକଳ୍ପ ଦ୍ୱାରା ଭୁବନେଶ୍ୱର ଦେଶର ମେଟ୍ରୋ ରେଳ ଥିବା ସହରଗୁଡ଼ିକ ସହିତ ସାମିଲ ହେବ। ଏହି ପ୍ରକଳ୍ପ ଦ୍ୱାରା ସାଧାରଣ ପରିବହନ ବ୍ୟବସ୍ଥା ଆହୁରି ସୁଦୃଢ଼ ହେବା ସହିତ ସହରର ଆର୍ଥିକ ଅଭିବୃଦ୍ଧି ହୋଇପାରିବ। ଭୁବନେଶ୍ୱର ବିଭିନ୍ନ ସହରାଞ୍ଚଳ ପ୍ରକଳ୍ପ ପାଇଁ ପରିଚିତ ଥିବାବେଳେ ଜୀବନଧାରଣ ଶୈଳୀରେ ଉନ୍ନତି ପରିଲକ୍ଷିତ ହୋଇଛି। ଏହି ମେଗା ପ୍ରକଳ୍ପ କାର୍ଯ୍ୟକାରୀ ହେବା ଦ୍ୱାରା ଭୁବନେଶ୍ୱର ଦେଶର ସର୍ବୋତ୍କୃଷ୍ଟ ବାସୋପଯୋଗୀ ସହରରେ ପରିଣତ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ କ୍ଷେତ୍ର ପରିଦର୍ଶନ ପରେ ଚୂଡ଼ାନ୍ତ ହୋଇଥିବା ରୁଟ୍‌ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ମେଟ୍ରୋ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଭୁବନେଶ୍ୱର ଆଖପାଖ ଅଞ୍ଚଳର ମଧ୍ୟ ଅଭିବୃଦ୍ଧି ହେବ।
ଏହି କାର୍ଯ୍ୟକ୍ରମରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଉନ୍ନୟନ କମିଶନର ଅନୁ ଗର୍ଗ, ବିଭାଗୀୟ ସଚିବ ମାଥିଭାଥନନ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି...

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ...

ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ...

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri