ଭୁବନେଶ୍ୱରରେ ଅଣ୍ଡରଗ୍ରାଉଣ୍ଡ୍‌ରେ ଗଡ଼ିବ ମେଟ୍ରୋ ଟ୍ରେନ୍‌

ଭୁବନେଶ୍ୱର,୨୬ା୫(ବନ୍ଦନା ସେଠୀ): କୋଲକାତା ଭଳି ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ୍‌ ଅଣ୍ଡରଗ୍ରାଉଣ୍ଡ୍‌ରେ ଚଳାଚଳ କରିବ। ପୂର୍ବରୁ ବ୍ରିଜ୍‌ ଉପରେ ମେଟ୍ରୋ ଟ୍ରେନ ଚାଲିବ ବୋଲି ସୂଚନା ଦିଆଯାଇଥିଲା ଓ ସେହି ଅନୁସାରେ ପ୍ରାରମ୍ଭିକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ହେଲେ ଏବେ ରାଜ୍ୟ ସରକାର ଉକ୍ତ ନିଷ୍ପତ୍ତିରେ ପରିବର୍ତ୍ତନ କରି ମାଟି ତଳେ ମେଟ୍ରୋ ସେବା ପ୍ରଦାନ କରିବାକୁ ଯୋଜନା କରୁଛନ୍ତି। ଏଥିପାଇଁ ପ୍ରାୟତଃ ପ୍ରସ୍ତୁତି ସମ୍ପର୍କିତ ଆଲୋଚନା ହୋଇସାରିଛି। ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଅପ୍‌ଡେଟ୍‌ ଦେଇ ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ରାଜ୍ୟ ରାଜଧାନୀ ଭୁବନେଶ୍ୱରର ଜନସଂଖ୍ୟା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ସେହି ଅନୁପାତରେ ଜନଗହଳି ସହିତ ଗାଡ଼ିମୋଟର ମଧ୍ୟ ବୃଦ୍ଧି ପାଉଛି। ଭୁବନେଶ୍ବରରେ ଯେଉଁଭଳି ଭାବେ ଦିନକୁ ଦିନ ଭିଡ଼ ନିୟନ୍ତ୍ରଣ ବାହାରକୁ ଯାଉଛି, ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବଡ଼ ପ୍ଲାନ୍‌ କରିଛନ୍ତି। ସେଥିପାଇଁ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପକୁ ଅଣ୍ଡରଗ୍ରାଉଣ୍ଡ୍‌ କରାଯିବାକୁ ନିଷ୍ପତ୍ତି ହୋଇଥିବା ମନ୍ତ୍ରୀ କହିଛନ୍ତି।
ଭୁବନେଶ୍ବରରେ ପ୍ରସ୍ତାବିତ ମେଟ୍ରୋ ରେଳ ପାଇଁ ପୂର୍ବ ସରକାରରେ ମୂଳଦୁଆ ପଡିଥିଲା। ୨୦୨୪ ଜାନୁଆରୀ ପହିଲାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତ୍ରିଶୂଳିଆ ନିକଟରେ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି ପ୍ରକଳ୍ପ ପାଇଁ ମୋଟ ୬୨୫୫କୋଟି ଟଙ୍କା ବ୍ୟୟବରାଦ ହୋଇଛି। ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟଠାରୁ ତ୍ରିଶୂଳିଆ ଛକ ପର୍ଯ୍ୟନ୍ତ ୨୬ କିଲୋମିଟର ପର୍ଯ୍ୟନ୍ତ ଏହି ମେଟ୍ରୋ ରେଳ ଚାଲିବ। ପରବର୍ତ୍ତୀ ପର୍ଯ୍ୟାୟରେ ତ୍ରିଶୂଳିଆ ଦେଇ କଟକ ଖାନ୍‌ନଗରସ୍ଥିତ ନେତାଜୀ ବସ୍‌ ଟର୍ମିନାଲ ଓ ଏସ୍‌ସିବି ବଡ଼ ମେଡିକାଲ ପର୍ଯ୍ୟନ୍ତ ଚଳାଚଳ କରିବ। ଏପରିକି ପୁରୀ ପର୍ଯ୍ୟନ୍ତ ମେଟ୍ରୋ ଟ୍ରେନ୍‌ ସମ୍ପ୍ରସାରଣ ଲାଗି ମଧ୍ୟ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ମୋଟ ୨୨ଟି ଷ୍ଟେଶନ କାର୍ଯ୍ୟକ୍ଷମ ହେବ। ରାଜମହଲ, ଜୟଦେବ ବିହାର, କ୍ୟାପିଟାଲ ହସ୍ପିଟାଲ, ପଟିଆ ଆଦି ପ୍ରମୁଖ ସ୍ଥାନ ସହ ଅନ୍ୟ ସ୍ଥାନରେ ଷ୍ଟେଶନ ରହିବ। ତେବେ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ନିର୍ମାଣ କାମ ୨୦୨୭ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri