ମେଟଲ୍‌ ମିଟ୍‌ ୨୦୨୪: ସିନିୟର ବିଭାଗରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ୍‌

ଭୁବନେଶ୍ୱର,୪ା୮(ଅସମାପିକା ସାହୁ) ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ କ୍ରିଷ୍ଟାଲ କ୍ରାଉନ୍‌ ହୋଟେଲରେ ଦୁଇଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଷଷ୍ଠ ସଂସ୍କରଣ ‘ମେଟଲ୍‌ ମିଟ୍‌ ୨୦୨୪’ର ରବିବାର ଶେଷ ହୋଇଛି । ଗ୍ରାଣ୍ଡ ଫିନାଲେରେ ସିନିୟର ବିଭାଗର ଟପ୍‌-୮ଟି ଟିମ୍‌ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ଏମ୍ସ ଭୁବନେଶ୍ୱର ଚାମ୍ପିୟନ୍‌ ହୋଇଛି। ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ କଟକ ପ୍ରଥମ ରନର୍ସଅପ ହୋଇଥିବା ବେଳେ ଏନ୍‌ଆଇଟି ରାଉରକେଲା ଦ୍ୱିତୀୟ ରନର୍ସଅପ ହୋଇଛନ୍ତି।

ଓଡ଼ିଶାପୋଷ୍ଟ ଏବଂ ଧରିତ୍ରୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଏବଂ ସମ୍ପାଦକ ତଥାଗତ ସତପଥୀ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ବିଜେତା ଟିମ୍‌କୁ ୧ଲକ୍ଷ ଟଙ୍କା ଲେଖାଏ ପୁରସ୍କୃତ କରାଯାଇଥିବା ବେଳେ ପ୍ରଥମ ରନର୍ସଅପ ଦଳକୁ ୫୦ ହଜାର ଟଙ୍କା ଏବଂ ଦ୍ୱିତୀୟ ରନର୍ସଅପକୁ ୨୫ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି । କୁଇଜ୍‌ର ଏହି ମହାକୁମ୍ଭକୁ ଚଳିତ ବର୍ଷ ଲୋକପ୍ରିୟ କୁଇଜ୍‌ ମାଷ୍ଟର ଅଜୟ ପୁନିଆ ହୋଷ୍ଟ କରିଥିଲେ। କାର୍ଯ୍ୟକ୍ରମକୁ ମୁନ୍‌ମୁନ୍‌ ସିଂ ସଂଯୋଜନା କରିଥିଲେ।

କୁଇଜ୍‌ର ଏହି ମହାକୁମ୍ଭରେ ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟରୁ ମୋଟ ୮୩ଟି ଟିମ୍‌ ଅଂଶଗ୍ରହଣ କରିଥିଲେ। ପ୍ରିଲିମ୍ସ ରାଉଣ୍ଡ୍‌ରେ ଜୁନିୟର ବର୍ଗରେ ୪୨ ଟିମ୍‌ ଓ ସିନିୟର ବର୍ଗରେ ୪୧ ଟିମ୍‌ ଭାଗ ନେଇଥିବା ବେଳେ ଗ୍ରାଣ୍ଡ ଫାଇନାଲ୍ସ ପାଇଁ ମୋଟ ୧୬ ଟିମ୍‌ (୮ଟି ଜୁନିୟର ଓ ୮ଟି ସିନିୟର) ମନୋନୀତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri