ମେଟଲ୍‌ ମିଟ୍‌ ୨୦୨୪: ଗ୍ରାଣ୍ଡ୍‌ ଫିନାଲେକୁ ଗଲେ ଜୁନିୟର ୮ ଟପ୍‌ ଟିମ୍‌

ଭୁବନେଶ୍ୱର,୩ା୮(ଅସମାପିକା ସାହୁ):  ଭୁବନେଶ୍ୱରସ୍ଥିତ କ୍ରିଷ୍ଟାଲ କ୍ରାଉନ ହୋଟେଲରେ ‘ମେଟଲ୍‌ ମିଟ୍‌-୨୦୨୪’ର ଜୁନିୟର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି ‘ଟପ୍‌-୮’ ଟିମ୍‌। ଜୁନିୟର ବର୍ଗରେ ମୋଟ୍‌ ୪୧ ଟିମ୍‌ ଭାଗ ନେଇଥିବା ବେଳେ ସେଥିମଧ୍ୟରୁ ୮ଟି ଟିମ୍‌ ଗ୍ରାଣ୍ଡ ଫିନାଲେକୁ ଯାଇଛନ୍ତି। ଏହି ଜୁନିୟର ଟିମ୍ସ ଭୁବନେଶ୍ୱରର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ, ଡିଏଭି ୟୁନିଟ୍‌ ୮, ଡିପିଏସ୍‌ କଳିଙ୍ଗ, କଟକର ସିଡିଏ ଡିଏଭି, କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ ଲୟଲା ସ୍କୁଲ, ଡିଏଭି କଳିଙ୍ଗନଗର ଗ୍ରାଣ୍ଡ୍‌ ଫିନାଲେକୁ ଟିକେଟ୍‌ ପାଇଛନ୍ତି।

ପ୍ରକାଶଯୋଗ୍ୟ, ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ବୌଦ୍ଧିକ ପ୍ରତିଯୋଗିତା ପାଇଁ ଏକ ଉତ୍କୃଷ୍ଟ ପ୍ଲାଟ୍‌ଫର୍ମ ଯୋଗାଇଦେବା ଲକ୍ଷ୍ୟରେ ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୨୪’ ଲାଗି ଶନିବାର ସକାଳ ୯ଟାରୁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଜୁନିୟର ବର୍ଗଙ୍କ ପରେ ସିନିୟର ବର୍ଗଙ୍କ ମଧ୍ୟରେ ପ୍ରିଲିମ୍‌ ରାଉଣ୍ଡ ଅନୁଷ୍ଠିତ ହେବ। ଏଥର ବି ‘ମେଟଲ୍‌ ମିଟ୍‌’ରେ କୁଇଜ୍‌ ମାଷ୍ଟର ଅଜୟ ପୁନିଆ ରହିଛନ୍ତି।

କାର୍ଯ୍ୟକ୍ରମ ଆରମ୍ଭରେ ‘ଓଡ଼ିଶାପୋଷ୍ଟ’ ଏବଂ ‘ଧରିତ୍ରୀ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରିଥିଲେ। କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିବା ସହ ସମସ୍ତ ପ୍ରତିଯୋଗୀ ଜଣେ ଜଣେ ବିଜୟୀ ବୋଲି କହିଥିଲେ। ସେହିପରି ‘ଓଡ଼ିଶାପୋଷ୍ଟ’ ଏବଂ ‘ଧରିତ୍ରୀ’ର ସମ୍ପାଦକ ତଥାଗତ ସତପଥୀ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ।

ଏହି କାର୍ଯ୍ୟକ୍ରମର ପ୍ରାୟୋଜକ ଭାବେ ଓଏମ୍‌ସି, ଇଣ୍ଡିଆନ ଅଏଲ, ନାଲ୍‌କୋ, ଜିନ୍ଦଲ, ଏମ୍‌ସିଏଲ୍‌, ଏଏମ୍‌/ଏନ୍‌ଏସ୍‌ ଇଣ୍ଡିଆ, ବେଦାନ୍ତ, ରୁଚି, ବାଜିରାଓ ଆଇଏସ୍‌ ଏକାଡେମୀ, ଇମ୍ଫା, ଶ୍ରୀ ଜଗନ୍ନାଥ ପ୍ରମୋଟର୍ସ ଆଣ୍ଡ୍‌ ବିଲ୍‌ଡର୍ସ, ଫାଲ୍‌କନ ଇୟଲ ଇଷ୍ଟେଟ୍‌, ଫାଭୋ, କାର୍ସିନୋଭା କ୍ୟାନସର ହସ୍ପିଟାଲ, କାନାଡା ବ୍ୟାଙ୍କ୍‌, ଓଡ଼ିଶା ପର୍ଯ୍ୟଟନ, ପାରାଦୀପ ଫସ୍‌ଫେଟ୍‌ ଲିମିଟେଡ୍‌ ରହିଥିବା ବେଳେ ପାର୍ଟନରଶିପ୍‌ ଭାବେ ଅଜନ୍ତା ଆଡଭୋଟାଇଜର୍ସ, ସମାଜବାଦୀ ସୋସାଇଟି, ଧରିତ୍ରୀ, ପଣ୍ଡା ଟ୍ରାଭେଲ୍‌ ମାର୍ଟ, ଓମ୍‌ଫେଡ୍‌ ଏବଂ ଡବ୍ଲ୍ୟୁଇଏଫ୍‌ଇ ଇଣ୍ଟରନେଟ୍‌ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri