Mettle Meet 2025 ଗ୍ରାଣ୍ଡ ଫାଇନାଲ: ବାଜି ମାରିଲେ ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ଏମ୍ସ, ଭୁବନେଶ୍ୱର

ଭୁବନେଶ୍ୱର,୧୦ା୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ଆନୁକୂଲ୍ୟରେ ୨ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୫’ର ରବିବାର ଗ୍ରାଣ୍ଡ ଫାଇନାଲ ଅନୁଷ୍ଠିତ ହୋଇଯାଇଛି। ଗ୍ରାଣ୍ଡ ଫାଇନାଲ ସିନିୟର ବର୍ଗରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ ହୋଇଥିବା ବେଳେ ଆଇଆଇଟି ଖଡ଼ଗପୁର ପ୍ରଥମ ରନର୍ସଅପ ହୋଇଛି। ଆଇଆଇଏମ୍‌ କୋଲ୍‌କାତା ଦ୍ୱିତୀୟ ରନର୍ସଅପ ଯୋଗ୍ୟତା ହାସଲ କରିଛି।

ସେହିପରି ଗ୍ରାଣ୍ଡ ଫାଇନାଲର ଜୁନିୟର ବର୍ଗରେ ଭୁବନେଶ୍ୱର ୟୁନିଟ-୮ର ଡିଏଭି ପବ୍ଲିକ ସ୍କୁଲ ଚାମ୍ପିୟନ ହୋଇଥିବା ବେଳେ କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ ପ୍ରଥମ ରନର୍ସଅପ ହୋଇଛି। ସେହିପରି ଲୟୋଲା ସ୍କୁଲ ଦ୍ୱିତୀୟ ରନର୍ସଅପ ହାସଲ କରିଛି।

ଏହି ଅବସରରେ ଓଡ଼ିଶାପୋଷ୍ଟ ଏବଂ ଧରିତ୍ରୀର ସମ୍ପାଦକ ତଥାଗତ ସତପଥୀ କୁଇଜ୍‌ ମାଷ୍ଟର ଅଜୟ ପୁନିଆଙ୍କ ଚମତ୍କାର ପ୍ରଶ୍ନ କରିବାର ଶୈଳୀକୁୁ ପ୍ରଶଂସା କରିଛନ୍ତି। ଏଥିସହ ଅଂଶଗ୍ରହଣକାରୀଙ୍କର ଉତ୍ତର ଦେବାର ବୁଦ୍ଧିମତା ପାଇଁ ମଧ୍ୟ ପ୍ରଶଂସା କରିଛନ୍ତି। ସେ ଆହୁରି କହିଛନ୍ତି, କେହି ହାରି ନ ଥାନ୍ତି; ସମସ୍ତେ ବିଜୟ ହାସଲ କରିବା ପଥରେ ଥାଆନ୍ତି।

ସେହିପରି ଓଡ଼ିଶା ପୋଷ୍ଟ ଏବଂ ଧରିତ୍ରୀର ସିଇଓ ଆଦ୍ୟାଶା ସତପଥୀ କହିଛନ୍ତି, ‘ମେଟଲ୍‌ ମିଟ୍‌ ଆରମ୍ଭ କରିବାର ମୁଖ୍ୟ ଉଦ୍ଦେଶ୍ୟ ଥିଲା କୁଇଜର ଆନନ୍ଦ ନେବା ଓ ଉତ୍ସାହ ଫେରାଇ ଆଣିବା। ବର୍ତ୍ତମାନ ଏହି ପ୍ଲାଟଫର୍ମ ହାଇ ଲେଭଲ କୁଇଜ ପାଇଁ ଏକ ଜଣାଶୁଣା ବ୍ରାଣ୍ଡ ପାଲଟିିଛି’।

କୁଇଜ୍‌ ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟରୁ ମୋଟ ୮୧ଟି ଟିମ ଅଂଶଗ୍ରହଣ କରିଥିଲେ। ପ୍ରିଲିମ୍ସ ରାଉଣ୍ଡରେ ଜୁନିୟର ବର୍ଗରେ ୩୯ ଓ ସିନିୟର ବର୍ଗରେ ୪୨ ଟିମ ଭାଗ ନେଇଥିଲେ। ସେଥିମଧ୍ୟରୁ ଗ୍ରାଣ୍ଡ ଫାଇନାଲ୍ସ ପାଇଁ ଉଭୟ ବର୍ଗରୁ ୮ଟି ଲେଖାଏ ଟିମ୍‌ ମନୋନୀତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri