Mettle Meet 2025 ଗ୍ରାଣ୍ଡ ଫାଇନାଲ: ବାଜି ମାରିଲେ ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ଏମ୍ସ, ଭୁବନେଶ୍ୱର

ଭୁବନେଶ୍ୱର,୧୦ା୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ଆନୁକୂଲ୍ୟରେ ୨ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୫’ର ରବିବାର ଗ୍ରାଣ୍ଡ ଫାଇନାଲ ଅନୁଷ୍ଠିତ ହୋଇଯାଇଛି। ଗ୍ରାଣ୍ଡ ଫାଇନାଲ ସିନିୟର ବର୍ଗରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ ହୋଇଥିବା ବେଳେ ଆଇଆଇଟି ଖଡ଼ଗପୁର ପ୍ରଥମ ରନର୍ସଅପ ହୋଇଛି। ଆଇଆଇଏମ୍‌ କୋଲ୍‌କାତା ଦ୍ୱିତୀୟ ରନର୍ସଅପ ଯୋଗ୍ୟତା ହାସଲ କରିଛି।

ସେହିପରି ଗ୍ରାଣ୍ଡ ଫାଇନାଲର ଜୁନିୟର ବର୍ଗରେ ଭୁବନେଶ୍ୱର ୟୁନିଟ-୮ର ଡିଏଭି ପବ୍ଲିକ ସ୍କୁଲ ଚାମ୍ପିୟନ ହୋଇଥିବା ବେଳେ କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ ପ୍ରଥମ ରନର୍ସଅପ ହୋଇଛି। ସେହିପରି ଲୟୋଲା ସ୍କୁଲ ଦ୍ୱିତୀୟ ରନର୍ସଅପ ହାସଲ କରିଛି।

ଏହି ଅବସରରେ ଓଡ଼ିଶାପୋଷ୍ଟ ଏବଂ ଧରିତ୍ରୀର ସମ୍ପାଦକ ତଥାଗତ ସତପଥୀ କୁଇଜ୍‌ ମାଷ୍ଟର ଅଜୟ ପୁନିଆଙ୍କ ଚମତ୍କାର ପ୍ରଶ୍ନ କରିବାର ଶୈଳୀକୁୁ ପ୍ରଶଂସା କରିଛନ୍ତି। ଏଥିସହ ଅଂଶଗ୍ରହଣକାରୀଙ୍କର ଉତ୍ତର ଦେବାର ବୁଦ୍ଧିମତା ପାଇଁ ମଧ୍ୟ ପ୍ରଶଂସା କରିଛନ୍ତି। ସେ ଆହୁରି କହିଛନ୍ତି, କେହି ହାରି ନ ଥାନ୍ତି; ସମସ୍ତେ ବିଜୟ ହାସଲ କରିବା ପଥରେ ଥାଆନ୍ତି।

ସେହିପରି ଓଡ଼ିଶା ପୋଷ୍ଟ ଏବଂ ଧରିତ୍ରୀର ସିଇଓ ଆଦ୍ୟାଶା ସତପଥୀ କହିଛନ୍ତି, ‘ମେଟଲ୍‌ ମିଟ୍‌ ଆରମ୍ଭ କରିବାର ମୁଖ୍ୟ ଉଦ୍ଦେଶ୍ୟ ଥିଲା କୁଇଜର ଆନନ୍ଦ ନେବା ଓ ଉତ୍ସାହ ଫେରାଇ ଆଣିବା। ବର୍ତ୍ତମାନ ଏହି ପ୍ଲାଟଫର୍ମ ହାଇ ଲେଭଲ କୁଇଜ ପାଇଁ ଏକ ଜଣାଶୁଣା ବ୍ରାଣ୍ଡ ପାଲଟିିଛି’।

କୁଇଜ୍‌ ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟରୁ ମୋଟ ୮୧ଟି ଟିମ ଅଂଶଗ୍ରହଣ କରିଥିଲେ। ପ୍ରିଲିମ୍ସ ରାଉଣ୍ଡରେ ଜୁନିୟର ବର୍ଗରେ ୩୯ ଓ ସିନିୟର ବର୍ଗରେ ୪୨ ଟିମ ଭାଗ ନେଇଥିଲେ। ସେଥିମଧ୍ୟରୁ ଗ୍ରାଣ୍ଡ ଫାଇନାଲ୍ସ ପାଇଁ ଉଭୟ ବର୍ଗରୁ ୮ଟି ଲେଖାଏ ଟିମ୍‌ ମନୋନୀତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

ଡିଜିପି ଚୟନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍‌ଚୀ ଏବଂ ଭି.ମୋହନଙ୍କ…

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?