Mettle Meet 2025: ଆଜି ଗ୍ରାଣ୍ଡ୍‌ ଫାଇନାଲ୍ସ

ଭୁବନେଶ୍ୱର,୧୦।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୫’ ଆରମ୍ଭ ହୋଇଛି। ସ୍ବସ୍ତି ପ୍ରିମିୟମ୍‌ ହୋଟେଲ୍‌ଠାରେ ଆୟୋଜିତ କୁଇଜ୍‌ର ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟରୁ ମୋଟ୍‌ ୮୧ଟି ଟିମ୍‌ ଅଂଶଗ୍ରହଣ କରିଥିଲେ। ପ୍ରିଲିମ୍ସ ରାଉଣ୍ଡ୍‌ର ଜୁନିୟର ବର୍ଗରେ ୩୯ ଓ ସିନିୟର ବର୍ଗରେ ୪୨ ଟିମ୍‌ ଭାଗ ନେଇଥିଲେ। ସେଥିମଧ୍ୟରୁ ଗ୍ରାଣ୍ଡ୍‌ ଫାଇନାଲ୍ସ ପାଇଁ ଉଭୟ ବର୍ଗରୁ ୮ଟି ଲେଖାଏ ଟିମ୍‌ ମନୋନୀତ ହୋଇଛନ୍ତି। ରବିବାର ସେମାନଙ୍କ ମଧ୍ୟରେ କଡ଼ା ଟକ୍କର ହେବା ସହିତ ବିଜେତା ଚୟନ କରାଯିବ। ଆଜି ଗ୍ରାଣ୍ଡ ଫାଇନାଲରେ ହେବ କଡ଼ା ଟକ୍କର। ତେବେ ଫାଇନାଲ୍ସକୁ ଯାଇଥିବା ଟିମଗୁଡିକ ହେଲା:

ଜୁନିୟର ଫାଇନାଲିଷ୍ଟସ୍‌

କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ, ଭୁବନେଶ୍ୱର
ସେଣ୍ଟ ପଲ୍ସ ସ୍କୁଲ, ରାଉରକେଲା
ଲୟୋଲା ସ୍କୁଲ, ଭୁବନେଶ୍ୱର
ଡିଏଭି ପବ୍ଲିକ ସ୍କୁଲ, ସିଡିଏ, କଟକ
ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ, ଭୁବନେଶ୍ୱର
ଡିଏଭି ପବ୍ଲିକ ସ୍କୁଲ, କଳିଙ୍ଗନଗର
ଭୁବନେଶ୍ୱର ମଡେଲ ପବ୍ଲିକ୍‌ ସ୍କୁଲ, ଭୁବନେଶ୍ୱର
ଡିଏଭି ପବ୍ଲିକ ସ୍କୁଲ, ୟୁନିଟ-୮, ଭୁବନେଶ୍ୱର

ସିନିୟର ଫାଇନାଲିଷ୍ଟସ୍‌

ଆଇଆଇଏମ୍‌, କୋଲ୍‌କାତା
ଏମ୍‌ସ, ଭୁବନେଶ୍ୱର
ଆଇଆଇଟି, ଖଡ଼ଗପୁର
କିଟ୍‌ ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱର
ନାଇଜର, ଜଟଣୀ, ଖୋର୍ଦ୍ଧା
ଏକ୍ସଏଲ୍‌ଆର୍‌ଆଇ, ଜାମସେଦ୍‌ପୁର, ଝାଡ଼ଖଣ୍ଡ
ନ୍ୟାଶନାଲ ଲ’ ୟୁନିଭରସିଟି, କଟକ
ଭିମ୍‌ସାର, ବୁର୍ଲା, ସମ୍ବଲପୁର

କାର୍ଯ୍ୟକ୍ରମରେ ପ୍ରାରମ୍ଭିକ ଉଦ୍‌ବୋଧନ ଦେଇ ‘ଓଡ଼ିଶା ପୋଷ୍ଟ’ ଏବଂ ‘ଧରିତ୍ରୀ’ର ସମ୍ପାଦକ ତଥାଗତ ସତପଥୀ ପ୍ରତିଯୋଗିତା ଆୟୋଜନର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଓଡ଼ିଶାରେ ପୂର୍ବରୁ ହେଉଥିବା କୁଇଜ୍‌ ପ୍ରତିଯୋଗିତା ବନ୍ଦ ହୋଇଯାଉଥିବା ସମୟରେ ଓଡ଼ିଶା ପୋଷ୍ଟ ଆନୁକୂଲ୍ୟରେ ‘ମେଟଲ୍‌ ମିଟ୍‌’ ଆରମ୍ଭ ହୋଇଛି। ଏହା କ୍ୱିଜିଂକୁ ଏକ ନୂଆ ଜୀବନ ଆଣି ଦେଇଛି ଏବଂ ପୂର୍ବ ଭାରତରେ ‘ମେଟଲ୍‌ ମିଟ୍‌’ ନିଜର ନାମ ପ୍ରତିପାଦିତ କରିପାରିଛି ବୋଲି କହିବା ସହ ତଥାଗତ ସମସ୍ତ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ। ‘ଓଡ଼ିଶା ପୋଷ୍ଟ’ ଏବଂ ‘ଧରିତ୍ରୀ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ କହିଲେ, ୨୦୧୬ରେ ଆରମ୍ଭ ହୋଇଥିବା ମେଟଲ୍‌ ମିଟ୍‌ର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଓଡ଼ିଶାରେ କୁଇଜିଂ କଲ୍‌ଚରକୁ ପ୍ରୋତ୍ସାହିତ କରିବା। ସେ ସମୟରେ ନୃତ୍ୟ, ସଙ୍ଗୀତ, ଅଭିନୟ ଏବଂ ଅନ୍ୟାନ୍ୟ ଟ୍ୟାଲେଣ୍ଟକୁ ନେଇ ବିଭିନ୍ନ ପ୍ରତିଯୋଗିତା ହେଉଥିବାବେଳେ, କୁଇଜ୍‌କୁ ନେଇ ସେଭଳି କିଛି ପ୍ରତିଯୋଗିତା ହେଉ ନ ଥିଲା। ତେଣୁ ଇଣ୍ଟେଲେକ୍ଚୁଆଲ୍‌ ପିଲାମାନଙ୍କ ପାଇଁ ଏକ ପ୍ଲାଟଫର୍ମ ସଦୃଶ ମେଟଲ୍‌ ମିଟ୍‌ ଆରମ୍ଭ ହୋଇଥିଲା। ମେଟଲ୍‌ ମିଟ୍‌ ଧୀରେ ଧୀରେ ବ୍ୟାପକ ହେବା ସହିତ ରାଜ୍ୟ ତଥା ବାହାରର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ରମାନେ ଏଥିରେ ଅଂଶଗ୍ରହଣ କରିବା ନେଇ ଆଗ୍ରହ ପ୍ରକାଶ କରୁଥିବା ଆଦ୍ୟାଶା କହିଥିଲେ। କୁଇଜ୍‌ର ଏହି ମହାକୁମ୍ଭକୁ ଲୋକପ୍ରିୟ କୁଇଜ୍‌ ମାଷ୍ଟର ଅଜୟ ପୁନିଆ ପରିଚାଳନା କରିଥିଲେ। ସେହିପରି କାର୍ଯ୍ୟକ୍ରମକୁ ମାନସୀ ମିଶ୍ର ସଂଯୋଜନା କରିଥିଲେ। ମେଟଲ୍‌ ମିଟ୍‌ ଜୁନିୟର ବର୍ଗରେ ପୁରୀ, କଟକ, ଭୁବନେଶ୍ୱର, ଢେଙ୍କାନାଳ, ସମ୍ବଲପୁର, ରାଉରକେଲା ଓ ଅନୁଗୋଳ ଆଦି ଜିଲାର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଥିଲେ। ସେହିପରି ସିନିୟର ଗ୍ରୁପ୍‌ରେ ଭୁବନେଶ୍ୱର, ରାୟଗଡ଼ା, ପୁରୀ, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର, ବୁର୍ଲା ସମେତ ଖଡଗପୁର, ରାୟପୁର, ଝାଡ଼ଖଣ୍ଡ, କୋଲ୍‌କାତା ଆଦି ରାଜ୍ୟ ବାହାରର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଥିଲେ। ପ୍ରଥମ ଦିନରେ ଏମାନଙ୍କୁ ନେଇ ପ୍ରିଲିମ୍ସ ରାଉଣ୍ଡ୍‌ ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରଥମେ ଜୁନିୟର ଏବଂ ପରେ ସିନିୟର ବର୍ଗର ପିଲାଙ୍କୁ ନେଇ ପ୍ରତିଯୋଗିତା ହୋଇଥିଲା। ପ୍ରତିଯୋଗୀମାନଙ୍କୁ ମୋଟ୍‌ ୩୫ଟି ଲେଖାଏ ପ୍ରଶ୍ନର ସାମ୍ନା କରିବାକୁ ପଡ଼ିଥିଲା। ଏଥିରେ ସାଧାରଣ ଜ୍ଞାନ ସହିତ ଅଡିଓ ଭିଜୁଆଲ୍‌ ପ୍ରଶ୍ନ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ଯୁଦ୍ଧ ମଧ୍ୟରେ ଆଡଭାଇଜରି ଜାରି କଲା DGCA: ଏହି ୯ଟି ଦେଶର ଆକାଶମାର୍ଗରେ ଯାତ୍ରା ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ,୨୦ା୩: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଯୁଦ୍ଧଗ୍ରସ୍ତ ଉପସାଗରୀୟ ଅଞ୍ଚଳରେ ୯ଟି ଦେଶର ଆକାଶମାର୍ଗକୁ ଏଡ଼ାଇବା ପାଇଁ ପରାମର୍ଶ ଦେଇଛି। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri