Mettle Meet 2025: ଆଜି ଗ୍ରାଣ୍ଡ୍‌ ଫାଇନାଲ୍ସ

ଭୁବନେଶ୍ୱର,୧୦।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୫’ ଆରମ୍ଭ ହୋଇଛି। ସ୍ବସ୍ତି ପ୍ରିମିୟମ୍‌ ହୋଟେଲ୍‌ଠାରେ ଆୟୋଜିତ କୁଇଜ୍‌ର ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟରୁ ମୋଟ୍‌ ୮୧ଟି ଟିମ୍‌ ଅଂଶଗ୍ରହଣ କରିଥିଲେ। ପ୍ରିଲିମ୍ସ ରାଉଣ୍ଡ୍‌ର ଜୁନିୟର ବର୍ଗରେ ୩୯ ଓ ସିନିୟର ବର୍ଗରେ ୪୨ ଟିମ୍‌ ଭାଗ ନେଇଥିଲେ। ସେଥିମଧ୍ୟରୁ ଗ୍ରାଣ୍ଡ୍‌ ଫାଇନାଲ୍ସ ପାଇଁ ଉଭୟ ବର୍ଗରୁ ୮ଟି ଲେଖାଏ ଟିମ୍‌ ମନୋନୀତ ହୋଇଛନ୍ତି। ରବିବାର ସେମାନଙ୍କ ମଧ୍ୟରେ କଡ଼ା ଟକ୍କର ହେବା ସହିତ ବିଜେତା ଚୟନ କରାଯିବ। ଆଜି ଗ୍ରାଣ୍ଡ ଫାଇନାଲରେ ହେବ କଡ଼ା ଟକ୍କର। ତେବେ ଫାଇନାଲ୍ସକୁ ଯାଇଥିବା ଟିମଗୁଡିକ ହେଲା:

ଜୁନିୟର ଫାଇନାଲିଷ୍ଟସ୍‌

କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ, ଭୁବନେଶ୍ୱର
ସେଣ୍ଟ ପଲ୍ସ ସ୍କୁଲ, ରାଉରକେଲା
ଲୟୋଲା ସ୍କୁଲ, ଭୁବନେଶ୍ୱର
ଡିଏଭି ପବ୍ଲିକ ସ୍କୁଲ, ସିଡିଏ, କଟକ
ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ, ଭୁବନେଶ୍ୱର
ଡିଏଭି ପବ୍ଲିକ ସ୍କୁଲ, କଳିଙ୍ଗନଗର
ଭୁବନେଶ୍ୱର ମଡେଲ ପବ୍ଲିକ୍‌ ସ୍କୁଲ, ଭୁବନେଶ୍ୱର
ଡିଏଭି ପବ୍ଲିକ ସ୍କୁଲ, ୟୁନିଟ-୮, ଭୁବନେଶ୍ୱର

ସିନିୟର ଫାଇନାଲିଷ୍ଟସ୍‌

ଆଇଆଇଏମ୍‌, କୋଲ୍‌କାତା
ଏମ୍‌ସ, ଭୁବନେଶ୍ୱର
ଆଇଆଇଟି, ଖଡ଼ଗପୁର
କିଟ୍‌ ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱର
ନାଇଜର, ଜଟଣୀ, ଖୋର୍ଦ୍ଧା
ଏକ୍ସଏଲ୍‌ଆର୍‌ଆଇ, ଜାମସେଦ୍‌ପୁର, ଝାଡ଼ଖଣ୍ଡ
ନ୍ୟାଶନାଲ ଲ’ ୟୁନିଭରସିଟି, କଟକ
ଭିମ୍‌ସାର, ବୁର୍ଲା, ସମ୍ବଲପୁର

କାର୍ଯ୍ୟକ୍ରମରେ ପ୍ରାରମ୍ଭିକ ଉଦ୍‌ବୋଧନ ଦେଇ ‘ଓଡ଼ିଶା ପୋଷ୍ଟ’ ଏବଂ ‘ଧରିତ୍ରୀ’ର ସମ୍ପାଦକ ତଥାଗତ ସତପଥୀ ପ୍ରତିଯୋଗିତା ଆୟୋଜନର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଓଡ଼ିଶାରେ ପୂର୍ବରୁ ହେଉଥିବା କୁଇଜ୍‌ ପ୍ରତିଯୋଗିତା ବନ୍ଦ ହୋଇଯାଉଥିବା ସମୟରେ ଓଡ଼ିଶା ପୋଷ୍ଟ ଆନୁକୂଲ୍ୟରେ ‘ମେଟଲ୍‌ ମିଟ୍‌’ ଆରମ୍ଭ ହୋଇଛି। ଏହା କ୍ୱିଜିଂକୁ ଏକ ନୂଆ ଜୀବନ ଆଣି ଦେଇଛି ଏବଂ ପୂର୍ବ ଭାରତରେ ‘ମେଟଲ୍‌ ମିଟ୍‌’ ନିଜର ନାମ ପ୍ରତିପାଦିତ କରିପାରିଛି ବୋଲି କହିବା ସହ ତଥାଗତ ସମସ୍ତ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ। ‘ଓଡ଼ିଶା ପୋଷ୍ଟ’ ଏବଂ ‘ଧରିତ୍ରୀ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ କହିଲେ, ୨୦୧୬ରେ ଆରମ୍ଭ ହୋଇଥିବା ମେଟଲ୍‌ ମିଟ୍‌ର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଓଡ଼ିଶାରେ କୁଇଜିଂ କଲ୍‌ଚରକୁ ପ୍ରୋତ୍ସାହିତ କରିବା। ସେ ସମୟରେ ନୃତ୍ୟ, ସଙ୍ଗୀତ, ଅଭିନୟ ଏବଂ ଅନ୍ୟାନ୍ୟ ଟ୍ୟାଲେଣ୍ଟକୁ ନେଇ ବିଭିନ୍ନ ପ୍ରତିଯୋଗିତା ହେଉଥିବାବେଳେ, କୁଇଜ୍‌କୁ ନେଇ ସେଭଳି କିଛି ପ୍ରତିଯୋଗିତା ହେଉ ନ ଥିଲା। ତେଣୁ ଇଣ୍ଟେଲେକ୍ଚୁଆଲ୍‌ ପିଲାମାନଙ୍କ ପାଇଁ ଏକ ପ୍ଲାଟଫର୍ମ ସଦୃଶ ମେଟଲ୍‌ ମିଟ୍‌ ଆରମ୍ଭ ହୋଇଥିଲା। ମେଟଲ୍‌ ମିଟ୍‌ ଧୀରେ ଧୀରେ ବ୍ୟାପକ ହେବା ସହିତ ରାଜ୍ୟ ତଥା ବାହାରର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ରମାନେ ଏଥିରେ ଅଂଶଗ୍ରହଣ କରିବା ନେଇ ଆଗ୍ରହ ପ୍ରକାଶ କରୁଥିବା ଆଦ୍ୟାଶା କହିଥିଲେ। କୁଇଜ୍‌ର ଏହି ମହାକୁମ୍ଭକୁ ଲୋକପ୍ରିୟ କୁଇଜ୍‌ ମାଷ୍ଟର ଅଜୟ ପୁନିଆ ପରିଚାଳନା କରିଥିଲେ। ସେହିପରି କାର୍ଯ୍ୟକ୍ରମକୁ ମାନସୀ ମିଶ୍ର ସଂଯୋଜନା କରିଥିଲେ। ମେଟଲ୍‌ ମିଟ୍‌ ଜୁନିୟର ବର୍ଗରେ ପୁରୀ, କଟକ, ଭୁବନେଶ୍ୱର, ଢେଙ୍କାନାଳ, ସମ୍ବଲପୁର, ରାଉରକେଲା ଓ ଅନୁଗୋଳ ଆଦି ଜିଲାର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଥିଲେ। ସେହିପରି ସିନିୟର ଗ୍ରୁପ୍‌ରେ ଭୁବନେଶ୍ୱର, ରାୟଗଡ଼ା, ପୁରୀ, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର, ବୁର୍ଲା ସମେତ ଖଡଗପୁର, ରାୟପୁର, ଝାଡ଼ଖଣ୍ଡ, କୋଲ୍‌କାତା ଆଦି ରାଜ୍ୟ ବାହାରର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଥିଲେ। ପ୍ରଥମ ଦିନରେ ଏମାନଙ୍କୁ ନେଇ ପ୍ରିଲିମ୍ସ ରାଉଣ୍ଡ୍‌ ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରଥମେ ଜୁନିୟର ଏବଂ ପରେ ସିନିୟର ବର୍ଗର ପିଲାଙ୍କୁ ନେଇ ପ୍ରତିଯୋଗିତା ହୋଇଥିଲା। ପ୍ରତିଯୋଗୀମାନଙ୍କୁ ମୋଟ୍‌ ୩୫ଟି ଲେଖାଏ ପ୍ରଶ୍ନର ସାମ୍ନା କରିବାକୁ ପଡ଼ିଥିଲା। ଏଥିରେ ସାଧାରଣ ଜ୍ଞାନ ସହିତ ଅଡିଓ ଭିଜୁଆଲ୍‌ ପ୍ରଶ୍ନ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ସାରେ ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri