Posted inରାଜ୍ୟ

ଆଜି ଗ୍ରାଣ୍ଡ୍‌ ଫାଇନାଲ୍ସ: ରେଜିଷ୍ଟ୍ରେଶନ ଆରମ୍ଭ

ଭୁବନେଶ୍ୱର,୧୦।୮:ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟଲ ମିଟ-୨୦୨୫’ ଗ୍ରାଣ୍ଡ ଫାଇନାଲ ଆରମ୍ଭ ହୋଇଛି। ସ୍ବସ୍ତି ପ୍ରିମିୟମ ହୋଟେଲ୍ଠାରେ ଆୟୋଜିତ କୁଇଜରେ ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟରୁ ମୋଟ ୮୧ଟି ଟିମ ଅଂଶଗ୍ରହଣ କରିଥିଲେ। ପ୍ରିଲିମ୍ସ ରାଉଣ୍ଡ୍ର ଜୁନିୟର ବର୍ଗରେ ୩୯ ଓ ସିନିୟର ବର୍ଗରେ ୪୨ ଟିମ ଭାଗ ନେଇଥିଲେ। ସେଥିମଧ୍ୟରୁ ଗ୍ରାଣ୍ଡ ଫାଇନାଲ୍ସ ପାଇଁ ଉଭୟ ବର୍ଗରୁ ୮ଟି ଲେଖାଏ ଟିମ ମନୋନୀତ ହୋଇଛନ୍ତି। ତେବେ ଆଜି ଗ୍ରାଣ୍ଡ ଫାଇନାଲରେ ହେବ କଡ଼ା ଟକ୍କର।

ଦିନ ୧୨ଟାରୁୁ ଏହି କୁଇଜ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ପ୍ରିଲିମରୁ ମନୋନୀତ ହୋଇଥିବା ୮ଟି ଲେଖାଏ ସିନିୟର ଓ ଜୁନିୟର ଟିମ୍‌ ମଧ୍ୟରେ ହେବ କଡା ଟକ୍କର। ରେଜିଷ୍ଟ୍ରେଶନ ପରେ ଦିନ ୨ଟାରୁ ଗ୍ରାଣ୍ଡ ଫାଇନାଲ ଆରମ୍ଭ ହେବ।

ଜୁନିୟର ଫାଇନାଲିଷ୍ଟସ

କିଟ ଇଣ୍ଟରନ୍ୟାଶନାଲ ସ୍କୁଲ, ଭୁବନେଶ୍ୱର
ସେଣ୍ଟ ପଲ୍ସ ସ୍କୁଲ, ରାଉରକେଲା
ଲୟୋଲା ସ୍କୁଲ, ଭୁବନେଶ୍ୱର
ଡିଏଭି ପବ୍ଲିକ ସ୍କୁଲ, ସିଡିଏ, କଟକ
ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ, ଭୁବନେଶ୍ୱର
ଡିଏଭି ପବ୍ଲିକ ସ୍କୁଲ, କଳିଙ୍ଗନଗର
ଭୁବନେଶ୍ୱର ମଡେଲ ପବ୍ଲିକ ସ୍କୁଲ, ଭୁବନେଶ୍ୱର
ଡିଏଭି ପବ୍ଲିକ ସ୍କୁଲ, ୟୁନିଟ-୮, ଭୁବନେଶ୍ୱର

ସିନିୟର ଫାଇନାଲିଷ୍ଟସ

ଆଇଆଇଏମ, କୋଲ୍କାତା
ଏମ୍ସ, ଭୁବନେଶ୍ୱର
ଆଇଆଇଟି, ଖଡ଼ଗପୁର
କିଟ ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱର
ନାଇଜର, ଜଟଣୀ, ଖୋର୍ଦ୍ଧା
ଏକ୍ସଏଲଆର୍‌ଆଇ, ଜାମସେଦ୍ପୁର, ଝାଡ଼ଖଣ୍ଡ
ନ୍ୟାଶନାଲ ଲ’ ୟୁନିଭରସିଟି, କଟକ
ଭିମ୍ସାର, ବୁର୍ଲା, ସମ୍ବଲପୁର


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri