Mettle Meet 2025: ସିନିୟରଙ୍କ ପ୍ରିଲିମ୍‌ ରାଉଣ୍ଡ୍‌ ଆରମ୍ଭ

ଭୁବନେଶ୍ୱର,୯।୮: ‘ମେଟଲ ମିଟ୍‌’ର ସପ୍ତମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ଅପରାହ୍ନରେ ସିନିୟର ଗ୍ରୁପ୍‌ର କୁଇଜ୍‌ ରାଉଣ୍ଡ ଆରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ଚାଲିଥିବା ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମ ଦିନ ପ୍ରିଲିମ୍‌ ଆରମ୍ଭ ହୋଇଥିବାବେଳେ ଦ୍ୱିତୀୟ ଦିନ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ।

ଏହି ଅବସରରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର କାର୍ଯ୍ୟନିର୍ବାହୀ ଆତ୍ୟାଶା ସତପଥୀ କହିଛନ୍ତି, ପ୍ରତିବର୍ଷ ମେଟଲ ମିଟ୍‌ରେ ଅଧିକରୁ ଅଧିକ ଉତ୍ସାହ ଦେଖିବାକୁ ମିଳିଛି। ୨୦୧୬ରେ ଯେତେବେଳେ ମେଟଲ ମିଟ୍‌ ଆରମ୍ଭ ହୋଇଥିଲା, ସେତେବେଳେ ଆମର ଆଶା ନ ଥିଲା ଏହା ଏତେ ଆଦୃତି ଲାଭ କରିବ। କିନ୍ତୁ ଏବେ ଏହି କୁଇଜ୍‌ କାର୍ଯ୍ୟକ୍ରମ କେବଳ ଓଡ଼ିଶା ନୁହେଁ, ରାଜ୍ୟ ବାହାରେ ମଧ୍ୟ ଲୋକପ୍ରିୟତା ହାସଲ କରିଛି।

ଏବେ ରାଜ୍ୟ ତଥା ରାଜ୍ୟ ବାହାରୁ ଯେଉଁସବୁ ଶିକ୍ଷା ଅନୁଷ୍ଠାନର ପିଲାମାନେ ଆସିଛନ୍ତି, ଆମେ ଦେଖୁଛୁ ସେମାନେ ମେଟଲ ମିଟ୍‌କୁ ଆଖିରେ ରଖି ଭଲ ପ୍ରସ୍ତୁତି କରୁଛନ୍ତି। ପିଲାମାନଙ୍କ ମଧ୍ୟରେ କୁଇଜିଂର ସ୍ପିରିଟ୍‌ ବଢିଛି। ୨୦୨୫ରେ ଭଲ ଟିମ୍‌ ସବୁ ଅଛନ୍ତି। ଦେଖାଯାଉ ଗ୍ରାଣ୍ଡ ଫିନାଲେରେ କିଏ ବାଜି ମାରୁଛି।

ସିନିୟର ଗ୍ରୁପ୍‌ରେ ୪୪ଟି ଟିମ୍‌ ରହିଛନ୍ତି। ଜୁନିୟର ଗ୍ରୁପ୍‌ରେ ପୁରୀ, କଟକ, ଭୁବନେଶ୍ୱର, ଢେଙ୍କାନାଳ, ସମ୍ବଲପୁର, ରାଉରକେଲା ଓ ଅନୁଗୋଳ ଆଦି ଜିଲାର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗନେଇଥିବା ବେଳେ ସିନିୟର ଗ୍ରୁପ୍‌ରେ ଭୁବନେଶ୍ୱର, ରାୟଗଡ଼ା, ପୁରୀ, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର ସମେତ ଖଡଗପୁର, ରାୟପୁର, ଝାଡ଼ଖଣ୍ଡ ଆଦି ସ୍ଥାନର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଛନ୍ତି। ଏଥର ମଧ୍ୟ  ‘ମେଟଲ ମିଟ୍‌’ରେ ଛାତ୍ରୀଛାତ୍ରଙ୍କୁ ଅଜୟ ପୁନିଆଙ୍କ ପ୍ରଶ୍ନ ପଚାରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri