Mettle Meet 2025: ସିନିୟରଙ୍କ ପ୍ରିଲିମ୍‌ ରାଉଣ୍ଡ୍‌ ଆରମ୍ଭ

ଭୁବନେଶ୍ୱର,୯।୮: ‘ମେଟଲ ମିଟ୍‌’ର ସପ୍ତମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ଅପରାହ୍ନରେ ସିନିୟର ଗ୍ରୁପ୍‌ର କୁଇଜ୍‌ ରାଉଣ୍ଡ ଆରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ଚାଲିଥିବା ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମ ଦିନ ପ୍ରିଲିମ୍‌ ଆରମ୍ଭ ହୋଇଥିବାବେଳେ ଦ୍ୱିତୀୟ ଦିନ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ।

ଏହି ଅବସରରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର କାର୍ଯ୍ୟନିର୍ବାହୀ ଆତ୍ୟାଶା ସତପଥୀ କହିଛନ୍ତି, ପ୍ରତିବର୍ଷ ମେଟଲ ମିଟ୍‌ରେ ଅଧିକରୁ ଅଧିକ ଉତ୍ସାହ ଦେଖିବାକୁ ମିଳିଛି। ୨୦୧୬ରେ ଯେତେବେଳେ ମେଟଲ ମିଟ୍‌ ଆରମ୍ଭ ହୋଇଥିଲା, ସେତେବେଳେ ଆମର ଆଶା ନ ଥିଲା ଏହା ଏତେ ଆଦୃତି ଲାଭ କରିବ। କିନ୍ତୁ ଏବେ ଏହି କୁଇଜ୍‌ କାର୍ଯ୍ୟକ୍ରମ କେବଳ ଓଡ଼ିଶା ନୁହେଁ, ରାଜ୍ୟ ବାହାରେ ମଧ୍ୟ ଲୋକପ୍ରିୟତା ହାସଲ କରିଛି।

ଏବେ ରାଜ୍ୟ ତଥା ରାଜ୍ୟ ବାହାରୁ ଯେଉଁସବୁ ଶିକ୍ଷା ଅନୁଷ୍ଠାନର ପିଲାମାନେ ଆସିଛନ୍ତି, ଆମେ ଦେଖୁଛୁ ସେମାନେ ମେଟଲ ମିଟ୍‌କୁ ଆଖିରେ ରଖି ଭଲ ପ୍ରସ୍ତୁତି କରୁଛନ୍ତି। ପିଲାମାନଙ୍କ ମଧ୍ୟରେ କୁଇଜିଂର ସ୍ପିରିଟ୍‌ ବଢିଛି। ୨୦୨୫ରେ ଭଲ ଟିମ୍‌ ସବୁ ଅଛନ୍ତି। ଦେଖାଯାଉ ଗ୍ରାଣ୍ଡ ଫିନାଲେରେ କିଏ ବାଜି ମାରୁଛି।

ସିନିୟର ଗ୍ରୁପ୍‌ରେ ୪୪ଟି ଟିମ୍‌ ରହିଛନ୍ତି। ଜୁନିୟର ଗ୍ରୁପ୍‌ରେ ପୁରୀ, କଟକ, ଭୁବନେଶ୍ୱର, ଢେଙ୍କାନାଳ, ସମ୍ବଲପୁର, ରାଉରକେଲା ଓ ଅନୁଗୋଳ ଆଦି ଜିଲାର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗନେଇଥିବା ବେଳେ ସିନିୟର ଗ୍ରୁପ୍‌ରେ ଭୁବନେଶ୍ୱର, ରାୟଗଡ଼ା, ପୁରୀ, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର ସମେତ ଖଡଗପୁର, ରାୟପୁର, ଝାଡ଼ଖଣ୍ଡ ଆଦି ସ୍ଥାନର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଛନ୍ତି। ଏଥର ମଧ୍ୟ  ‘ମେଟଲ ମିଟ୍‌’ରେ ଛାତ୍ରୀଛାତ୍ରଙ୍କୁ ଅଜୟ ପୁନିଆଙ୍କ ପ୍ରଶ୍ନ ପଚାରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri