ଭୁବନେଶ୍ୱର,୧୦।୮:ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟଲ ମିଟ-୨୦୨୫’ ଗ୍ରାଣ୍ଡ ଫାଇନାଲ ଆରମ୍ଭ ହୋଇଛି। ସ୍ବସ୍ତି ପ୍ରିମିୟମ ହୋଟେଲ୍ଠାରେ ଆୟୋଜିତ କୁଇଜରେ ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟରୁ ମୋଟ ୮୧ଟି ଟିମ ଅଂଶଗ୍ରହଣ କରିଥିଲେ। ପ୍ରିଲିମ୍ସ ରାଉଣ୍ଡ୍ର ଜୁନିୟର ବର୍ଗରେ ୩୯ ଓ ସିନିୟର ବର୍ଗରେ ୪୨ ଟିମ ଭାଗ ନେଇଥିଲେ। ସେଥିମଧ୍ୟରୁ ଗ୍ରାଣ୍ଡ ଫାଇନାଲ୍ସ ପାଇଁ ଉଭୟ ବର୍ଗରୁ ୮ଟି ଲେଖାଏ ଟିମ ମନୋନୀତ ହୋଇଛନ୍ତି। ତେବେ ଆଜି ଗ୍ରାଣ୍ଡ ଫାଇନାଲରେ ହେବ କଡ଼ା ଟକ୍କର।