Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି ‘ଟପ୍‌-୮’ ଟିମ୍‌। ଜୁନିଅର ବର୍ଗରେ ମୋଟ୍‌ ୩୯ ଟିମ୍‌ ଭାଗ ନେଇଥିବା ବେଳେ ସେଥିମଧ୍ୟରୁ ୮ଟି ଟିମ୍‌ ଗ୍ରାଣ୍ଡ ଫିନାଲେକୁ ଯାଇଛନ୍ତି। ଏହି ଜୁନିଅର ଟିମ୍‌ରେ ଡିଏଭି କଳିଙ୍ଗ, କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ, ଡିଏଭି ସିଡିଏ କଟକ, ଡିଏଭି ୟୁନିଟ୍‌ ୮, ଡିଏଭି ପୋଖରୀପୁଟ, ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ, ମଦର୍ସ ପବ୍ଲିକ ସ୍କୁଲ ଏବଂ ଲୋୟୋଲା ସ୍କୁଲ ଗ୍ରାଣ୍ଡ ଫିନାଲେକୁ ଟିକେଟ ପାଇଛନ୍ତି।

ପ୍ରକାଶଯୋଗ୍ୟ, ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ବୌଦ୍ଧିକ ପ୍ରତିଯୋଗିତା ପାଇଁ ଏକ ଉତ୍କୃଷ୍ଟ ପ୍ଲାଟ୍‌ଫର୍ମ ଯୋଗାଇଦେବା ଲକ୍ଷ୍ୟରେ ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ ଇଭେଣ୍ଟ ‘ମେଟଲ ମିଟ୍‌-୨୦୨୬’ ଲାଗି ଶନିବାର ସକାଳ ୮.୩୦ରୁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଜୁନିଅର ବର୍ଗଙ୍କ ପରେ ସିନିୟର ବର୍ଗଙ୍କ ମଧ୍ୟରେ ପ୍ରିଲିମ ରାଉଣ୍ଡ ଅନୁଷ୍ଠିତ ହେବ। ଏଥର ବି ‘ମେଟଲ ମିଟ୍‌’ରେ କୁଇଜ ମାଷ୍ଟର ଅଜୟ ପୁନିଆ ରହିଛନ୍ତି।

କାର୍ଯ୍ୟକ୍ରମ ଆରମ୍ଭରେ ‘ଓଡ଼ିଶାପୋଷ୍ଟ’ ଏବଂ ‘ଧରିତ୍ରୀ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରିଥିଲେ। କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିବା ସହ ସମସ୍ତ ପ୍ରତିଯୋଗୀ ଜଣେ ଜଣେ ବିଜୟୀ ବୋଲି କହିଥିଲେ।

ସେହିପରି ‘ଓଡ଼ିଶାପୋଷ୍ଟ’ ଏବଂ ‘ଧରିତ୍ରୀ’ର ସମ୍ପାଦକ ତଥାଗତ ସତପଥୀ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରି କୁଇଜିଂରେ ପୁରସ୍କାର ଅପେକ୍ଷା ଜ୍ଞାନ ଆହରଣ ସହ ନିଜକୁ ଚିହ୍ନିବା ଅଧିକ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ।

ଏହି କାର୍ଯ୍ୟକ୍ରମର ପ୍ରାୟୋଜକ ଭାବେ ବେଦାନ୍ତ ଆଲୁମିନିୟମ, ଦ ଓ୍ବାଲର୍‌ଡ, ନାଲ୍‌କୋ, ରାଇକେଲା ଆଇରନ ଓର୍‌ ମାଇନ୍ସ, ଜିନ୍ଦଲ୍‌, ଏଏମ୍‌/ଏନ୍‌ଏସ୍‌ ଇଣ୍ଡିଆ, ଭାରତ ମସଲା, ଏମ୍‌ସିଏଲ୍‌, ଏମ୍‌ଜିମ୍‌ ମିନେରାଲ୍ସ ଲିମିଟେଡ୍‌, ଓଡ଼ିଶା ପର୍ଯ୍ୟଟନ, ପାରାଦୀପ ଫସ୍‌ଫେଟ୍‌ ଲିମିଟେଡ୍‌ ଆଦି ରହିଥିବା ବେଳେ ପାର୍ଟନରଶିପ୍‌ ଭାବେ ଅଜନ୍ତା ଆଡଭୋଟାଇଜର୍ସ, ସମାଜବାଦୀ ସୋସାଇଟି, ଧରିତ୍ରୀ, ଏବଂ ଡବ୍ଲ୍ୟୁଇଏଫ୍‌ଇ ଇଣ୍ଟରନେଟ ରହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri