Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର ଡି.ଏ.ଭି. ପବ୍ଲିକ ସ୍କୁଲ, ୟୁନିଟ-୮ ଚାମ୍ପିୟନ୍ ହେବାର ଗୌରବ ଅର୍ଜନ କରିଛି।

Image

ତୀବ୍ର ପ୍ରତିଯୋଗିତାପୂର୍ଣ୍ଣ ଏହି ମହାମୁକାବିଲାରେ ଭୁବନେଶ୍ୱରର ମଦର୍ସ ପବ୍ଲିକ ସ୍କୁଲ, ୟୁନିଟ-୧ ପ୍ରଥମ ରନର୍ସ-ଅପ୍ ହୋଇଥିବାବେଳେ, କିଟ୍ ଆନ୍ତର୍ଜାତୀୟ ବିଦ୍ୟାଳୟ (KIIT International School) ଦ୍ୱିତୀୟ ରନର୍ସ-ଅପ୍ ସ୍ଥାନ ଅଧିକାର କରିଛି।

Image

ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କର ଉଦ୍ୟମ ଅତ୍ୟନ୍ତ ପ୍ରଶଂସନୀୟ ଥିଲା। ଏଭଳି ରୋମାଞ୍ଚକର ମଞ୍ଚ ଯୁବ ପ୍ରତିଭାମାନଙ୍କୁ ସେମାନଙ୍କର ବୌଦ୍ଧିକ ଦକ୍ଷତା ପ୍ରଦର୍ଶନ କରିବା ପାଇଁ ଏକ ବଡ଼ ସୁଯୋଗ ପ୍ରଦାନ କରିଛି।

Image

ସ୍ୱସ୍ତି ପ୍ରିମିୟମ ହୋଟେଲ୍‌ଠାରେ ଆୟୋଜିତ କୁଇଜର ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟରୁ ମୋଟ ୮୦ଟି ଟିମ୍‌ ଅଂଶଗ୍ରହଣ କରିଥିଲେ। ପ୍ରିଲିମ୍ସ ରାଉଣ୍ଡର ଜୁନିୟର ବର୍ଗରେ ୩୯ ଓ ସିନିୟର ବର୍ଗରେ ୪୧ଟି ଟିମ୍‌ ଭାଗ ନେଇଥିଲେ। ସେଥିମଧ୍ୟରୁ ଗ୍ରାଣ୍ଡ ଫିନାଲେ ପାଇଁ ଉଭୟ ବର୍ଗରୁ ୮ଟି ଲେଖାଏ ଟିମ୍‌ ମନୋନୀତ ହୋଇଛନ୍ତି।

Image

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୭୧ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ବରିଷ୍ଠ ପଦକୁ ପଦୋନ୍ନତି: ଛୁଟୁଛି ଅଭିନନ୍ଦନର ସୁଅ

କେସିଙ୍ଗା, ୨୩।୯(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକରେ ୭୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବରିଷ୍ଠ ଶିକ୍ଷକ ପଦକୁ ପଦୋନ୍ନତି ମିଳିଛି। ଓଡ଼ିଶା ସରକାରଙ୍କ ପ୍ରାଥମିକ ଶିକ୍ଷା ବିଭାଗର…

ପାଖରେ ରଖନ୍ତୁ କ୍ୟାସ୍‌, ଏହି ଦିନ ଦେଶରେ ବନ୍ଦ ରହିବ UPI! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୪।୯: ୟୁପିଆଇ (UPI) ଚାର୍ଜକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟବସାୟୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଫେଡେରେଶନ ଅଫ ଅଲ ଇଣ୍ଡିଆ ବ୍ୟାପାର…

ନବରଙ୍ଗପୁରରେ ରେଡ ଆଲର୍ଟ: ବର୍ଷା ପରିସ୍ଥିତି ଉପରେ ପ୍ରଶାସନର କଡ଼ା ନଜର

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ନବରଙ୍ଗପୁର ସମେତ ବିଭିନ୍ନ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ବିଜୁଳି ଚମକିବା ନେଇ ସତର୍କ…

ପୁଣି ଘାଟିରେ ଅଟକିଲା ଭାରୀଯାନ:ବାଲିଗୁଡ଼ାରୁ ବ୍ରହ୍ମପୁର ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି, ୨୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦେଇ ଯାଇଥିବା ଗୋପାଳପୁର-ରାୟପୁର ୫୯ ନମ୍ବର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ପୁଣି ଏକ ମାଲବୋଝେଇ ଟ୍ରକ ଫସି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ରୋଶିବିନା ଦେବୀ: ପ୍ରଥମ ଭାରତୀୟ ଭାବେ କଲେ ଏମିତି କାରନାମା

ଆଇଚି-ନାଗୋୟା,୨୪।୯: ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ଆଉ ଏକ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ…

ଘୂର୍ଣ୍ଣିିବାତ୍ୟାକୁ ନେଇ IMDର ବଡ଼ ଆଲର୍ଟ! ଆସନ୍ତା ୧୨ ଘଣ୍ଟା ଯାଏ…

ନୂଆଦିଲ୍ଲୀ,୨୪।୯: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଥିବା ଗଭୀର ଅବପାତ (Deep Depression) ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଧୀରେ ଧୀରେ…

ସଚିନଙ୍କ ରେକର୍ଡ ଚୁର୍‌ମାର୍‌: କ୍ରିକେଟ୍‌ର ନୂଆ ବାଦ୍‌ଶାହା ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଷ୍ଟାର୍‌ ବ୍ୟାଟର୍‌ ଜୋ ରୁଟ ଅନ୍ତର୍ଜାତୀୟ କ୍ରିକେଟରେ ଆଉ ଏକ ବଡ଼ କୀର୍ତ୍ତିମାନ ହାସଲ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆରେ ରୁଟ ୨୩…

ତାୱାରେ ପିଟି ସ୍ତ୍ରୀଙ୍କୁ ହତ୍ୟା: ଦେଢ଼ବର୍ଷ ତଳେ କରିଥିଲେ ପ୍ରେମ ବିବାହ

ଭୁବନେଶ୍ୱର,୨୪।୯ (ପ୍ରସନଜିତ୍‌ ସାହୁ):ରାଜଧାନୀ ଭୁବନେଶ୍ବରରେ ବୁଧବାର ସାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ନୟାପଲ୍ଲୀ ଗଡ଼ସାହିରେ ତାୱାରେ ପିଟି ଜଣେ ଯୁବକ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?