କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ’

ଭୁବନେଶ୍ୱର,୩।୮: ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ। ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଶନିବାର ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱରସ୍ଥିତ କ୍ରିଷ୍ଟାଲ କ୍ରାଉନ ହୋଟେଲରେ ହେବାକୁ ଥିବା ଏହି ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇଦିନ ଧରି ଅନୁଷ୍ଠିତ ହେବ। ପ୍ରଥମ ଦିନ ପ୍ରିଲିମ ହେବାକୁ ଥିବାବେଳେ ଦ୍ୱିତୀୟ ଦିନ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ। ଶନିବାର ସକାଳ ପ୍ରାୟ ୯ଟାରୁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।

 

କ୍ୱିଜିଙ୍ଗ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ବୃଦ୍ଧି କରିବା ସହିତ ରାଜ୍ୟରେ କ୍ୱିଜିଙ୍ଗକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ ୨୦୧୬ରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ତା’ର ଲକ୍ଷ୍ୟ ହାସଲ କରିପାରିଛି। ୨୦୧୬ ପ୍ରଥମ ସଂସ୍କରଣରେ ମାତ୍ର ୧୮ଟି ଶିକ୍ଷାନୁଷ୍ଠାନ ଭାଗ ନେଇଥିବାବେଳେ ଏବେ ତାହା ୮୦ ଉପରେ ପହଞ୍ଚିଛି। ଉଚ୍ଚମାନର କ୍ୱିଜିଙ୍ଗ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ବଢ଼ିଥିବାବେଳେ ପ୍ରତିବର୍ଷ ଏଥିରେ ଅଂଶଗ୍ରହଣ କରିବା ପାଇଁ ଏମାନେ ଉତ୍ସାହର ସହିତ ଅପେକ୍ଷା କରିଥାନ୍ତି। ଚଳିତବର୍ଷ ରାଜ୍ୟରୁ ମୋଟ ୮୨ଟି ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଛନ୍ତି।

ଜୁନିୟର ଗ୍ରୁପରେ ୪୨ଟି ଟିମ ଥିବାବେଳେ ସିନିୟର ଗ୍ରୁପରେ ୪୦ଟି ଟିମ ରହିଛନ୍ତି। ଜୁନିୟର ଗ୍ରୁପରେ ଭୁବନେଶ୍ୱର, କଟକ, ପୁରୀ, ରାଉରକେଲା, ବୁର୍ଲା, ବାଲେଶ୍ବର, ଭଦ୍ରକ ଓ ଢେଙ୍କାନାଳର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଥିବାବେଳେ ସିନିୟର ଗ୍ରୁପରେ ଭୁବନେଶ୍ୱର, କଟକ, ପୁରୀ, କୋରାପୁଟ, ବାଲେଶ୍ବର, ବ୍ରହ୍ମପୁର, ରାଉରକେଲା ଏବଂ ବୁର୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଛନ୍ତି। ଏଥର ବି ‘ମେଟଲ ମିଟ’ରେ କୁଇଜ ମାଷ୍ଟର ଅଜୟ ପୁନିଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri