Posted inଜାତୀୟ

ମେଓ୍ବାତ ଡେପୁଟି ଏସ୍‌ପି ସୁରେନ୍ଦ୍ର ସିଂଙ୍କୁ ହତ୍ୟା

ଚଣ୍ଡିଗଡ଼,୧୯।୭: ହରିୟାଣାର ନୁହ ଜିଲାର ମେ ଓ୍ବାତରେ ଡେପୁଟି ଏସ୍‌ପି ସୁରେନ୍ଦ୍ର ସିଂ ବିଶ୍ନୋଇଙ୍କୁ ହତ୍ୟା କରାଯାଇଛି। ଖଣି ମାଫିଆମାନେ ତାଙ୍କ ଉପରେ ଡମ୍ପର ଚଢ଼ାଇ ଦେଇଥିବାରୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ପୋଲିସ ମାଫିଆକୁ ଧରିବା ପାଇଁ ପଚଗାଓଁ ପାହାଡକୁ ଯାଇଥିବା ବେଳେ ଏହି ଘଟଣା ଘଟିଥିଲା। ଏହି ଘଟଣା ବେଆଇନ ଖଣି ମାଫିଆ ଦ୍ୱାରା କରାଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ଖଣି ମାଫିଆମାନେ ପଚଗାଓଁ ପାହାଡ ନିକଟରେ ବେଆଇନ ଭାବେ ଖଣି ଖନନ କରୁଥିବା ନେଇ ଡିଏସପିଙ୍କୁ ଖବର ମିଳିଥିଲା। ସୂଚନା ପାଇବା ମାତ୍ରେ ଡିଏସ୍‌ପି ସୁରେନ୍ଦ୍ର ସିଂ ତାଙ୍କ ପୁରା ଟିମ୍‌ ସହିତ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେଠାରେ ପହଞ୍ଚିବା ପରେ ତାଙ୍କ ଆଖି ପଥରରେ ଭର୍ତ୍ତି ଥିବା ଏକ ଡମ୍ପର ଉପରେ ପଡିଥିଲା। ପ୍ରଥମେ ସେ ସେହି ଡମ୍ପରକୁ ରୋକିବାକୁ ଉଦ୍ୟମ କରିଥିଲେ। କିନ୍ତୁ ଡ୍ରାଇଭର ଜଣକ ଗାଡ଼ି ଧରି ସେଠାରୁ ଚମ୍ପଟ ମାରିଥିଲେ। ତେବେ ଡ୍ରାଇଭରଙ୍କୁ ଅଟକାଇବାକୁ ଯାଇ ଡିଏସ୍‌ପି ଡମ୍ପରକୁ ଅନୁସରଣ କରିବା ସହ ଗାଡ଼ି ସମ୍ମୁଖରେ ଯାଇ ଠିଆ ହୋଇଯାଇଥିଲେ। ଏହି ସମୟରେ ଖଣି ମାଫିଆର ଲୋକମାନେ ତାଙ୍କ ଉପରକୁ ଉକ୍ତ ଡମ୍ପରକୁ ଚଢ଼ାଇ ଫେରାର ହୋଇଯାଇଥିଲେ। ଘଟଣାସ୍ଥଳରେ ସୁରେନ୍ଦ୍ରଙ୍କ ମୃତ୍ୟୁ ହୋଇଥିଲା। ସୂଚନା ମୁତାବକ, ଡିଏସ୍‌ପି ସୁରେନ୍ଦ୍ର ସିଂ ହିସାର ଜିଲାର ସାରଙ୍ଗପୁର ଗାଁର ବାସିନ୍ଦା ଥିବା ବେଳେ ବର୍ତ୍ତମାନ ତାଙ୍କ ପରିବାର ସହିତ ସେ କୁରୁକ୍ଷେତ୍ରରେ ରହୁଥିଲେ। ଡିଏସ୍‌ପି ସିଂ ୧୯୯୪ରେ ହରିୟାଣା ପୋଲିସରେ ଆସିଷ୍ଟାଣ୍ଟ ସବ-ଇନ୍ସପେକ୍ଟର ଭାବେ ନିଯୁକ୍ତ ହୋଇଥିଲେ। ତେବେ କିଛି ମାସ ମଧ୍ୟରେ ସେ ଅବସର ନେବାକୁ ଯାଉଥିଲେ। ହେଲେ ବିଧାତାଙ୍କର ଇଛା ଆଉ କିଛି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri