କରୋନା ପରେ ଏବେ କାୟା ବିସ୍ତାର କରୁଛି ମଙ୍କିପକ୍ସ, ମେକ୍ସିକୋରେ ୬୦ ସଂକ୍ରମିତ

ମେକ୍ସିକୋ ସିଟି,୨୭ ।୭: ସାରା ବିଶ୍ୱ ଏବେ କରୋନା ମହାମାରୀଠାରୁ ମୁକ୍ତ ହାଇ ନ ଥିବା ବେଳେ ଏବେ ଡରାଇଲାଣି ମଙ୍କି ପକ୍ସ । ଏହି ନୂଆ ଭାଇରସରେ ମେକ୍ସିକୋର ୬୦ ଜଣ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ତେବେ ମଙ୍କିପକ୍ସରେ ଏପର୍ଯ୍ୟନ୍ତ କାହାର ମୃତ୍ୟୁ ହୋଇ ନ ଥିବା ସ୍ପଷ୍ଟ କରାଯାଇଛି । ମେକ୍ସିକୋର ପ୍ରିଭେନଶନ ଆଣ୍ଡ ହେଲ୍‌ଥ ପ୍ରମୋଶନର ଅଣ୍ଡର ସେକ୍ରେଟାରୀ ହୋଗୋ ଲୋପେଜ-ଗେଟେଲ ଏହି ସୂଚନା ଦେଇଛନ୍ତି ।
ଲୋପେଜ କହିଛନ୍ତି ମଙ୍କିପକ୍ସରେ ଆକ୍ରାନ୍ତ କେବଳ ୫-୬ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହେଲେ ଏମାନେ ସମସ୍ତେ ୨୧ ଦିନ ମଧ୍ୟରେ ସୁସ୍ଥ ହୋଇଯାଇଛନ୍ତି । ତେବେ ମେକ୍ସିକୋର ୧୧ ସହରରେ ମଙ୍କିପକ୍ସର ସନ୍ଧାନ ମିଳିଛି । ଏହା ଭାଇରସ ହୋଇଥିବାରୁ ଏହାଦ୍ୱାରା ସ୍ମଲପକ୍ସ ହେବାର ସମ୍ଭାବନା ରହିଛି । ଏମିତି ରୋଗୀଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖାଯାଉଛି ।
ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ସୂଚନା ଅନୁଯାୟୀ, ଏପର୍ଯ୍ୟନ୍ତ ୭୫ ଦେଶରେ ୧୬ ହଜାରରୁ ଅଧିକ ମଙ୍କିପକ୍ସ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ଆଉ ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଶନିବାର ମଙ୍କିପ୍ସକୁ ଅନ୍ତରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ଏମରଜେନ୍ସି ଘୋଷଣା କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri