ଶକ୍ତିଶାଳୀ ଭୂକମ୍ପରେ ଥରିଲା ମେକ୍ସିକୋ

ମେକ୍ସିକୋ ସିଟି,୧୨।୫: ମେକ୍ସିକୋ-ଗ୍ବାଟେମାଲା ସୀମାରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୪ଥିବା ରେକର୍ଡ କରାଯାଇଛି। ଏପର୍ଯ୍ୟନ୍ତ କୌଣସି ବଡ଼ କ୍ଷୟକ୍ଷତିର ଖବର ନାହିଁ। ଭୂକମ୍ପ ଯୋଗୁଁ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ଆସିଥିଲେ। ମେକ୍ସିକୋର ସୁଚାଇଟ ସହରରେ ସକାଳ ୬ଟାରେ ଭୂକମ୍ପର କମ୍ପନ ଅନୁଭୂତ ହୋଇଥିଲା। ସୁଚିଆଟ ସହର ମେକ୍ସିକୋ-ଗୁଆଟେମାଲା ସୀମାରେ ଅବସ୍ଥିତ ଏବଂ ସୁଚିଆଟ ନଦୀ ଦୁଇ ଦେଶର ସୀମାକୁ ପୃଥକ କରିଛି । ସୁଚିଟ ନଦୀ ଯେଉଁସ୍ଥାନରେ ସମୁଦ୍ରରେ ପଡିଛି ସେହିଠାରେ ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା ।

ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତିର ଖବର ନାହିଁ, କିନ୍ତୁ ଭୂକମ୍ପ ଯୋଗୁଁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି। ଗୁଆଟେମାଲାର କେତେକ ସ୍ଥାନରେ ଭୂସ୍ଖଳନ ଘଟିଛି, କିନ୍ତୁ ସେଠାରେ ମଧ୍ୟ କୌଣସି ବଡ଼ କ୍ଷୟକ୍ଷତିର ଖବର ନାହିଁ। ଗତ ବର୍ଷ ଡିସେମ୍ବରରେ ମେକ୍ସିକୋରେ ମଧ୍ୟ ଭୂକମ୍ପର କମ୍ପନ ଅନୁଭୂତ ହୋଇଥିଲା। ସେହି ସମୟରେ ଭୂକମ୍ପର ତୀବ୍ରତା ରକ୍ଟର ସ୍କେଲରେ ୫.୮ ରେକର୍ଡ କରାଯାଇଥିଲା। ଭୂକମ୍ପ ଯୋଗୁଁ କୋଠାଗୁଡ଼ିକ କମ୍ପିବାକୁ ଲାଗିଲା, କିନ୍ତୁ ସୌଭାଗ୍ୟବଶତଃ ଏଥିରେ କୌଣସି ବଡ଼ କ୍ଷତି ହୋଇ ନଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri