Posted inଖେଳ

ଏମ୍‌ଜିଏମ୍‌ ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ ପାନ୍ଥର୍ସ ୪ ରନରେ ବିଜୟୀ

ଭୁବନେଶ୍ୱର,୧୦।୧(ସ୍ପୋର୍ଟ୍ସ ବ୍ୟୁରୋ): ଏମ୍‌ଜିଏମ୍‌ ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ରେ ଶନିବାର ଖେଳାଯାଇଥିବା ପ୍ରଥମ ମ୍ୟାଚରେ ଓଡ଼ିଶା ପାନ୍ଥର୍ସ ୪ ରନରେ ଓଡ଼ିଶା ଜାଗୁଆର୍ସକୁ ପରାସ୍ତ କରିଛି। ଟସ୍‌ ଜିତି ଜାଗୁଆର୍ସ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ପାନ୍ଥର୍ସ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୧୧ ରନ ସଂଗ୍ରହ କରିଥିଲା। ଜବାବରେ ଜାଗୁଆର୍ସ ୧୯.୫ ଓଭରରେ ୧୦୭ ରନକରି ଅଲଆଉଟ ହୋଇ ୫ ରନ ପାଇଁ ବିଜୟରୁ ବଞ୍ଚିତ ହୋଇଥିଲା। ଅପରାଜିତ ୩୦ ରନ ସଂଗ୍ରହ କରିବା ସହ ମୂଲବାନ ୨ ଉଇକେଟ ଅକ୍ତିଆର କରିଥିବା ପାନ୍ଥର୍ସ ଅଲରାଉଣ୍ଡର ଆଲୋକ ଚନ୍ଦ୍ର ସାହୁ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଏଥିସହି ପାନ୍ଥର୍ସ ଏପର୍ଯ୍ୟନ୍ତ ୯ଟି ମ୍ୟାଚ ଖେଳି ୮ ବିଜୟ, ଗୋଟିଏ ପରାଜୟ ସହ ୩୨ ପଏଣ୍ଟ ପାଇ ତାଲିକାର ଶୀର୍ଷ ସ୍ଥାନରେ ରହିଛି। ଅନ୍ୟପଟେ ଜାଗୁଆର୍ସ ୧୦ଟି ମ୍ୟାଚ ଖେଳି ଗୋଟିଏ ବିଜୟ ଓ ୯ଟି ପରାଜୟ ସହ ୪ ପଏଣ୍ଟ ପାଇ ସର୍ମନିମ୍ନ ଅର୍ଥାତ୍‌ ଷଷ୍ଠ ସ୍ଥାନରେ ରହିଛି।
୧୧୨ ରନ ବିଜୟ ଲକ୍ଷ୍ୟର ପିଛା କରି ଜାଗୁଆର୍ସ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲା। ଦଳ ତରଫରୁ ୭ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। କ୍ଷମା ସାଗର ବଳ ସର୍ବାଧିକ ୨୮, ରଶି ରଞ୍ଜନ ସାହୁ ୧୭, ଅନ୍ବେଶ ଦାସ ୧୪ ଓ ଗିରିଜା ରାଉତ ୧୧ ରନ ସଂଗ୍ରହ କରିଥିଲେ। ବୋଲିଂରେ ପାନ୍ଥର୍ସ ତରଫରୁ ଜୟନ୍ତ ବେହେରା ୩, ଆଲୋକ ସାହୁ ଓ ଶୁଭମ୍‌ ନାୟକ ୨ଟି ଲେଖାଏ, ବସନ୍ତ ମହାନ୍ତି ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ଦଳର ୨ଜଣ ଖେଳାଳି ରନ୍‌ ଆଉଟ ହୋଇଥିଲେ।
ପୂର୍ବରୁ ପ୍ରଥମେ ବ୍ୟାଟିଂ କରିଥିବା ପାନ୍ଥର୍ସ ତରଫରୁ ଆଲୋକ ସର୍ବାଧିକ ୩୦, ଅଭିଷେକ ଯାଦବ ୨୨, ଓପନର ଅଙ୍କିତ୍‌ ସିଂ ୨୧, ଉଇକେଟକିପର ବ୍ୟାଟ୍ସମ୍ୟାନ ରଞ୍ଜିତ ପାଇକରାୟ ୧୩ ରନ ସଂଗ୍ରହ କରିଥିଲେ। ଚନ୍ଦ୍ରମଣି ବିଶ୍ୱାଳ ୧୭ ରନ କରି ଅପରାଜିତ ରହିଥିଲେ। କୃଷ୍ଣଚନ୍ଦ୍ର ବାରିକ ଓ ନିଶିକାନ୍ତ ରାଉତ ଖାତା ଖୋଲିପାରି ନ ଥିଲେ। ବୋଲିଂରେ ଜାଗୁଆର୍ସ ତରଫରୁ ନିର୍ବିଶଙ୍କର ବାରିକ ୩, ମନୋଜ କାଶ୍ୟପ ୨, ନିହାର ଭୂୟାଁ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri